ଓଡ଼ିଶାକୁ ଗୁରୁତ୍ୱ ଦେଉଛି ସଂସଦ: ବାଚସ୍ପତି

ଭୁବନେଶ୍ୱର,୨୯ା୮(ରବିନାରାୟଣ ଜେନା): ଓଡ଼ିଶା ଭଳି ଏକ ଅନୁସୂଚିତ ଜାତି ଓ ଜନଜାତିବହୁଳ ରାଜ୍ୟକୁ ସଂସଦ ଗୁରୁତ୍ୱ ଦେଉଛି ବୋଲି ବାଚସ୍ପତି ସୁରମା ପାଢ଼ୀ କହିଛନ୍ତି। ଗୁରୁବାର ବିଧାନସଭାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ବାଚସ୍ପତି କହିଛନ୍ତି, ଦେଶ ସ୍ବାଧୀନତା ପରେ ୧୯୭୬ରୁ ଏଯାବତ୍‌ ୫ଥର ଦିଲ୍ଲୀରେ ଅନୁସୂଚିତ ଜାତି, ଜନଜାତି ଜାତୀୟ ସମ୍ମିଳନୀ କରାଯାଇଥିବାବେଳେ ପ୍ରଥମଥର ପାଇଁ ଏହା ଓଡ଼ିଶାରେ ହେବାକୁ ଯାଉଛି। ଶୁକ୍ରବାରଠାରୁ ଭୁବନେଶ୍ୱର ଲୋକସେବା ଭବନର କନ୍‌ଭେନ୍‌ସନ ସେଣ୍ଟରଠାରେ ଦୁଇଦିନ ଧରି ଏହା ଅନୁଷ୍ଠିତ ହେବ। ଏହାକୁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଉଦ୍‌ଘାଟନ କରିବେ। ସମ୍ମିଳନୀକୁ ନେଇ ବାଚସ୍ପତି ସୁରମା ପାଢ଼ୀ ଲୋକ ସଭା ବାଚସ୍ପତି, ରାଜ୍ୟ ସଭା ଉପାଧ୍ୟକ୍ଷ ଏବଂ ତାଙ୍କର ସମସ୍ତ ସହଯୋଗୀଙ୍କୁ କୃତଜ୍ଞତା ଜଣାଇ କହିଛନ୍ତି, ଏହି ସମ୍ମିଳନୀ ଓଡ଼ିଶା ପାଇଁ ବହୁ ଗୁରୁତ୍ୱ ବହନ କରୁଛି। ଏହି ଅବସରରେ ଆଲୋଚନା ସହ ଅନ୍ୟ ସମସ୍ତ ରାଜ୍ୟକୁ ଓଡ଼ିଶାର ଅନୁସୂଚିତ ଜାତି ଓ ଜନଜାତି ସମ୍ପ୍ରଦାୟଙ୍କ ଚାଲିଚଳଣି, ପୋଷାକ ପରିଧାନ, କାର୍ଯ୍ୟକୁଶଳତା, କାରିଗରି ବିଦ୍ୟା, ହସ୍ତଶିଳ୍ପ ସମ୍ପର୍କରେ ଅବଗତ କରାଇବା ପାଇଁ ଏକ ପ୍ରଦର୍ଶନୀ ଆୟୋଜନ କରାଯାଇଛି। ଓଡ଼ିଶାର ଐତିହ୍ୟ, ସଂସ୍କୃତି, ନୃତ୍ୟ-ସଂଗୀତ, ଚାରୁକଳା, କାରୁକଳା ସହିତ ଆଗନ୍ତୁକମାନଙ୍କୁ ପରିଚିତ କରାଇବା ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଅତିଥିମାନଙ୍କୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ, କୋଣାର୍କ, ଜନଜାତି ସଂଗ୍ରହାଳୟ ଆଦି ବୁଲାଇ ଦେଖାଇବାର ମଧ୍ୟ ବ୍ୟବସ୍ଥା କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସଭାର ଉପାଧ୍ୟକ୍ଷ ହରିବଂଶ ନାରାୟଣ ସିଂ ଏବଂ ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି କଲ୍ୟାଣ ସଂସଦୀୟ କମିଟିର ଅଧ୍ୟକ୍ଷ ଡ. ଫଗନ ସିଂହ କୁଲସ୍ତେ ମଧ୍ୟ ଏହି ସମାବେଶକୁ ସମ୍ବୋଧିତ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri