ଆଲାସ୍କା ସମିଟ୍‌ ନେଇ ମୋଦିଙ୍କୁ ଅବଗତ କରାଇଲେ ପୁଟିନ୍‌

ନୂଆଦିଲ୍ଲୀ,୧୯ା୮(ପି.ଟି.): ୟୁକ୍ରେନ୍‌ରେ ଯୁଦ୍ଧ ବନ୍ଦ ନେଇ ଆଲାସ୍କାରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ ରୁଷିଆ ପ୍ରତିପକ୍ଷ ଭ୍ଲାଡିମିର ପୁଟିନ୍‌ କରିଥିବା ଆଲୋଚନା ସମ୍ପର୍କରେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ୍‌ ଯୋଗେ ଅବଗତ କରାଇଛନ୍ତି। ଗତ ଶୁକ୍ରବାର ଆଲାସ୍କାରେ ଟ୍ରମ୍ପ୍‌ ଓ ପୁଟିନ୍‌ଙ୍କ ମଧ୍ୟରେ ଦୀର୍ଘ ୩ ଘଣ୍ଟା ଧରି ଆଲୋଚନା ହୋଇଥିଲେ ମଧ୍ୟ ଯୁଦ୍ଧ ବନ୍ଦ ନେଇ କୌଣସି ନିଷ୍କର୍ଷ ବାହାରିପାରି ନ ଥିଲା। ପୁଟିନ୍‌ଙ୍କ ଫୋନ୍‌ କଲ୍‌ ପରେ ମୋଦି କହିଛନ୍ତି, ୟୁକ୍ରେନ୍‌ ଯୁଦ୍ଧର ଶାନ୍ତିପୂର୍ଣ୍ଣ ସମାଧାନ ପାଇଁ ଭାରତ କ୍ରମାଗତ ଭାବେ ଆହ୍ବାନ ଦେଇଆସିବା ସହ ଏ ଦିଗରେ ସମସ୍ତ ଉଦ୍ୟମକୁ ସମର୍ଥନ ଜଣାଇଛି। ବନ୍ଧୁ ପୁଟିନ୍‌ ଫୋନ୍‌ କରି ଆଲାସ୍କା ଆଲୋଚନା ସମ୍ପର୍କରେ ଅବଗତ କରାଇଥିବାରୁ ଧନ୍ୟବାଦ ବୋଲି ମୋଦି ଏକ ସୋସିଆଲ ମିଡିଆ ପୋଷ୍ଟରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘାଟିରେ ତଳକୁ ଖସିଲା ଟ୍ରଲର: ଲାଗିଲା ନିଆଁ, ଆଉ ତା’ପରେ…

ପଟାଙ୍ଗୀ,୨୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକ ଅଧିନସ୍ଥ ରାଲେଗଡା ପଞ୍ଚାୟତ ଯୋଡିମାଦିଲି ଘାଟିରେ ଭାରସାମ୍ୟ ହରାଇ ଘାଟି ତଳକୁ ଖସିପଡ଼ିଛି ଏକ ଟ୍ରଲର।...

ମୋ ସ୍ବାମୀ ମୋତେ ମାରିଦେବେ….କାହିଁକି ଏମିତି କହିଲେ ମହାକାଶଚାରୀ ସୁନିତା ୱିଲିୟମ୍ସ

ନୂଆଦିଲ୍ଲୀ,୨୧।୧: ନାସା ମହାକାଶଚାରୀ ସୁନିତା ୱିଲିୟମ୍ସ ଭାରତରେ ଅଛନ୍ତି। ସେ ଦିଲ୍ଲୀରେ ସ୍ବର୍ଗତ କଳ୍ପନା ଚାୱଲାଙ୍କ ୯୦ ବର୍ଷୀୟା ମାଆଙ୍କୁ ଭେଟିଥିଲେ। ସାକ୍ଷାତ ସମୟରେ ଦୁହେଁ...

ଟଙ୍କା ଅନୁମୋଦନ ପରେ ଯୁକ୍ତ ୨ ପାଇଁ ମିଳିଲା ଅନୁମତି: ଅଞ୍ଚଳବାସୀଙ୍କ ମଧ୍ୟରେ ଖେଳିଗଲା ଖୁସିର ଲହରୀ

ଭଞ୍ଜନଗର,୨୧।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଆଉ ଏକ ଖୁସି ଖବର ପହଞ୍ଚିଛି। କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାର ୧୫ ବର୍ଷ ପରେ...

NASAରୁ ଅବସର ନେଲେ ସୁନିତା ୱିଲିୟମ୍ସ: ୨୭ ବର୍ଷ ସେବା, ମହାକାଶରେ ୬୦୮ ଦିନ…ଜାଣନ୍ତୁ ତାଙ୍କ ରେକର୍ଡ

ଓ୍ବାଶିଂଟନ୍‌,୨୧।୧: ଭାରତରେ ଜନ୍ମିତ ମହାକାଶଚାରୀ ସୁନିତା ୱିଲିୟମ୍ସ NASAରୁ ଅବସର ନେଇଛନ୍ତି। ସେ NASAରେ ୨୭ ବର୍ଷ କାମ କରିବା ପରେ ଅବସର ନେଇଛନ୍ତି। NASA...

ପ୍ରାଥମିକ ଶିକ୍ଷା: ଖାଲିପଡ଼ିଛି ୧୬,୯୭୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୧ା୧ (ସୁଚିସ୍ମିତା ସାହୁ):ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ ଓ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ...

ନଏଡା ଦୁର୍ଘଟଣା

ଘନକୁହୁଡ଼ି ଯୋଗୁ ଦିଲ୍ଲୀ ପାଖ ତଥା ଉତ୍ତରପ୍ରଦେଶ ରାଜ୍ୟର ନ୍ୟୁ ଓଖଲା ଇଣ୍ଡଷ୍ଟ୍ରିଆଲ ଡେଭଲପ୍‌ମେଣ୍ଟ ଅଥରିଟି (ନଏଡା)ର ସେକ୍ଟର ୧୫୦ ନିକଟରେ ୧୬ ଜାନୁଆରୀ ୨୦୨୬...

ମଣ୍ଡିରୁ ଧାନ ଚୋରି ଅଭିଯୋଗ ପ୍ରସଙ୍ଗ: ୨ ଅଧିକାରୀଙ୍କ କଥାରେ ତାଳମେଳ ନାହିଁ

ଅମରପାଲି,୨୧ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ମଣ୍ଡିରେ ଚାଷୀ ବିକ୍ରି ପାଇଁ ରଖିଥିବା ଧାନରୁ ଗତ ୧୬ ତାରିଖ ରାତିରେ ୧୮ ପ୍ୟାକେଟ...

୨୩ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି: ନେତାଜୀ ଜୟନ୍ତୀରେ ଯୋଗଦେବେ

ଭୁବନେଶ୍ୱର,୨୧ା୧(ରବିନାରାୟଣ ଜେନା):ଭାରତର ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ ଜାନୁଆରୀ ୨୩ରେ ଓଡ଼ିଶା ଗସ୍ତରେ ଆସି କଟକରେ ହେବାକୁ ଥିବା ନେତାଜୀ ଜୟନ୍ତୀରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଏସଂକ୍ରାନ୍ତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri