ଏନ୍‌ଏସି ଘୋଷଣା ନେଇ ଦାବି

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ)- ରାଜ୍ୟରେ ନୂଆ ଏନଏସି ପାଇଁ ଗତ ଶନିବାର ଡ୍ରାଫ୍ଟ ନୋଟିସ ପ୍ରକାଶ ପାଇଥିଲା। ଏଥିରେ ୭ ଜିଲାରେ ୧୨ ଏନ୍‌ଏସି ଗଠନ ହେବା ନେଇ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଥିଲା। ହେଲେ ଏହି ବିଜ୍ଞପ୍ତିରେ କଳାହାଣ୍ଡି ଜିଲାର କୌଣସି ନାମ ନ ଥିଲା, ଯାହାକୁ ନେଇ ଅସନ୍ତୋଷ ଦେଖାଦେଇଥିଲା। ଏପରିସ୍ଥଳେ ସୋମବାର ପୂର୍ବତନ ବିରୋଧୀ ଦଳ ନେତା ତଥା କଳାହାଣ୍ଡିର ବରିଷ୍ଠ ଭାଜପା ନେତା ପ୍ରଦୀପ୍ତ ନାଏକଙ୍କ ନେତୃତ୍ୱରେ ଏକ ଦଳ ଭୁବନେଶ୍ୱରସ୍ଥିତ ଲୋକସଭା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରି ଦାବିପତ୍ର ଦେଇଛନ୍ତି। ଏଥିରେ କଳାହାଣ୍ଡି ଜିଲାର ଜୟପାଟଣା, ନର୍ଲା ଓ ଏମ୍‌. ରାମପୁରକୁ ଏନ୍‌ଏସି ଘୋଷଣା କରିବା, କେସିଙ୍ଗା ର ତାହଂର୍ଶିଠାରୁ ଜୋଲକୋ ପର୍ଯ୍ୟନ୍ତ ବାଇପାସ ରାସ୍ତା ନିର୍ମାଣ, ସ୍ପିନିଂ ମିଲକୁ କାର୍ଯ୍ୟକ୍ଷମ କରାଇବା, ତେଲ ନଦୀ ଉପରେ ତୁର୍ଲାଖମନଠାରେ ବ୍ୟାରେଜ ନିର୍ମାଣ ଆଦି ଉଲ୍ଲେଖ ହୋଇଛି। ଏହି ସମୟରେ ଭାଜପାର ପୂର୍ବତନ ଜିଲା ସଭାପତି ଶେଷଦେବ ବେହେରା, ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ନମିତା ରାଣୀ ସାହୁ, ବରିଷ୍ଠ ଆଦିବାସୀ ନେତା ଗଙ୍ଗାଧର ମାଝୀ ଓ କେସିଙ୍ଗା ସଚେତନ ନାଗରିକ ମଞ୍ଚର କର୍ମକର୍ତ୍ତା ଉପସ୍ଥିତ ଥିଲେ। ତେବେ ପରବର୍ତ୍ତୀ ପର୍ଯ୍ୟାୟରେ କଳାହାଣ୍ଡି ଜିଲାର ଉପରୋକ୍ତ ତିନୋଟି ସହରକୁ ଏନ୍‌ଏସି ପାଇଁ ନାମ ଘୋଷଣା କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିବା ଜଣାପଡିଛି। ସୂଚନାଯୋଗ୍ୟ, ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲାର ଜୟପାଟଣା, ନର୍ଲା ଓ ଏମ୍‌ ରାମପୁରକୁ ନୂତନ ଏନ୍‌ଏସି କରିବା ପାଇଁ ଘୋଷଣା କରିଥିଲେ, ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ସାହ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri