ବିପଦ ସଙ୍କେତ ଉପରେ ସୁବର୍ଣ୍ଣରେଖା, ବୈତରଣୀ

ବାଲେଶ୍ୱର (ବାଞ୍ଛାନିଧି ଦେ)/ ଭଣ୍ଡାରିପୋଖରୀ (ରାଜେନ୍ଦ୍ର ଶତପଥୀ), ୨୫।୮: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଉତ୍ତର ଓଡ଼ିଶାରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ବିପଦ ସଙ୍କେତ ଉପରେ ସୁବର୍ଣ୍ଣରେଖା ଓ ବୈତରଣୀ ନଦୀଜଳ ପ୍ରବାହିତ ହେଉଥିବାବେଳେ ଜଳକା ଜଳସ୍ତର ବଢ଼ୁଛି। ଏଭଳିସ୍ଥଳେ ଆସନ୍ତା ୪୮ ଘଣ୍ଟାରେ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳର ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୨୫ରୁ ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାକୁ ଥିବାବେଳେ କିଛି ସ୍ଥାନରେ ପ୍ରବଳ ଓ ଅତିପ୍ରବଳ ବର୍ଷା ହୋଇପାରେ, ଫଳରେ ଉତ୍ତର ଓ ଉପକୂଳ ଓଡ଼ିଶାରେ ବନ୍ୟା ସ୍ଥିତି ଗମ୍ଭୀର ହୋଇପାରେ। ଅନ୍ୟପକ୍ଷରେ ମହାନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରର ରବିବାର ସନ୍ଧ୍ୟା ସୁଦ୍ଧା ୧୨ ସ୍ଲୁଇସ୍‌ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ କରାଯାଉଛି। ଏଭଳିସ୍ଥଳେ ତଳମୁଣ୍ଡରେ ବର୍ଷା ଲାଗିରହିଲେ ବ୍ୟାପକ ଅଞ୍ଚଳ ଜଳାର୍ଣ୍ଣବ ହୋଇପାରେ ବୋଲି ଅନୁମାନ କରାଯାଉଛି।

ବାଲେଶ୍ୱର ଜିଲା ଦେଇ ପ୍ରବାହିତ ସୁବର୍ଣ୍ଣରେଖା ନଦୀରେ ଚଳିତବର୍ଷ ଷଷ୍ଠଥର ପାଇଁ ବନ୍ୟା ଆସିଥିବାରୁ ବାଲିଆପାଳ, ଜଳେଶ୍ୱର, ଭୋଗରାଇ ସମେତ ବସ୍ତା ବ୍ଲକର ବହୁ ପଞ୍ଚାୟତରେ ପରିସ୍ଥିତି ଦୟନୀୟ ହୋଇପଡ଼ିଛି। ଅପରପକ୍ଷରେ ଜଳକା ନଦୀର ଜଳସ୍ତର ବୃଦ୍ଧି ପାଉଥିବାରୁ ପୁଣି ବନ୍ୟା ଆଶଙ୍କା ଦେଖାଦେଇଛି। ଫଳରେ ନଦୀ ତଟବର୍ତ୍ତୀ ପଞ୍ଚାୟତବାସୀ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ରାଜଘାଟଠାରେ ସୁବର୍ଣ୍ଣରେଖା ନଦୀର ବିପଦ ସଙ୍କେତ ୧୦.୩୬ ମିଟର ଓ ସତର୍କ ସଙ୍କେତ ୯.୪୫ ମିଟର ଥିବାବେଳେ ରବିବାର ଅପରାହ୍ନ ୫ଟା ସୁଦ୍ଧା ୧୧.୧୮ ମିଟର ଉଚ୍ଚରେ ବନ୍ୟାଜଳ ପ୍ରବାହିତ ହୋଇଥିବା ଦେଖିବାକୁ ମିଳିଥିଲା। ବସ୍ତା ବ୍ଲକ ମଥାନୀଠାରେ ଜଳକା ନଦୀର ବିପଦ ସଙ୍କେତ ୬.୫୦ ମିଟର. ଓ ସତର୍କ ସଙ୍କେତ ୬ ମିଟର ଥିବାବେଳେ ରବିବାର ଅପରାହ୍ନ ୩ଟା ସୁଦ୍ଧା ୫.୩୪ ମିଟର ଉଚ୍ଚରେ ଜଳ ପ୍ରବାହିତ ହେଉଥିଲା।
ଅନ୍ୟପକ୍ଷରେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକର ଆଖୁଆପଦା ଆନିକଟଠାରେ ବୈତରଣୀ ଜଳସ୍ତର ରବିବାର ମଧ୍ୟ ବିପଦସଙ୍କେତ ଉପରେ ରହିଛି। ସନ୍ଧ୍ୟା ୬ଟା ସୁଦ୍ଧା ଜଳସ୍ତର ୧୮.୪୪ ମିଟରରେ ସ୍ଥିର ରହିଛି। ଏଠାରେ ନଦୀର ବିପଦ ସଙ୍କେତ ୧୮.୩୩ ମିଟର ରହିଛି। ବନ୍ୟାଜଳ ସର୍ବାଧିକ ୧୯ ମିଟର ହୋଇପାରେ ବୋଲି ବିଭାଗୀୟ ସହକାରୀ ଯନ୍ତ୍ରୀ ସୁଶାନ୍ତ ଦାସ ସୂଚନା ଦେଇଛନ୍ତି। ନଦୀର କଣ୍ଟିଘାଇରେ ୬ ଫୁଟ୍‌ ଉଚ୍ଚତାର ବନ୍ୟାଜଳ ଦ୍ରୁତବେଗରେ ପ୍ରବେଶ କରି ବ୍ଲକର ଷୋଳମପୁର, ମାଳଦା, ରହଣିଆ, ନପଙ୍ଗ, କୁରିଗଁା ଆଦି ପଞ୍ଚାୟତକୁ ଜଳମଗ୍ନ କରିଛି। ଷୋଳମପୁର ପଞ୍ଚାୟତ ବିନ୍ଧାଣ ଗାଁ ପାର୍ଶ୍ୱ ସପ୍ତମାତୃକା ବ୍ୟାରେଜଠାରେ ୫୦ଫୁଟ୍‌ ଲମ୍ବର ନଦୀବନ୍ଧ ଧସିଯାଇଛି। ନଦୀଶଯ୍ୟାକୁ ସଙ୍କୁଚିତ କରାଯିବା ସହ ନାମକୁମାତ୍ର କଂକ୍ରିଟୀକରଣ କରାଯାଇଥିବାରୁ ଜଳସ୍ରୋତ ଚାପରେ ନଦୀବନ୍ଧ ଧସିଯାଇଥିବା କୁହାଯାଉଛି। ଜିଲାପାଳ ଦିଲୀପ ରାଉତରାଏ, ଭାଜପା ନେତା ବଦ୍ରିନାରାୟଣ ଧଳ ନଦୀବନ୍ଧ ଧସିଥିବା ସ୍ଥାନ ଓ କଣ୍ଟିଘାଇ ପରିଦର୍ଶନ କରି ଅନୁଧ୍ୟାନ କରିଛନ୍ତି। ସମ୍ଭାବ୍ୟ ବନ୍ୟା ସ୍ଥିତି ପାଇଁ ବିଭାଗ ସଜାଗ ଅଛି ବୋଲି ସହକାରୀ ଯନ୍ତ୍ରୀ ଦାସ କହିଛନ୍ତି। ପ୍ରକାଶଥାଉ କି, ଶନିବାର ଅପରାହ୍ନରେ ବୈତରଣୀ ବିପଦସଙ୍କେତ ଅତିକ୍ରମ କରିଥିଲା।
ବାଲେଶ୍ୱର ଜିଲାରେ ବନ୍ୟା ସ୍ଥିତିର ମୁକାବିଲା ପାଇଁ ଜିଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ ରବିବାର ଉକ୍ତ ୪ଟି ବ୍ଲକର ତହସିଲଦାର, ବିଡିଓ ଏବଂ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ସହ ଭିଡିିଓ କନ୍‌ଫରେନ୍ସିଂ ମାଧ୍ୟମରେ ସ୍ଥିତି ସମୀକ୍ଷା କରିଛନ୍ତି। ଅଧିକ କ୍ଷତିଗ୍ରସ୍ତ ସମ୍ଭାବନା ଥିବା ସ୍ଥାନରେ ପ୍ରଶାସନ ପକ୍ଷରୁ ୨୨ଟି ଏସ୍‌ଆର୍‌ସି ବୋଟ୍‌ ନିୟୋଜିତ କରାଯାଇଛି। ସେହିପରି ୨ଟି ଓଡ୍ରାଫ୍‌ ଟିମ୍‌ ମୁଖ୍ୟାଳୟରେ ପ୍ରସ୍ତୁତ ରହିଥିବା ବେଳେ ଆଉ ୨ଟି ପାଇଁ ଆବେଦନ କରାଯାଇଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି। ମହଜୁଦ ରହିଥିବା ଶୁଖିଲା ଖାଦ୍ୟସାମଗ୍ରୀ ଓ ଅନ୍ୟାନ୍ୟ ଆବଶ୍ୟକ ସାମଗ୍ରୀ ସମ୍ପର୍କରେ ଜିଲାପାଳ ଯାଞ୍ଚ କରିଛନ୍ତି। ଏଥିସହ ବନ୍ୟା ପ୍ରଭାବରେ ଯେଉଁ ରାସ୍ତା କିମ୍ବା ନଦୀବନ୍ଧ କ୍ଷତିଗ୍ରସ୍ତ ହୋଇଛି, ସେଠାରେ ତୁରନ୍ତ ବାଲିବସ୍ତା ପକାଯିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରଖର ସ୍ରୋତ ଥିବା ଖୋଲା ରାସ୍ତାଗୁଡ଼ିକରେ ବାରିକେଡ୍‌ କରିବା ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଗୃହପାଳିତ ପ୍ରାଣୀଙ୍କୁ ଉଦ୍ଧାର ଓ ଚିକିତ୍ସା ପାଇଁ ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସାଧିକାରୀଙ୍କୁ ସତର୍କ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri