ନୂଆଖାଇ ପୂର୍ବରୁ ୩ ହଜାର ବୋତଲ ନିଶା କଫସିରପ ଜବତ: ଧରାପଡ଼ିଲେ ୨ ଅଭିଯୁକ୍ତ

ସମ୍ବଲପୁର,୨୬ା୮(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ୱବିଦ୍ୟାଳୟ ଜ୍ୟୋତିବିହାର ନିକଟସ୍ଥ ସୁଇଟ ଅନୁଷ୍ଠାନର ପଛପାଶର୍‌ବରେ ବୁର୍ଲାଥାନା ପୋଲିସ ଚଢାଉ କରି ବିପୁଳ ପରିମାଣରେ ନିଶା କଫସିରପ୍‌ ଜବତ କରିଛି। ପୋଲିସ ଘଟଣାରେ ସମ୍ପୃକ୍ତ ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ବୁର୍ଲାଥାନା ଅନ୍ତର୍ଗତ ବୁର୍ଲା ତଳପଡ଼ାର ଆକାଶ ସାମଲ(୨୬) ଏବଂ ସୁବର୍ଣ୍ଣପୁର ଜିଲା ବିନିକା ଥାନା ଅଧୀନ ସିଂଘିଯୁବାର ସୁକଦେବ ଦୀପ(୨୧)।

ପୋଲିସ ସେମାନଙ୍କ ନିକଟରୁ ୩ ହଜାର ବୋତଲ କଫସିରପ, ଗୋଟିଏ ମ୍ୟାକ୍ସ ପିକଅପ୍‌ ଭ୍ୟାନ(ଓଡି-୧୭-ଏସି-୮୪୨୧), ୨ଟି ମୋବାଇଲ ଫୋନ ଏବଂ ନଗଦ ୧ଲକ୍ଷ ୧୨ ହଜାର ଟଙ୍କା ଜବତ କରିଛି।

ପୋଲିସ ସୂଚନା ମୁତାବକ, ମଙ୍ଗଳବାର ଭୋରରେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ସୁଇଟ ପଛପାର୍ଶ୍ୱରେ ଥିବା ଖୋଲା ପଡ଼ିଆରେ କଫସିରପ କାରବାର ହେଉଥିବା ନେଇ ବିଶ୍ୱସ୍ତ ସୂତ୍ରରୁ ଖବର ମିଳିଥିଲା। ଖବର ପାଇ ପୋଲିସ ଏସ୍‌ଆଇ ଏସ୍‌କେ ନାଏକଙ୍କ ନେତୃତ୍ୱରେ ପୋଲିସ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ସନ୍ଦିଗ୍ଧ ଅବସ୍ଥାରେ ଛିଡ଼ା ହୋଇଥିବା ଏକ ପିକଅପ୍‌ ଭ୍ୟାନକୁ ଯାଞ୍ଚ କରିଥିଲେ। ଯାଞ୍ଚ ବେଳେ ଭ୍ୟାନ୍‌ରେ ନିଶା କଫସିରପ ବୋଝେଇ ହୋଇଥିବା ଦେଖିବାକୁ ମିଳିଥିଲା।

ଏପରିକି ଗାଡିରେ ଉପସ୍ଥିତ ଥିବା ଅଭିଯୁକ୍ତ ଦ୍ବୟଙ୍କୁ ପୋଲିସ ଟିମ୍‌ ଧରିବା ସହ କାଗଜପତ୍ର ମାଗିଥିଲେ। ହେଲେ ସେମାନେ କୌଣସି କାଗଜପତ୍ର ଦେଇପାରି ନ ଥିଲେ। ପରେ ପୋଲିସ ଟିମ୍‌ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ନିଶା କଫସିରପ ଜବତ କରିବା ସହ ଅଭିଯୁକ୍ତ ଦ୍ୱୟଙ୍କୁ ଗିରଫ କରି ଥାନାକୁ ଆଣିଥିଲେ। ଏନେଇ ବୁର୍ଲା ଥାନାରେ ଏକ ମାମଲା(ନଂ.୩୭୧/୨୦୨୫) ରୁଜୁ କରି ପୋଲିସ ମଙ୍ଗଳବାର ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରିଛି। କୋର୍ଟରେ ଜାମିନ ନାମଞ୍ଜୁର ହେବାରୁ ଗିରଫ ଅଭିଯୁକ୍ତ ଦ୍ୱୟଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ନିର୍ମାଣ ଦାବିରେ ଶିକ୍ଷକଙ୍କ ଆମରଣ ଅନଶନ

ଭଞ୍ଜନଗର,୧୯।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଲାଲସିଂ ପଞ୍ଚାୟତରେ ଦୀର୍ଘ ଦିନରୁ ପଡ଼ି ରହିଥିବା ଅଧାପନ୍ତରିଆ ରାସ୍ତା କାମକୁ ନେଇ ଅସନ୍ତୋଷ ତେଜିଛି। ଛେଦାଭୂମୀ...

ଯୁବକଙ୍କୁ ଗୁଳି ମାଡ: ବାଇକରେ ଆସି ଫାୟାରିଂ କରି ଫେରାର୍‌ ହୋଇଗଲେ…

ଖୋର୍ଦ୍ଧା,୧୯।୧(ପ୍ରଭାତ ପାଣିଗ୍ରାହୀ): ଗୁଳି ମାଡରେ ଯୁବକଙ୍କ ମୃତ୍ୟୁ। ବେଗୁନିଆ ଥାନା ଅନ୍ତର୍ଗତ ପରିଛଳ ଜାମୁସହିରେ ଏହି ଘଟଣା ଘଟିଛି । ମୃତ ବ୍ୟକ୍ତିଙ୍କ ନାମ ବାସୁଦେବ...

ଅଞ୍ଚଳ ପାଇଁ ଗୌରବ ଆଣିଲେ ଗୋରା ସିଂ: OPSC ପରୀକ୍ଷାରେ ୬୩ତମ ର଼୍ୟାଙ୍କ ରଖି କୃତକାର୍ଯ୍ୟ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କିର୍ତ୍ତି): ଦୃଢ ଇଚ୍ଛାଶକ୍ତି ଓ ପରିଶ୍ରମ ଆଗରେ ହାର ମାନିଛି ଦାରିଦ୍ର୍ୟ। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସୁଯୋଗ୍ୟ ସନ୍ତାନ ଗୋରା...

ଆକ୍ସନ ମୋଡରେ ଯୋଗାଣ ନିରୀକ୍ଷକ: ଗାଁରେ ପହଞ୍ଚି ନିଜେ ବାଣ୍ଟିଲେ ବଞ୍ଚିତ ହିତାଧିକାରୀଙ୍କୁ ଚାଉଳ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କୀର୍ତ୍ତି): ଚମ୍ପାଛୁଆଁ ଗ୍ରାମର ହିତାଧିକାରୀମାନେ ଚଳିତ ବର୍ଷର ୩ ମାସର ପିଡିଏସ ଚାଉଳ ପାଇବାରୁ ବଞ୍ଚିତ ଥିବା ନେଇ ‘ଧରିତ୍ରୀ’ ରେ ଖବର...

ଭାରତ ମାତା ପୂଜନ ଉତ୍ସବରେ ଦୁଲୁକିବ ମଞ୍ଚ, ସାଂସ୍କୃତିକ କାର୍ଯ୍ୟକ୍ରମରେ ମୁଖ୍ୟ ଆକର୍ଷଣ ରହିଛି…

ଦାରିଙ୍ଗବାଡି, ୧୯।୧ (ଅରୁଣ ସାହୁ ): ଆସନ୍ତା ସାଧାରଣତନ୍ତ୍ର ଦିବସରେ ୧୪ ତମ ଭାରତ ମାତା ପୂଜନ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ ସିମନବାଡି ଦୁର୍ଗା...

ବ୍ରାଉନସୁଗାର କାରବାର ସୂଚନା ପାଇ ଅଚାନକ ଚଢାଉ କଲା ପୋଲିସ, ଜବତ ହେଲା…

ଜୟପୁର,୧୯।୧(ପବନ ପାଣିଗ୍ରାହୀ): ବ୍ରାଉନସୁଗାର କାରବାର ସମୟରେ ଟାଉନ ପୋଲିସ ଚଢାଉ କରିଛି । ଚଢାଉ ବେଳେ ୨ ଅଭିଯୁକ୍ତଙ୍କୁ ଗିରଫ କରି ବ୍ରାଉନସୁଗାର ଜବତ କରିଛି।...

ମା’ ସହ ୨ ଝିଅଙ୍କୁ ହତ୍ୟା ଉଦ୍ୟମ କରି ମାରିଥିଲେ ଚମ୍ପଟ, ଧରାପଡିବା ପରେ ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି,୧୯।୧(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବି. ତୁରୁବୁଡ଼ି ପଞ୍ଚାୟତ କାଣ୍ଡେଶ୍ୱର ଗ୍ରାମ ଇନ୍ଦିରା ଆବାସ କଲୋନୀରେ ରହୁଥିବା ସ୍ବର୍ଗତ ପାଣ...

ଏମ୍‌ପି ସପ୍ତଗିରି ଉଲାକାଙ୍କ ବଡ଼ ସୂଚନା: ଏହି ସବୁ ରୁଟ୍‌ରେ ବସିବ…

ରାୟଗଡା,୧୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ରେଳ ଡିଭିଜନ କାର୍ଯ୍ୟକ୍ଷମ ହୋଇଥିଲେ ହେଁ ଟ୍ରେନ ଯାତାୟାତ ସିଗନାଲ ବ୍ୟବସ୍ଥା ସମେତ ଅନ୍ୟାନ୍ୟ ଟେକ୍ନିକାଲ ବ୍ୟବସ୍ଥାର କଣ୍ଟ୍ରୋଲ ବର୍ତ୍ତମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri