ଜେଲେନସ୍କିଙ୍କ ସହ ଭେଟ ପରେ ବଡ଼ ଘୋଷଣା କଲେ ଟ୍ରମ୍ପ: ସାରା ବିଶ୍ୱରେ ହଲଚଲ

ଓ୍ବାଶିଂଟନ,୧୯।୮: ୟୁକ୍ରେନ୍‌ରେ ଯୁଦ୍ଧ ବନ୍ଦ କରିବା ପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ସହ ତ୍ରିପାକ୍ଷିକ ଆଲୋଚନା ଲାଗି ସୋମବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏବଂ ୟୁକ୍ରେନ୍‌ ପ୍ରତିପକ୍ଷ ଭୋଲୋଡିମିର ଜେଲେନ୍‌ସ୍କି ଆଶାବାଦୀ ଥିବା କହିଛନ୍ତି। ହ୍ବାଇଟ୍‌ ହାଉସ୍‌ରେ ୟୁକ୍ରେନ୍‌ ଏବଂ ୟୁରୋପୀୟ ନେତାମାନଙ୍କ ସହ ଟ୍ରମ୍ପ୍‌ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଛନ୍ତି। ୟୁକ୍ରେନ୍‌ ପାଇଁ ୟୁରୋପୀୟ ସୁରକ୍ଷା ଗ୍ୟାରେଣ୍ଟିକୁ ଟ୍ରମ୍ପ୍‌ ସମର୍ଥନ କରିବେ ବୋଲି କହିଛନ୍ତି। ନାଟୋ ଭଳି ଏକ ସୁରକ୍ଷା ବଳ ଉପସ୍ଥିତ ରହିବ ବୋଲି ସେ କହିଥିବାବେଳେ ୟୁରୋପୀୟ ୟୁନିୟନ ନେତାମାନଙ୍କ ସହ ଏହା ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଛି। ଗତ ଶୁକ୍ରବାର ଟ୍ରମ୍ପ୍‌ ଆଲାସ୍କାରେ ପୁଟିନ୍‌ଙ୍କ ସହ ଆଲୋଚନା କରିବା ପରେ ଯୁଦ୍ଧ ବନ୍ଦ ନିଷ୍ପତ୍ତି ଜେଲେନ୍‌ସ୍କିଙ୍କ ଉପରେ ଛାଡ଼ିଥିଲେ। ଯଦି ସବୁକିଛି ଠିକ୍‌ଠାକ୍‌ ଚାଲେ ତେବେ ସମ୍ଭାବ୍ୟ ତ୍ରିପାକ୍ଷିକ ଆଲୋଚନା ହେବ। ଏଥିପାଇଁ ଆମେ ରୁଷିଆ ଓ ୟୁକ୍ରେନ୍‌ ସହ ଏକାଠି କାମ କରିବାକୁ ଯାଉଛୁ ବୋଲି ଟ୍ରମ୍ପ୍‌ କହିଛନ୍ତି। ଜେଲେନ୍‌ସ୍କି ମଧ୍ୟ ତ୍ରିପାକ୍ଷିକ ଆଲୋଚନା ପାଇଁ ପ୍ରସ୍ତୁତ ଥିବା ଜଣାଇଛନ୍ତି।

ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଖୁବଶୀଘ୍ର ଏକ ଶାନ୍ତି ଚୁକ୍ତି ହୋଇପାରେ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏହି ବିଷୟରେ ଏକ ବଡ଼ ସଙ୍କେତ ଦେଇଛନ୍ତି। ସେ ସୋମବାର ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କ ସହ ଏକ ବୈଠକ କରିଥିଲେ। ଟ୍ରମ୍ପ ଅନେକ ପ୍ରମୁଖ ୟୁରୋପୀୟ ନେତାଙ୍କୁ ମଧ୍ୟ ଭେଟିଥିଲେ। ଏହା ପରେ ସେ ଗୁରୁତ୍ୱପୂର୍ଣ୍ଣ ସୂଚନା ଶେୟାର କରିଥିଲେ। ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ୍‌ ମାଧ୍ୟମରେ କହିଛନ୍ତି, ଜେଲେନସ୍କିଙ୍କ ସହ ମୋର ଭଲ ଆଲୋଚନା ହୋଇଛି। ସମସ୍ତ ୟୁରୋପୀୟ ଦେଶ ୟୁକ୍ରେନକୁ ସୁରକ୍ଷା ଗ୍ୟାରେଣ୍ଟି ଦେବେ। ମୁଁ ବହୁତ୍‌ ଖୁସି।

ଟ୍ରମ୍ପ ଟ୍ରୁଥ୍‌ ପୋଷ୍ଟ ମାଧ୍ୟମରେ କହିଛନ୍ତି,ମୁଁ ହ୍ବାଇଟ ହାଉସରେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କ୍‌ି, ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ, ଫିନଲାଣ୍ଡ ରାଷ୍ଟ୍ରପତି ଆଲେକଜାଣ୍ଡାର ଷ୍ଟବ, ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନି, ୟୁନାଇଟେଡ କିଙ୍ଗଡମ ପ୍ରଧାନମନ୍ତ୍ରୀ କାଇର ଷ୍ଟାରମର, ଜର୍ମାନ ଚାନ୍ସେଲର ଫ୍ରେଡ୍ରିଚ ମର୍ଜ, ୟୁରୋପୀୟ କମିଶନ ଅଧ୍ୟକ୍ଷ ଉର୍ସୁଲା ଭନ ଡେର୍‌ ଲେଏନ ଏବଂ ନାଟୋ ସେକ୍ରେଟାରୀ ଜେନେରାଲ ମାର୍କ ରୁଟଙ୍କ ସହ ଭଲ ଆଲୋଚନା କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଜୋମାଟୋ ପ୍ୟାରେଣ୍ଟ କମ୍ପାନୀ ‘ଇଟର୍‌ନାଲ୍‌ CEO ପଦ ଛାଡିଲେ ଦୀପିନ୍ଦର ଗୋୟଲ

ନୂଆଦିଲ୍ଲୀ,୨୧।୧: ଜୋମାଟୋର ପ୍ୟାରେଣ୍ଟ କମ୍ପାନୀ ‘ଇଟର୍‌ନାଲ୍‌’ର ନେତୃତ୍ୱରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କମ୍ପାନୀର ପ୍ରତିଷ୍ଠାତା ଦୀପିନ୍ଦର ଗୋୟଲ ସିଇଓ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ...

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ...

ଭାବପ୍ରବଣ କରିଦେବ ଖବର! ମାଲିକଙ୍କ ମୃତଦେହ ପାଖରେ ରାତିସାରା ବସି ରହିଲା ପୋଷା କୁକୁର, ଅନ୍ତିମ ସଂସ୍କାର ପାଇଁ ୪ କିଲୋମିଟର…

ନୂଆଦିଲ୍ଲୀ,୨୧ା୧: ମଧ୍ୟପ୍ରଦେଶର ଶିବପୁରୀ ଜିଲ୍ଲାରେ ମଣିଷ ଏବଂ ପଶୁମାନଙ୍କ ମଧ୍ୟରେ ଏକ ଅନନ୍ୟ ସମ୍ପର୍କକୁ ଦର୍ଶାଉଥିବା ଏକ ଭିଡିଓ ଇଣ୍ଟରନେଟରେ ଦ୍ରୁତ ଗତିରେ ଭାଇରାଲ ହେଉଛି...

ଏହି ମୋଗଲ ଶାସକ ପ୍ରତିଦିନ ପିଉଥିଲେ ଗଙ୍ଗାଜଳ, କାରଣ ଜାଣିଲେ…

ଗଙ୍ଗାକୁ ବିଶ୍ୱର ସବୁଠାରୁ ପବିତ୍ର ନଦୀ ବୋଲି ବିବେଚନା କରାଯାଏ। ଭାରତରେ ଗଙ୍ଗାକୁ ମାତା ବୋଲି କୁହାଯାଏ। ଧାର୍ମିକ ବିଶ୍ୱାସ ଅନୁଯାୟୀ, ଗଙ୍ଗାରେ ସ୍ନାନ କରିବା...

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri