ଦମ୍ପତ୍ତିଙ୍କୁ ଆକ୍ରମଣ: ଜେଲଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଝରିପଦର ଗ୍ରାମରେ ଏକ ଅଭାବାନୀୟ ଘଟଣା ସାମ୍ନାକୁ ଆସିଛି। ପୈତୃକ ସମ୍ପତ୍ତି ବିବାଦକୁ କେନ୍ଦ୍ର କରି ଦମ୍ପତ୍ତିଙ୍କୁ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗ୍ରାମର ଏନ୍‌. ସୁଲଭ ରେଡ୍ଡୀ ଏବଂ ତାଙ୍କ ସ୍ବାମୀ ଏନ୍‌. ରାମ ରେଡ୍ଡୀ ଏକ ଜଳଖିଆ ଦୋକାନରେ କାମ କରୁଥିବା ସମୟରେ ଶୁକ୍ରବାର ରାତିରେ ଗ୍ରାମର ଏନ୍‌. ଅଭି ରେଡ୍ଡୀ, ଏନ୍‌. ଲବ ରେଡ୍ଡୀ ଏବଂ ଏନ୍‌. ଘନ ରେଡ୍ଡୀ ସଂଘବଦ୍ଧ ଭାବେ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ।

ଫଳରେ ରାମଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ବେଳେ ସୁଲଭଙ୍କୁ ଅସଦାଚରଣ ସହ ମାଡ଼ ମରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ଭାରପ୍ରାପ୍ତ ଆଇଆଇସି ତଥା ଡିଏସ୍‌ପି ପ୍ରଶାନ୍ତ କୁମାର ପାତ୍ର ଥାନାରେ ଏକ ମାମଲା (ନଂ. ୩୦୪/୨୫) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲେ। ପୋଲିସ ତଦନ୍ତ ପରେ ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। କୋର୍ଟରେ ଜାମିନ ଆବେଦନ ଖାରଜ ହୋଇ ଯିବାରୁ ସେମାନଙ୍କୁ ଦିଗପହଣ୍ଡି ସବ୍‌ ଜେଲ ହାଜତକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକାଶରେ ପରିବର୍ତ୍ତନ

ମଣିଷ ଆଭ୍ୟନ୍ତରୀଣ ଉପତ୍ୟକାରୁ ଉପକୂଳ, ଜଙ୍ଗଲରୁ ପର୍ବତ ଅଞ୍ଚଳକୁ ସ୍ଥାନାନ୍ତର ହୋଇଥିବାରୁ ତାହା ବିଭିନ୍ନ କାହାଣୀ ଓ ସଙ୍କେତ ବହନ କରିଥିଲା। ସେମାନଙ୍କ ସହ ଆକାଶ...

ସମସ୍ତେ ଶୋଇଥିବା ବେଳେ ଲାଗିଲା ନିଆଁ, ଜଳିଗଲା ୧୦ ବଖରା ଘର

ବାସୁଦେବପୁର,୨୨।୧: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁର ପଂଚାୟତର ନାୟକ ସାହିରେ ବୁଧବାର ବିଳମ୍ବିତ ରାତିରେ ନିଆଁ ଲାଗି ୧୦ ବଖରା ଘର ଜଳିଯାଇଛ।...

ବଞ୍ଚିବାର ସଂଘର୍ଷ

କ୍ଷୁଧା ବା ଭୋକକୁ ମଣିଷ ନିଜର ପ୍ରାଥମିକତା ମନେକରେ। ଚିନ୍ତା କରେ କ’ଣ କଲେ ପେଟରେ ଦାନା ପଡ଼ିବ। ନିଜେ ବଞ୍ଚିଲେ ତ ପରିବାର ମୁହଁରେ...

ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣରେ ଅସଙ୍ଗତି

ନାଗରିକଙ୍କ ଜନ୍ମ ଓ ମୃତ୍ୟୁର ପଞ୍ଜୀକରଣ ଏକ ଆବଶ୍ୟକତା। ଆମ ଗଣତାନ୍ତ୍ରିକ ସରକାର ୧୯୬୯ ମସିହାରେ ଜନ୍ମ ମୃତ୍ୟୁ ପଞ୍ଜୀକରଣ ଆଇନ ତିଆରି କରିଛନ୍ତି। ଯେଉଁଠି...

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri