ଅବପାତର ରୂପ ନେଲା ଲଘୁଚାପ: ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର,୧୯ା୮(ଅନୁରାଧା ମହାରଣା):ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳସ୍ଥ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସୋମବାର ଅବପାତର ରୂପ ନେଇଛି। ଏହା ପ୍ରଭାବରେ ରାଜ୍ୟରେ ସାରାଦିନ ବର୍ଷା ଲାଗିରହିଛି। କୋରାପୁଟରେ ସର୍ବାଧିକ ୬୪.୦ ମିମି ବର୍ଷା ରେକର୍ଡ ହୋଇଥିବାବେଳେ ପାରଳାଖେମୁଣ୍ଡିରେ ୪୯.୬ ମିମି, ନବରଙ୍ଗପୁରରେ ୩୩.୨ ମିମି, ଢ଼େଙ୍କାନାଳରେ ୨୬.୪ ମିମି, ମାଲକାନଗିରିରେ ୨୧.୨ ମିମି, ଭବାନୀପାଟଣାରେ ୧୦.୨ ମିମି ଏବଂ ତାଳଚେରରେ ୧୦.୦ମିମି ବର୍ଷା ରେକର୍ଡ ହୋଇଛି। ମଙ୍ଗଳବାର ମଧ୍ୟାହ୍ନରେ ଅବପାତ ଦକ୍ଷିଣ ଓଡ଼ିଶା ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ତେଣୁ ରାଜ୍ୟର କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲାରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏଥିପାଇଁ ଏହି ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ସେହିଭଳି କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା ଓ ଗଜପତି ଜିଲାରେ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଏବଂ ପ୍ରବଳ ବର୍ଷା ନେଇ ଗଞ୍ଜାମ, ନୟାଗଡ଼, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, ପୁରୀ, ଖୋର୍ଦ୍ଧା ଓ କଟକ ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ବଜ୍ରପାତ ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଓ ସୋନପୁରକୁ ୟେଲୋ ଓ୍ବାର୍ନିଂ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri