କୁମ୍ଭୀର ସଂରକ୍ଷଣ , ମତ୍ସ୍ୟଜୀବୀଙ୍କ ସୁରକ୍ଷାକୁ ନେଇ ବୈଠକ: ଯୋଗ ଦେଲେ ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୨।୮: (ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଶ୍ରୀ ଗୁପ୍ତେଶ୍ୱର ଶୈବପୀଠ ପ୍ରାଙ୍ଗଣରେ ଘୋଡାହାଡ ଡ଼୍ୟାମ ଉପରେ ନିର୍ଭରଶୀଳ ମତ୍ସ୍ୟଜୀବୀଙ୍କ ଜୀବନ ଜୀବିକା ଏବଂ ଡ୍ୟାମରେ ରହୁଥିବା କୁମ୍ଭୀରଙ୍କ ସୁରକ୍ଷାକୁ ନେଇ ଏକ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି ବନାଞ୍ଚଳ ରେଞ୍ଜର ଦିବ୍ୟ ରଞ୍ଜନ ସାହୁଙ୍କ ସଂଯୋଜନାରେ ଆୟୋଜିତ ବୈଠକରେ ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର ଯୋଗ ଦେଇଥିଲେ। ସେହିପରି ବ୍ଲକ ମତ୍ସ୍ୟ ସମ୍ପ୍ରସାରଣ ଅଧିକାରୀ ନିଖିଳ ମହାରଣା , ବନପାଳ ସନ୍ତୋଷ କୁମାର ବିଷୋୟୀରତ୍ନ , ଦିଗପହଣ୍ଡି ଏନଏସି ନଗରପାଳ ପ୍ରଫୁଲ୍ଲ ପଣ୍ଡା , ପୂର୍ବତନ ସମବାୟ ସଂଘ ଜିଲା ସଭାପତି ସନାତନ ସଂଗ୍ରାମ ସିଂଙ୍କ ସମେତ ୩୫ ଜଣ ମତ୍ସ୍ୟଜୀବୀ ଉପସ୍ଥିତ ଥିଲେ । ଗତ ପ୍ରାୟ ୨ବର୍ଷ ହେଲା ଆବଶ୍ୟକ ବର୍ଷା ଅଭାବରୁ ଘୋଡାହା ଡ୍ୟାମରେ ଯେଉଁ ପରିମାଣରେ ପାଣି ରହିବା କଥା ବର୍ତ୍ତମାନ ସେହି ପରିମାଣରେ ପାଣିର ଅଭାବ ରହିଛି । ଏପରିକି ଡ୍ୟାମରେ ରହୁଥିବା କୁମ୍ଭୀର ମାନଙ୍କ ସୁରକ୍ଷା ଦୃଷ୍ଟିରୁ ଗତ ପ୍ରାୟ ୨ବର୍ଷ ପୂର୍ବେ ବ୍ରହ୍ମପୁର ବନଖଣ୍ଡ ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ବନବିଭାଗ ପକ୍ଷରୁ ଡ୍ୟାମରୁ ମାଛ ଧରିବାକୁ ମତ୍ସ୍ୟଜୀବୀ ତଥା ମାଁ ବାଙ୍କେଶ୍ବରୀ ପ୍ରାଥମିକ ମତ୍ସ୍ୟଜୀବୀ ସମବାୟ ସମିତିର ସଦସ୍ୟ ମାନଙ୍କୁ ବାରଣ କରାଯାଇଥିଲା। ଯାହାଫଳରେ ମତ୍ସ୍ୟଜୀବୀମାନେ ନିଜର କୌଳିକ ବୃତ୍ତି ହରାଇବା ସହ ସେମାନଙ୍କ ଜୀବନ ଜୀବିକାକୁ ନେଇ ଚିନ୍ତିତ ରହୁଥିଲେ। ତେବେ ଚଳିତ ବର୍ଷ ଘୋଡାହା ଡ୍ୟାମ ଅଞ୍ଚଳରେ ଭଲ ବର୍ଷା ଫଳରେ ଡ୍ୟାମରେ ଜଳସ୍ତର ସାମାନ୍ୟ ବୃଦ୍ଧି ପାଇଛି । ଯାହାକୁ ନେଇ ସ୍ଥାନୀୟ ବିଧାୟକ , ବନବିଭାଗ ଏବଂ ମତ୍ସ୍ୟ ସଂପ୍ରସାରଣ ବିଭାଗୀୟ ଅଧିକାରୀଙ୍କ ଉପସ୍ଥିତିରେ ମତ୍ସ୍ୟଜୀବୀ ମାନଙ୍କୁ ଡ୍ୟାମରୁ ମାଛ ଧରିବାକୁ ଅନୁମତି ଦିଆଯାଇଥିଲେ ମଧ୍ୟ ମତ୍ସ୍ୟଜୀବୀମାନେ ଜାଲ ପକାଉଥିବା ସମୟରେ ଯେପରି କୁମ୍ଭୀରମାନଙ୍କ କ୍ଷତି ନହେବ ସେନେଇ ବିଶେଷ ଧ୍ୟାନ ଦେବାକୁ ବୈଠକରେ ଆଲୋଚନା ହୋଇଥିଲା । ଏହି ବୈଠକରେ ମତ୍ସ୍ୟଜୀବୀ ସଂଘର ବହୁ ସଂଖ୍ୟକ କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

ଟ୍ରେନରେ ମୋବାଇଲ ହଜି ଯାଇଛି କି? ମିଳିବ ଏମିତି, ସରକାର କହିଲେ ଟ୍ରିକ୍‌

ନୂଆଦିଲ୍ଲୀ,୨୧।୧: ଯଦି ଟ୍ରେନରେ କିମ୍ୱା ଷ୍ଟେସନରେ ଯାତ୍ରା କରିବା ସମୟରେ ଆପଣଙ୍କର ମୋବାଇଲ ଫୋନ ହଜିଯାଏ କିମ୍ୱା ଚୋରି ହୋଇଯାଏ, ତେବେ ଏହାକୁ ଫେରି ପାଇବାର...

ଯୋଗୀ ସରକାରଙ୍କୁ ଅଲ୍ଟିମେଟମ: ୨୪ ଘଣ୍ଟା ମଧ୍ୟରେ…

ଲକ୍ଷ୍ନୌ,୨୧।୧: ଜ୍ୟୋର୍ତିପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ତାଙ୍କ ଓକିଲଙ୍କ ମାଧ୍ୟମରେ ଉତ୍ତର ପ୍ରଦେଶର ଯୋଗୀ ସରକାରଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ନୋଟିସରେ ସ୍ପଷ୍ଟ...

ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri