ସ୍ତ୍ରୀକୁ ପିଟିପିଟି ହତ୍ୟା : ଜେଲ ହାଜତକୁ ଗଲେ ଅଭିଯୁକ୍ତ ସୱାମୀ

ଦେବଗଡ,୨୪।୮(ଶଶାଙ୍କ ଶେଖର ଝାଙ୍କର): ସ୍ତ୍ରୀକୁ ପିଟିପିଟି ହତ୍ୟା ଅଭିଯୋଗରେ ଜେଲ ଗଲେ ସ୍ବାମୀ । ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ପରା ଗ୍ରାମରେ ଏଭଳି ଏକ ଅଭାବନୀୟ ଘଟଣା ଦେଖାଦେଇଛି । ପରା ଗ୍ରାମର ଦୀପକ ମାହାର ତାଙ୍କ ସ୍ତ୍ରୀ ଭାରତୀ ମାହାରଙ୍କୁ ହତ୍ୟା କରିଥିବା ନେଇ ଗତ ୨୧ ତାରିଖ କୁଣ୍ଢେଇଗୋଳା ଥାନାରେ ଅଭିଯୋଗ ହୋଇଥିଲା । ଭାରତୀଙ୍କ ଭଉଣୀ ସୁକୁମାରୀ ନାଏକ କୁଣ୍ଢେଇଗୋଳା ଥାନାରେ ହତ୍ୟା ଅଭିଯୋଗ କରିଥିବାବେଳେ ପୋଲିସ କେସ ନମ୍ବର ୧୮୭/୨୫ ମାମଲା ରଜୁ କରି ତଦନ୍ତ ଆରମ୍ଭ କରିଥିଲା । ପୋଲିସ ଶନିବାର ଦୀପକଙ୍କୁ ଅଟକ ରଖି ପଚରାଉଚୁରା ପରେ ସେ ହତ୍ୟା କରିଥିବା ଜାଣିବାକୁ ପାଇଥିଲା ।

ଫଳରେ ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗରେ ଦୀପକଙ୍କୁ କୋର୍ଟଚାଲାଣ କରାଯାଇଥିବା ବେଳେ ମାନ୍ୟବର ଅଦାଲତ ତାଙ୍କୁ ଜେଲ ହାଜତକୁ ପଠାଇ ଦେଇଛନ୍ତି । ତେବେ ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଦୀପକ ଭୁବନେଶ୍ୱରରେ ରହି ଶ୍ରମିକ ଭାବେ କାମ କରୁଥିବା ବେଳେ କିଛି ଦିନ ହେଲା ଘରକୁ ଆସିଥିଲେ । ତେବେ ତାଙ୍କ ସ୍ତ୍ରୀ ଭାରତୀ ପ୍ରାୟ ସମୟରେ ଫୋନ ଯୋଗେ ଅନ୍ୟ କାହା ସହିତ କଥା ହେଉଥିବାରୁ ଦୀପକଙ୍କ ମନରେ ସନ୍ଦେହ ସୃଷ୍ଟି ହୋଇଥିଲା ଓ ଏହାକୁ ନେଇ ଗତ ୨୦ ତାରିଖ ରାତ୍ରୀରେ ସ୍ବାମୀ ଓ ସ୍ତ୍ରୀ ମଧ୍ୟରେ ବଚସା ହୋଇଥିଲା । ଏଥିରେ ଉତକ୍ଷିପ୍ତ ହୋଇ ଦୀପକ ତାଙ୍କ ସ୍ତ୍ରୀଙ୍କୁ ଗାଳିଗୁଳଜ କରି ମାଡ ମାରିବା ସହ ହାତ ଧରି ଟାଣିଦେବାରୁ ସ୍ତ୍ରୀ କଂକ୍ରିଟ ଚଟଣାରେ ପଡି ଯାଇଥିଲେ । ଫଳରେ ମୁଣ୍ଡରେ ଗୁରୁତର ଆଘାତ ଲାଗିଥିଲା । ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ନମନ୍ତେ ତାଙ୍କୁ ଛେଣ୍ଡିପଦା ଡାକ୍ତରଖାନାକୁ ନିଆଯାଇଥିବାବେଳେ ଡାକ୍ତର ଭାରତୀଙ୍କର ମୃତ୍ୟୁ ଘୋଷଣା କରିଥିଲେ । ଏନେଇ ପରା ଗ୍ରାମର କୌଣସି ଜଣେ ବ୍ୟକ୍ତି ଭାରତୀଙ୍କ ବାପଘର ଲୋକଙ୍କୁ ଫୋନ ଯୋଗେ ଜଣାଇଥିଲେ ।

ସୂଚନା ପାଇ ଭାରତୀଙ୍କ ବାପଘର ଲୋକ ଆସିଥିବାବେଳେ ଭାରତୀଙ୍କ ମୃତ୍ୟୁ ହୋଇଥିବା ଜାଣିବାକୁ ପାଇଥିଲେ । ଏଥିସହ ଭାରତୀଙ୍କୁ ତାଙ୍କ ସୱାମୀ ଦୀପକ ହତ୍ୟା କରିଥିବା ଅଭିଯୋଗ କରିଥିଲେ । ଅଭିଯୋଗ ଅଧାରରେ ପୋଲିସ ଦୀପକଙ୍କୁ ଗିରଫ କରି କୋର୍ଟଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଫିଫା ବିଶ୍ୱକପ୍‌ ଲାଗି ଡ୍ର’ ଉଠାଣ: ଜାଣନ୍ତୁ କେଉଁ ଦଳ କେବେ କାହାକୁ ଭେଟିବ…

ଓ୍ବାଶିଂଟନ,୬ା୧୨: ଆସନ୍ତା ବର୍ଷ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ ଲାଗି ଶନିବାର ଡ୍ର’ ଉଠାଣ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିସହିତ...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri