ଜଙ୍ଗଲକୁ ଟେକି ନେଇ ବ୍ୟବସାୟୀଙ୍କଠାରୁ ୪ ଲକ୍ଷ ଟଙ୍କା ଡକାୟତି, ୪ ଅଭିଯୁକ୍ତ…

ଦିଗପହଣ୍ଡି,୨୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ ବିଜୟ ଲକ୍ଷ୍ମୀ ନାରାୟଣପୁର ଗ୍ରାମ ଛକ ନିକଟରେ ଜଣେ ପାନମସଲା ବ୍ୟବସାୟୀଙ୍କୁ ମାଡମାରି ଟଙ୍କା ଲୁଟି ନେବା ଅଭିଯୋଗରେ କେ. ନୂଆଗାଁ ପୋଲିସ ୪ ଅଭିଯୁକ୍ତଙ୍କୁ ଗିରଫ କରିଥିବା ଜଣାପଡିଛି। ସେମାନେ ହେଲେ କେ. ନୂଆଗାଁ ଥାନା କୁମ୍ଭରଡା ଗ୍ରାମର ଜିତୁ ଓରଫ ଜିତେନ୍ଦ୍ର ପ୍ରଧାନ, ନୂଆପଡା ଗ୍ରାମର ନାନା ଓରଫ ନୃସିଂହ ପ୍ରସାଦ ପଣ୍ଡା, ଜଗମୋହନ ପୁର ଗ୍ରାମର ଦୀପକ ଗୌଡ ଏବଂ ଦିଗପହଣ୍ଡି ଥାନା ଲଙ୍ଗଳଦେଇ ଗ୍ରାମର କାଳିଆ ଦାସ। ଗତ ଜୁଲାଇ ୨୨ ତାରିଖରେ ଅଭିଯୁକ୍ତ ମାନେ ଶେରଗଡ ଥାନା ଧବଳପୁର ଗ୍ରାମର ମସଲା ବ୍ୟବସାୟୀ କ୍ରିଷ୍ଣା କୁମାର ବିଷୋୟୀଙ୍କ ପିକଅପ୍‌ ଭ୍ୟାନ୍‌କୁ ଅଟକାଇ ଗାଡି ଭଙ୍ଗାରୁଜା କରିବା ସହ ତାଙ୍କୁ ଜୋର ଜବରଦସ୍ତ ନିକଟସ୍ଥ ଜଙ୍ଗଲ ଆଡକୁ ନେଇଯାଇଥିଲେ। ସେଠାରେ ତାଙ୍କୁ ମାଡ଼ମାରି ମସଲା ବିକ୍ରିକରି ସେ ଧରିଥିବା ୪ ଲକ୍ଷ ଟଙ୍କା ସମେତ ଏକ ମୋବାଇଲ ଫୋନ ଛଡାଇ ନେଇ ଯାଇଥିଲେ। ଘଟଣା ସମ୍ପର୍କରେ ବ୍ୟବସାୟୀ ଜଣକ ଥାନାରେ ଏତଲା ଦେବା ପରେ ପୋଲିସ ଥାନା ମାମଲା ନଂ. ୨୪୪/୨୫ ଅନୁଯାୟୀ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲେ। ମାମଲାରେ ବିଶ୍ବସ୍ତ ସୂତ୍ରରୁ ଖବର ପାଇ ପୋଲିସ ଦୀପକ ଏବଂ କାଳିଆକୁ ତାମିଲନାଡୁର କୋଏମ୍ବାଟୁର ସହରରୁ ଧରିବାରେ ସକ୍ଷମ ହୋଇଥିବା ବେଳେ ଅନ୍ୟ ୨ ଅଭିଯୁକ୍ତଙ୍କୁ ସେମାନଙ୍କ ଗ୍ରାମରୁ ଗିରଫ କରିଥିଲା। ଏପରିକି ଅଭିଯୁକ୍ତ କାଳିଆ ଙ୍କ ଠାରୁ ନଗଦ ୪୫ ହଜାର ଟଙ୍କା ଏବଂ ଏକ ଭିଭୋ ମୋବାଇଲ ମଧ୍ୟ ଜବତ କରଛି।ମଙ୍ଗଳବାର ଗିରଫ ସମସ୍ତ ଅଭିଯୁକ୍ତମାନଙ୍କୁ ଦିଗପହଣ୍ଡି କୋର୍ଟ ଚାଲାଣ କରାଯିବା ପରେ ଜାମିନ ଆବେଦନ ଖାରଜ ହେବାରୁ ସେମାନଙ୍କୁ ଦିଗପହଣ୍ଡି ସବ୍‌ଜେଲ ହାଜତକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍‌ ସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ...

ଯୁବକଙ୍କୁ ହଜି ଯାଇଥିବା ଫୋନ୍‌ ଫେରାଇଲେ ଏମ୍‌ପିଙ୍କ ପିଏ

ରାୟଗଡ଼ା,୨୧ା୧(ଆଶିଷ ରଞ୍ଜନ ପଣ୍ଡା): କୋରାପୁଟ ଏମ୍‌ପିଙ୍କ ପିଏ ବାପି ପଟ୍ଟନାୟକ ଜଣେ ଯୁବକଙ୍କ ହଜି ଯାଇଥିବା ମୋବାଇଲ ଫେରାଇ ମାନବିକତାର ପରିଚୟ ଦେଖାଇଛନ୍ତି। ସୂଚନା ମୁତାବକ...

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri