ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର: ପ୍ରସୂତି-ନବଜାତକଙ୍କ ମୃତ୍ୟୁ ନେଇ ଜେଲ୍‌ ଗଲେ ନର୍ସିଂହୋମ୍‌ ମାଲିକ

ଦିଗପହଣ୍ଡି,୨୪ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ସାହାରା ନର୍ସିଂହୋମ୍‌ରେ ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର ଯୋଗୁ ଗତ ମେ’ ୧୧ରେ ଜଣେ ପ୍ରସୂତି ଏବଂ ନବଜାତକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ ଫେରାର ଥିବା ମୁଖ୍ୟ ଅଭିଯୁକ୍ତ ନର୍ସିଂ ହୋମ୍‌ ମାଲିକ ମଙ୍ଗୁଳୁ ଚରଣ ପ୍ରଧାନଙ୍କୁ ରବିବାର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଜାମିନ ଆବେଦନ ଖାରଜ ହେବାରୁ ତାଙ୍କୁ ଦିଗପହଣ୍ଡି ସବ ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି। ଏହି ଘଟଣାରେ ସମ୍ପୃକ୍ତ ଡେଙ୍ଗାଓସ୍ତା ଗ୍ରାମ ସରକାରୀ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ମହିଳା ସ୍ବାସ୍ଥ୍ୟକର୍ମୀ ଭାବେ କାର୍ଯ୍ୟ କରୁଥିବା ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ବୈକୁଣ୍ଠ ନଗର ୪ର୍ଥ ଲେନ୍‌ରେ ରହୁଥିବା ମଧୁ ଓରଫ ମଧୁସ୍ମିତା ପଟ୍ଟନାୟକଙ୍କୁ ଗତ ମେ’ ୧୯ରେ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିଲେ। ସେହିପରି ନର୍ସିଂ ହୋମ୍‌ରେ କାମକରୁଥିବା ଗଜପତି ଜିଲା ମୋହନା ଥାନା ଲୁହାଗୁଡ଼ି ଗ୍ରାମ ନିକଟସ୍ଥ ବାଲିବଡ଼ ଗ୍ରାମର ଅନ୍ୟତମ ଅଭିଯୁକ୍ତ ମହିଳା ସ୍ବାସ୍ଥ୍ୟକର୍ମୀ(ଏଏନ୍‌ଏମ) ପ୍ରମୋଦିନୀ ଗମାଙ୍ଗ (୨୨) ଙ୍କୁ ଗତ ୧୦ ତାରିଖରେ ଗିରଫ କରି ପୋଲିସ କୋର୍ଟ ଚାଲାଣ କରିଥିଲେ। ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମ ନିକଟ ସିଙ୍ଗପୁରର ମାଗୁଣି ନାୟକଙ୍କ ଝିଅ ରୋଜି ପ୍ରାୟ ବର୍ଷକ ପୂର୍ବେ ପାଟପୁର ଥାନା କରାଖଣ୍ଡି ଗ୍ରାମର ଉଦୟ ନାୟକଙ୍କ ପୁଅବାବୁ ନାୟକଙ୍କୁ ବିବାହ କରିଥିଲେ। ବାବୁ ଗୁଜରାଟ ବରୋଦାସ୍ଥିତ ଏକ ଘରୋଇ କମ୍ପାନୀରେ କାମ କରନ୍ତି। ରୋଜି ଗର୍ଭବତୀ ହେବା ପରେ ସିଙ୍ଗପୁର ଗ୍ରାମର ବାପଘରେ ରହୁଥିଲେ। ସେ ପ୍ରାୟ ୯ ମାସର ଗର୍ଭବତୀ ଥିଲେ। ମେ’ ୧୧ ମଧ୍ୟାହ୍ନରେ ପେଟରେ ଯନ୍ତ୍ରଣା ହେବାରୁ ବାପଘର ଲୋକେ ତାଙ୍କୁ ଉକ୍ତ ନର୍ସିଂ ହୋମରେ ଭର୍ତ୍ତି କରିଥିଲେ। ଆଇଆଇସି ତଥା ଡିଏସପି ପ୍ରଶାନ୍ତ ପାତ୍ର ମାମଲା ନଂ.୨୮୪/୨୫ ଅନୁଯାୟୀ ମୋକଦ୍ଦମା ରୁଜୁ କରି ତଦନ୍ତ ନିମନ୍ତେ ଏସ.ଆଇ ସୋଫିଆ ମିଶ୍ରଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ପ୍ରକାଶ ଯେ, ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନଙ୍କ ନିର୍ଦ୍ଦେଶକ୍ରମେ ଗତ ୮ରେ ସାନଖେମୁଣ୍ଡି ତହସିଲଦାର ତଥା ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ ରାମଚନ୍ଦ୍ର ପଟ୍ଟନାୟକଙ୍କ ଉପସ୍ଥିତିରେ  ଗଞ୍ଜାମ ଜିଲା ଅତିରିକ୍ତ ଚିକିତ୍ସାଧିକାରୀ, ଡ୍ରଗସ ଇନ୍ସପେକ୍ଟର,ଦିଗପହଣ୍ଡି ପୋଲିସ ଟିମ୍ ଉପସ୍ଥିତିରେ ଉକ୍ତ ନର୍ସିଂହୋମକୁ ସିଲ୍ କରାଯାଇଥିବା ଜଣାପଡିଛି। ଗତ ୨୦୧୩ ଅକ୍ଟୋବର ୭ରେ ଉକ୍ତ ନର୍ସିଂହୋମରେ ତ୍ରୁଟି ପୂର୍ଣ୍ଣ ଚିକିତ୍ସା ଯୋଗୁ ଜଣେ ପ୍ରସୂତିଙ୍କ ମୃତ୍ୟୁ ଘଟିଥିଲା। ଏନେଇ ନର୍ସିଂହୋମ  ମାଲିକ ମଙ୍ଗୁଳୁଙ୍କ ନାଁରେ ଦିଗପହଣ୍ଡି ଥାନା ମାମଲା ନଂ.୧୦୧/୧୩ ଅନୁଯାୟୀ ମାମଲା ପଞ୍ଜୀକୃତ କରାଯାଇଥିଲା ବୋଲି ଆଇଆଇସି ତଥା ଡିଏସପି ପ୍ରଶାନ୍ତ କୁମାର ପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri