ନବୀନଙ୍କ ସହ ଫୋନ୍‌ରେ କଥା ହେଲେ ପ୍ରଧାନମନ୍ତ୍ରୀ, କହିଲେ ଏବେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୨୦ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସହ ଫୋନ୍‌ରେ କଥା ହୋଇଛନ୍ତି। ମୋଦି ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା କଥା ପଚାରି ବୁଝିବା  ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ଏଥିସହିତ ନବୀନଙ୍କୁ ବିଶ୍ରାମ ନେବାକୁ ପରାମର୍ଶ ଦେଇଛନ୍ତି ମୋଦି। ସମ୍ପୂର୍ଣ୍ଣ ସୁସ୍ଥ ହେବା ପରେ ଦିଲ୍ଲୀ ଆସିଲେ ନବୀନଙ୍କୁ ଭେଟିବାକୁ ବି କହିଛନ୍ତି ପ୍ରଧାନମନ୍ତ୍ରୀ।

ଶୁକ୍ରବାର ସନ୍ଧ୍ୟାରେ ନବୀନ ଡିହାଇଡ୍ରେଶନ ଜନିତ ଅସୁସ୍ଥତା ଅନୁଭବ କରିଥିଲେ। ପ୍ରଥମେ ଏକ ଡାକ୍ତରୀ ଦଳ ନବୀନ ନିବାସରେ ତାଙ୍କର ସ୍ବାସ୍ଥ୍ୟାବସ୍ଥା ପରୀକ୍ଷା କରିଥିଲେ। ହେଲେ ଅଧିକ ପରୀକ୍ଷାନିରୀକ୍ଷା କରିବା ଲାଗି ହସ୍ପିଟାଲ୍‌ ଆଣିବା ପାଇଁ ପରାମର୍ଶ ଦେବା ପରେ ସେ ସମ୍‌ ଅଲ୍ଟିମେଟ୍‌ ହସ୍ପିଟାଲ ଯାଇଥିଲେ।
ଉଲ୍ଲେଖଯୋଗ୍ୟ, ଜୁନ୍‌ ୨୦ରେ ନବୀନ ପଟ୍ଟନାୟକ ସର୍ଭାଇକାଲ ଆର୍ଥ୍ରାଇଟିସ୍‌ ଅପରେଶନ ପାଇଁ ମୁମ୍ବାଇର ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ୨୨ରେ ତାଙ୍କର ଅସ୍ତ୍ରୋପଚାର ହୋଇଥିଲା। ସେଠାରେ ୨୧ ଦିନ ରହିବା ପରେ ସୁସ୍ଥ ହୋଇ ଜୁଲାଇ ୧୨ରେ ଭୁବନେଶ୍ୱର ଫେରିଥିଲେ। ସେବେଠାରୁ ନବୀନ ନିବାସରେ ସେ ରହିବା ସହିତ ଦଳୀୟ ନେତୃବୃନ୍ଦଙ୍କ ସହିତ କମ୍‌ ସାକ୍ଷାତ ଆଲୋଚନା କରୁଥିବା ଜଣାଯାଇଛି। ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ନେଇ ଦଳର ବରିଷ୍ଠ ନେତା ତଥା ବିଧାୟକ ପ୍ରତାପ ଦେବ କହିଛନ୍ତି, ପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛୁ ସେ ଖୁବ୍‌ଶୀଘ୍ର ଭଲ ହୋଇଯାଆନ୍ତୁ। ଏହାସହିତ ତାଙ୍କ ପ୍ରତି ରାଜ୍ୟବାସୀଙ୍କ ଆଶୀର୍ବାଦ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଟିନଙ୍କ ଗସ୍ତରୁ ଭାରତକୁ ମିଳିଲା ବଡ଼ ଲାଭ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ତାଙ୍କର ଦୁଇ ଦିନିଆ ଭାରତ ଗସ୍ତ ଶେଷ କରି ଶୁକ୍ରବାର (ଡିସେମ୍ବର ୫, ୨୦୨୫) ମସ୍କୋ ଅଭିମୁଖେ ଯାତ୍ରା...

୧୦୦ ବିଲିୟନ ଡଲାର ବାଣିଜ୍ୟ ଲକ୍ଷ୍ୟ

ନୂଆଦିଲ୍ଲୀ,୬ା୧୨ : ଭାରତ ଓ ରୁଷିଆ ଶୁକ୍ରବାର ଦ୍ୱିପାକ୍ଷିକ ଅର୍ଥନୈତିକ ଓ ବାଣିଜି୍ୟକ କାରବାର ବୃଦ୍ଧି ନିମନ୍ତେ ଆଗାମୀ ୫ ବର୍ଷ ପାଇଁ ଏକ ରୋଡ୍‌ମ୍ୟାପ୍‌...

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

ଶୀତରେ ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୫ା୧୨: ସମଗ୍ର ଉତ୍ତର ଭାରତ ଶୀତରେ ଥରୁଛି। ଶୁକ୍ରବାର ରାଜସ୍ଥାନ, ପଞ୍ଜାବ ଏବଂ ହରିୟାଣାର ଅଧିକାଂଶ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ନିମ୍ନରେ ରହିଛି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri