ପଡ଼ିଆରେ ଠିଆ ହୋଇଥିଲେ ଯୁବକ: ହଠାତ୍‌ ୩ ଜଣ ପହଞ୍ଚି କଲେ ଆକ୍ରମଣ, ଆଉ ତା’ ପରେ…

ରାୟଗଡ଼ା,୨୭ା୮(ଆଶିଷ ରଞ୍ଜନ ପଣ୍ଡା): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୁଧବାର ରାୟଗଡ଼ା ସହରରେ ଅଗ୍ନିଶମ କାର୍ଯ୍ୟାଳୟ ପଛପଟ ପଡ଼ିଆରେ ଘଟିଛି ହତ୍ୟାକାଣ୍ଡ। ଏକ ଧାରୁଆ ଅସ୍ତ୍ରରେ ତିନି ଜଣ ଯୁବକ ସଂଘବଦ୍ଧ ଭାବେ ଜଣେ ୨୬ ବର୍ଷୀୟ ଯୁବକଙ୍କୁ ଅତ୍ୟନ୍ତ ବୀଭତ୍ସ ଭାବେ ହତ୍ୟା କରିଛନ୍ତି।

ମୃତକ ଜଣକ ହେଲେ ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପଛପଟେ ଥିବା ହରିଜନ ବସ୍ତିର ରୋହିତ ଥାପ୍ପା। ତାଙ୍କ ମୃତଦେହ ଅଗ୍ନିଶମ ବିଭାଗ କାର୍ଯ୍ୟାଳୟ ପଡ଼ିଆ ନିକଟରେ ପଡ଼ିଥିବା ବେଳେ ସ୍ଥାନୀୟ ଲୋକେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସିଳୟରେ ଭର୍ତ୍ତି କରିଥିଲେ। ହେଲେ ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ୩ ଦିନ ତଳେ କିଛି ଯୁବକଙ୍କ ସହ ରୋହିତଙ୍କର ପାଟିତୁଣ୍ଡ ହୋଇଥିଲା। ପରେ ଆପୋଷ ବୁଝାମଣା ହୋଇଥିବା ବେଳେ ଆଜି ଅପରାହ୍ନରେ ରୋହିତ ଖେଳ ପଡ଼ିଆରେ ଠିଆ ହୋଇଥିଲେ। ଏହି ସମୟରେ ତିନି ଜଣ ଯୁବକ ଆସି ମାରଣାସ୍ତ୍ରରେ ତାଙ୍କୁ ଆକ୍ରମଣ କରିଥିଲେ। ଫଳରେ ଘଟଣାସ୍ଥଳରେ ହିଁ ସେ ଅଚେତ ହୋଇପଡ଼ିଥିଲେ। ତେବେ ଏନେଇ ଟାଉନ ଥାନା ପୋଲିସ ଏକ ମାମଲା ରୁଜୁ କରିବା ସହ ହତ୍ୟାକାଣ୍ଡ ଭିଆଇଥିବା ତିନି ଜଣ ଯୁବକଙ୍କ ଖୋଳତାଡ଼ ଆରମ୍ଭ କରିଥିବା ପୋଲିସ ସୂଚନା ଦେଇଛି। ତେବେ ଏହି ହତ୍ୟାକାଣ୍ଡ ଘଟଣା କାରଣରୁ ମହିଳା ମହାବିଦ୍ୟାଳୟ ପଛପଟେ ଥିବା ମୃତକଙ୍କ ବସ୍ତି ଅଞ୍ଚଳରେ ବ୍ୟାପକ ପୋଲିସ ମୁତୟନ କରାଯାଇଛି। ରାୟଗଡ଼ା ଏସ୍‌ଡିପିଓ ଗୌରହରି ସାହୁ ଏବଂ ଟାଉନ ଥାନା ଆଇଆଇସି ପ୍ରସନ୍ନ କୁମାର ବେହେରାଙ୍କ ନେତୃତ୍ୱରେ ବ୍ୟାପକ ପୋଲିସ ଫୋର୍ସ ଜଗିଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri