ବାଇକ୍‌-ମୋବାଇଲ ଲୁଟେରାଙ୍କୁ କାବୁ କଲା ବୈଶିଙ୍ଗା ପୋଲିସ, ଗଣେଶ ପୂଜା ସୁଯୋଗରେ…

ବୈଶିଙ୍ଗା,୨୮।୮(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ପୋଲିସ ପକ୍ଷରୁ ଗୁରୁବାର ଅପରାହ୍ନ ୧ଟା ସମୟରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ମିଳିଥିବା ସୂଚନା ମୁତାବକ ବେତନଟୀ ଓ ବୈଶିଙ୍ଗା ଥାନା ଅଞ୍ଚଳରେ ବାଇକ ଓ ମୋବାଇଲ ଲୁଟେରା ଗ୍ୟାଙ୍ଗ ସକ୍ରୀୟ ହୋଇପଡ଼ିଥିଲେ ଏବଂ ବିଭିନ୍ନ ସ୍ଥାନରେ ସିରିଜ ଲୁଟ , ଛିନତାଇ ଓ ଚୋରି ଘଟଣାରେ ଅସ୍ତବ୍ୟସ୍ତ ହୋଇ ପଡ଼ିଥିଲା ପୋଲିସ ପ୍ରଶାସନ। ତେବେ ବୁଧବାର ରାତିରେ ଥାନାଧିକାରୀ ବାରିଣୀ ଦାସଙ୍କ ନେତୃତ୍ୱରେ ଦେବାଶିଷ ମଣ୍ଡଳ, ପ୍ରଦୀପ କୁମାର ଦେ ଓ ଅନ୍ୟାନ୍ୟ ପୋଲିସ କର୍ମଚାରୀମାନେ ସମ୍ପୃକ୍ତ ଦୁର୍ବୃତ୍ତମାନଙ୍କୁ ଗିରଫ କରାଯିବା ସହିତ ଲୁଟ ସାମଗ୍ରୀ ଉଦ୍ଧାର କରିବାରେ ସଫଳତା ହାସଲ କରିଛନ୍ତି ।

ଖବରରୁ ପ୍ରକାଶ ଯେ, ମେ’ ୧୯ ତାରିଖ ଦିନ ବାଲେଶ୍ୱର ଶିଳ୍ପାଞ୍ଚଳ ଥାନା ଅର୍ନ୍ତଗତ ଛଣପୁର ଗ୍ରାମର ସନ୍ତୋଷ ବେହେରା ବୈଶିଙ୍ଗା ନିକଟସ୍ଥ ପଣସିଆ ଗ୍ରାମର ଶିବ ସିଂଙ୍କ ଘରକୁ ଆସିଥିଲେ। କିଛି ସମୟ ପରେ ସେ ଘରୁ ବାହାରି ତାଙ୍କ ବାଇକଟିକୁ ଆଉ ପାଇ ନ ଥିଲେ। ଏନେଇ ସେ ଥାନାରେ ଏତଲା ଦେଇଥିଲେ। ତାଙ୍କ ଏତଲା ମୂଳେ କେସ ନଂ ୨୫୮ ରୁଜୁ କରାଯାଇ ତଦନ୍ତ ଆରମ୍ଭ ହୋଇଥିଲା ଏବଂ ପରଦିନ ସେହି ପଣସିଆ ଗ୍ରାମର ବନା ସିଂ ଙ୍କ ପୁଅ କୃଷ୍ଣକୁ ଗିରଫ କରିବା ସହ ସନ୍ତୋଷଙ୍କ ଚୋରି ବାଇକଟିକୁ ଜବତ କରି କୋର୍ଟ ଚାଲାଣ କରିଥିଲା ବୈଶିଙ୍ଗା ପୋଲିସ। ତେବେ ଏହା ପଛରେ ଆହୁରି କିଛି ଦୁର୍ବୃତ୍ତ ସମ୍ପୃକ୍ତ ଥିବା ସୂଚନା ମିଳିବା ପରେ ତଦନ୍ତକୁ ତ୍ୱରାନ୍ବିତ କରାଯାଇଥିଲା। ବୁଧବାର ସାରେ ସମଗ୍ର ଅଞ୍ଚଳ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ଥିବା ସୁଯୋଗରେ ମୟୂରଭଞ୍ଜ ଓ ବାଲେଶ୍ୱର ଜିଲାର କେତେକ ସ୍ଥାନରେ ପୋଲିସ ପକ୍ଷରୁ ଚଢ଼ାଉ କରାଯାଇ ପଣସିଆ ଗ୍ରାମର ଅଶୋକ ସିଂ ଓ ବଡ଼ସାହି ଥାନା ଅର୍ନ୍ତଗତ ଭିମଦା ଗ୍ରାମର ଶିବଶଙ୍କର ଗିରିଙ୍କୁ ଗିରଫ କରାଯିବା ସହିତ ମୋବାଇଲ, ବାଇକ ଓ ତିନିଟି ବଡ଼ ବ୍ୟାଟେରୀ ଜବତ କରାଯାଇଛି। ତେବେ ବେତନଟୀ ପୋଲିସ ଉପଖଣ୍ଡ ଅଧିକାରୀ ସୁଶ୍ରୀ ମିନତୀ ବିଶ୍ବାଳଙ୍କ ତତ୍ତ୍ୱାବଧାନରେ ତଦନ୍ତ ଜାରି ରହିଛି ଏବଂ ଏହି ରାକେଟରେ ସମ୍ପୃକ୍ତ ଆହୁରି କିଛି ଅଭିଯୁକ୍ତ ଖୁବଶୀଘ୍ର ଗିରଫ ହେବାର ସମ୍ଭାବନା ରହିଛି ବୋଲି ପ୍ରକାଶ କରିଛନ୍ତି ବାରିପଦା ଏଏସ୍‌ପି ଦୀପକ କୁମାର ଗୋଚ୍ଛାୟତ।


Enter your email to get our daily news in your inbox.

All Right Reserved By Dharitri.Com

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ

ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...

ଭଙ୍ଗା ଝାଟିମାଟି ଘରେ ରାଘବଙ୍କ ପରିବାର : ସହାୟତା ପାଇଁ… 

କେସିଙ୍ଗା,୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କସୃପଡା ଗ୍ରାମର ରାଘବ କରୁଆ (୬୦)ଙ୍କ ପରିବାର  ଝାଟିମାଟି ଘରେ ଅସହାୟ ଅବସ୍ଥାରେ ଜୀବନଯାପନ କରି...

ବେଆଇନ ଚୋରା ବାଲି ଚାଲାଣ: ୨ ହାଇୱାକୁ ମାଡିବସିଲା…

ପୋଲିସ।ପାଟଣା,୬।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡା ଫାଣ୍ଡି ପୋଲିସ ସାହାରପଡା ପେଟ୍ରୋଲ ପମ୍ପ ନିକଟରୁ ଶନିବାର ଭୋର ସକାଳୁ ୨ଟି ଚୋରା ବାଲି...

ଧନୁଯାତ୍ରା ପାଇଁ ଶୁଭସ୍ତମ୍ଭ: ପ୍ରସ୍ତୁତି ଜୋରଦାର…

ନୂଆପଡ଼ା,୬ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଲଖନା ଗାଁରେ ଶୁକ୍ରବାର ୧୭ତମ ଧନୁଯାତ୍ରା ପାଇଁ ନୂତନ କମିଟି ଗଠନ ସହ ଶୁଭସ୍ତମ୍ଭ...

ଫଳ ଦୋକାନ ଉପରକୁ ମାଡିଗଲା ମ୍ୟୁନିସିପାଲଟି ଗାଡି, ମୋବାଇଲ ଫୋନରେ କଥା ହୋଇ…

ବଲାଙ୍ଗୀର,୬।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବସ୍‌ ଟର୍ମିନାଲ ସମ୍ମୁଖରେ ଥିବା ଫଳ ଦୋକାନ ଉପରକୁ ଶନିବାର ସକାଳେ ବଲାଙ୍ଗୀର ମ୍ୟୁନିସିପାଲଟିରେ ରେଜିଷ୍ଟେଶନ ହୋଇଥିବା ସୁଲଭ ଶୌଚାଳୟର...

ଗୃହରକ୍ଷୀବାହିନୀ ପୋଲିସର ଅଭିନ୍ନ ଅଙ୍ଗ: ଜନସାଧାରଣଙ୍କ ହୋଇଛନ୍ତି ଆସ୍ଥାଭାଜନ

ବଲାଙ୍ଗୀର, ୬।୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶା ଗୃହରକ୍ଷୀ ବାହିନୀର ୬୩ତମ ପ୍ରତିଷ୍ଠା ଦିବସ ସ୍ଥାନୀୟ ବଲାଙ୍ଗୀର ରିଜର୍ଭ ପୋଲିସ ପରେଡ ପଡିଆଠାରେ ଶନିବାର ପାଳିତ ହୋଇଯାଇଛି...

ବିପୁଳ ଗଞ୍ଜେଇ ଜବତ,  ଜଣଙ୍କ ପରେ ଜଜଙ୍କୁ ମାଡିବସିଲା…

ନୂଆପଡ଼ା,୬ା୧୨ (ମକାରୁ ବେମାଲ): ନୂଆପଡ଼ା ଅବକାରୀ ବିଭାଗ ଶୁକ୍ରବାର ବିଭିନ୍ନ ସ୍ଥାନରେ ଚଢାଉ କରି ବିପୁଳ ପରିମାଣ ଗଞ୍ଜେଇ ଜବତ ସହ ୬ ଜଣଙ୍କୁ ଗିରଫ...

ବାଇକ୍‌ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରଲର: ଜାତୀୟ ରାଜପଥ ରକ୍ତଚଞ୍ଜିତ

ବଣାଇଁ, ୬।୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ଗମଲେଇ ନିକଟ ୧୪୩ ନମ୍ବର ଜାତୀୟ ରାଜପଥରେ କିଛି ସମୟ ପୂର୍ବରୁ ଘଟିଛି ଏକ ମର୍ମନ୍ତୁଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri