ବଜାରକୁ ଯାଉଥିଲେ ୩ ସାଙ୍ଗ: ବାଟରେ…

ଝରିଗାଁ,୨୪।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ଥାନା ଅଧୀନ କନ୍ଧଗୁଡା ଗ୍ରାମ ନିକଟରେ ରବିବାର ବାଇକରୁ ଖସି ପଡି ଜଣେ ନାବାଳକଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଛି। ଏନେଇ ଝରିଗାଁ ଥାନାରେ ଏକ ଅପମୃତ ମାମଲା ରୁଜୁ ହୋଇଛି।

ମିଳିଥିବା ସୂଚନା ମୁତାବକ, ଚଚା ପଞ୍ଚାୟତ ଅନ୍ତର୍ଗତ ଥାଟବେଡା ଗ୍ରାମର ଦୁର୍ଯ୍ୟାଧନ ଭତ୍ରା(୨୫), ଯଜମନ ଭତ୍ରା(୧୭) ଏବଂ ମଙ୍ଗରୁ ଭତ୍ରା(୨୬) ଏକ ବାଇକ୍‌ ଯୋଗେ ଦେଉଳକୋଣାସ୍ଥିତ ସାପ୍ତାହିକ ବଜାରକୁ ଯାଉଥିଲେ। ହେଲେ ବାଟରେ କନ୍ଧଗୁଡା ଗ୍ରାମ ନିକଟରେ ବାଇକ୍‌ଟି ଭାରସାମ୍ୟ ହରାଇ ଖସି ପଡି ଥିଲା।

ଫଳରେ ଯଜମନ ଭତ୍ରାଙ୍କ ମୁଣ୍ଡରେ ଆଘାତ ଲାଗିଥିବାରୁ ଘଟଣାସ୍ଥଳେ ତାଙ୍କର ମୃତ୍ୟୁ ହୋଇଥିଲା। ଆଉ ଦୁଇଜଣ ଆହତ ହୋଇଥିଲେ। ସେମାନଙ୍କୁ ଝରିଗାଁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ଖବର ପାଇ ଥାନା ଅଧିକାରୀ ପ୍ରଦୀପ କୁମାର ଶବର, ହାବିଲଦାର ମୁରଲୀ ବିଶୋଇ ପ୍ରମୁଖ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଥିଲେ। ଦୁର୍ଯ୍ୟାଧନଙ୍କ ଗୋଡ ଭାଙ୍ଗି ଯାଇଥିବାରୁ ତାଙ୍କୁ ଉମରକୋଟ ମେଡ଼ିକାଲକୁ ସ୍ଥାନାନ୍ତରିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

ଭାରତର ୫ ମହଙ୍ଗା ମହିଳା ପ୍ରବଚକ, ଯିଏ କଥା କହି ନେଇଯାଆନ୍ତି ଏତେ ଫି

ନୂଆଦିଲ୍ଲୀ,୬।୧୨: ବୃନ୍ଦାବନର ପ୍ରସିଦ୍ଧ କାହାଣୀକାର ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ୱତନ ଡିଏସପିଙ୍କ ଝିଅ ଶିପ୍ରା ଶର୍ମା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଶୁକ୍ରବାର, ଡିସେମ୍ୱର 5...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ

ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...

ମୁନିରଙ୍କ ହାତରେ ନ୍ୟୁକ୍ଲିଅର ବଟନ୍‌

ଇସ୍‌ଲାମାବାଦ,୬ା୧୨: ପାକିସ୍ତାନ ରାଷ୍ଟ୍ରପତି ଆସିଫ୍‌ ଅଲୀ ଜର୍ଦ୍ଦାରୀଙ୍କ ଅଫିସିଆଲ୍‌ ‘X’ ହ୍ୟାଣ୍ଡେଲରୁ ଶୁକ୍ରବାର ଏକ ପୋଷ୍ଟ କରାଯାଇଛି। ବର୍ତ୍ତମାନ ସିଓଏଏସ୍‌ ଥିବା ଫିଲ୍ଡ ମାର୍ଶଲ ଆସିମ୍‌...

ଭଙ୍ଗା ଝାଟିମାଟି ଘରେ ରାଘବଙ୍କ ପରିବାର : ସହାୟତା ପାଇଁ… 

କେସିଙ୍ଗା,୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କସୃପଡା ଗ୍ରାମର ରାଘ କରୁଆ (୬୦)ଙ୍କ ପରିବାର  ଝାଟିମାଟି ଘରେ ଅସହାୟ ଅବସ୍ଥାରେ ଜୀବନଯାପନ କରି...

ଫିକା ପଡ଼ିଲା ଖ୍ରୀଷ୍ଟମାସ ସେଲିବ୍ରେଶନ, ୧୦ ମୃତ ୧୯ ଆହତ

ପ୍ୟାରିସ,୬।୧୨: ଫ୍ରାନ୍ସର ଗୁଆଡେଲୁପର ସେଣ୍ଟ-ଆନରେ ଏକ ଖ୍ରୀଷ୍ଟମାସ କାର୍ଯ୍ୟକ୍ରମରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏକ ଗାଡ଼ି କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତ ହେଉଥିବା ଲୋକଙ୍କୁ ଚାପି...

ବେଆଇନ ଚୋରା ବାଲି ଚାଲାଣ: ୨ ହାଇୱାକୁ ମାଡିବସିଲା…

ପୋଲିସ।ପାଟଣା,୬।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡା ଫାଣ୍ଡି ପୋଲିସ ସାହାରପଡା ପେଟ୍ରୋଲ ପମ୍ପ ନିକଟରୁ ଶନିବାର ଭୋର ସକାଳୁ ୨ଟି ଚୋରା ବାଲି...

ଇଣ୍ଡିଗୋ ବିମାନ ରଦ୍ଦ ପରେ ବି କେମିତି ଧଡାଧଡ ବିକ୍ରି ହେଉଛି ଟିକେଟ! ୩ ଗୁଣା ଅଧିକ ଦାମରେ ବି କିଣୁଛନ୍ତି ଲୋକେ

ନୂଆଦିଲ୍ଲୀ,୬।୧୨: ଇଣ୍ଡିଗୋ ଏୟାରଲାଇନ୍ସ ଅନେକ ଦିନ ଧରି ସଂଘର୍ଷ କରୁଛି। ଡିସେମ୍ବର ୨ରୁ ବିମାନ ବାତିଲ ଚାଲିଛି। ଇଣ୍ଡିଗୋ ପ୍ରତିଦିନ ୫୦୦ରୁ ଅଧିକ ବିମାନ ବାତିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri