ରାଜ୍ୟରେ ନିଯୁକ୍ତ ହେବେ ୧୮୪୦ ଡାକ୍ତର, ୫ ହଜାରରୁ ଊର୍ଦ୍ଧ୍ବ ପାରାମେଡିକାଲ୍‌ ଷ୍ଟାଫ୍‌

ଭୁବନେଶ୍ୱର,୧୮।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସମୀକ୍ଷା ବୈଠକରେ ୧୮୪୦ ଡାକ୍ତର ଓ ୫୦୦୦ରୁ ଅଧିକ ପାରାମେଡିକାଲ ଷ୍ଟାଫଙ୍କ ନିଯୁକ୍ତି ପାଇଁ ନିର୍ଦ୍ଦେଶ ଦିଆଯାଇଛି। ମୁଖ୍ୟମନ୍ତ୍ରୀ ରାଜ୍ୟର ମେଡିକାଲ କଲେଜଗୁଡ଼ିକରେ ଖାଲି ଥିବା ଆସିଷ୍ଟାଣ୍ଟ ପ୍ରଫେସର, ଆସୋସିଏଟ ପ୍ରଫେସର ଓ ପ୍ରଫେସର ପଦବୀ ପୂରଣ ସହ ଆଦିବାସୀ ଅଧୁଷିତ ଅଞ୍ଚଳରେ ଅଧିକ ଡାକ୍ତର ନିଯୁକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି।

ବୈଠକରେ ମେଡିକାଲ ଅଫିସରଙ୍କ ନିଯୁକ୍ତି ପାଇଁ ସୁବ୍ୟବସ୍ଥାକରଣ ପ୍ରକ୍ରିୟା, ମେଡିକାଲ କଲେଜରେ ପି.ଜି. ସିଟ ବୃଦ୍ଧି, ଭିତ୍ତିଭୂମି ବିକାଶ ଓ ଟେକ୍ନିକାଲ ଷ୍ଟାଫ ନିଯୁକ୍ତିକୁ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହା ସହ ଦୁର୍ଘଟଣା ପ୍ରବଣ ଅଞ୍ଚଳରେ ଇଣ୍ଟିଗ୍ରେଟେଡ ଟ୍ରମା କେୟାର ସେଣ୍ଟର ସ୍ଥାପନ, ଦୁର୍ଗମ ଅଞ୍ଚଳରେ ଡାକ୍ତରଙ୍କ ପାଇଁ ପ୍ରୋତ୍ସାହନ ରାଶି ବୃଦ୍ଧି ଏବଂ ଆୟୁଷ ଡାକ୍ତରଙ୍କ ସମସ୍ୟା ସମାଧାନ ପାଇଁ ଆଲୋଚନା ହୋଇଛି।

ମୁଖ୍ୟମନ୍ତ୍ରୀ ଡାକ୍ତରଙ୍କ ବେତନ, ମେଡିକାଲ ଶିକ୍ଷାରେ ସୁଧାର ଓ ଅନ୍ୟାନ୍ୟ ଆବଶ୍ୟକୀୟ ପଦକ୍ଷେପ ନେବାକୁ ମୁଖ୍ୟ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ସ୍ୱାସ୍ଥ୍ୟ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଅର୍ଥ ସଚିବ ସଂଜୀବ ମିଶ୍ର, ସ୍ୱାସ୍ଥ୍ୟ ସଚିବ ଅଶ୍ୱଥି ଏସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri