ଢେଙ୍କାନାଳ: ୩୩ ମଣ୍ଡପରେ ପୂଜାର୍ଚ୍ଚନା

ଢେଙ୍କାନାଳ ଅଫିସ, ୨ା୯

ଆଉ କେଇ ଘଣ୍ଟା ପରେ ଆରମ୍ଭ ହେବ ବିଘ୍ନରାଜ ଗଜାନନଙ୍କ ପୂଜାର୍ଚ୍ଚନା। ଏହି ଗଣପର୍ବରେ ନିଜକୁ ସାମିଲ କରିଛି ସାଂସ୍କୃତିକ ସହର ଢେଙ୍କାନାଳ। ୮ଦିନ ବ୍ୟାପୀ ହେବାକୁ ଥିବା ଏହି ପୂଜା ପାଇଁ ପ୍ରସ୍ତୁତି ଶେଷ ହୋଇ ସାରିଥିବାବେଳେ ରଙ୍ଗିନ ଆଲୋକମାଳାର ରୋଶଣିରେ ଝଲସୁଛି ସମଗ୍ର ସହର।
ଚଳିତବର୍ଷ ୩୩ ପୂଜାମଣ୍ଡପରେ ଗଣପତିଙ୍କୁ ଆବାହନ କରାଯିବ। ଏହାକୁ ନେଇ ପୂଜା ପ୍ରତିଷ୍ଠାନର କର୍ମକର୍ତ୍ତାଙ୍କ ମଧ୍ୟରେ ବିପୁଳ ଉତ୍ସାହ ଦେଖିବାକୁ ମିଳିଛି। ପୁରାଣ ବର୍ଣ୍ଣିତ କାହାଣୀ, ସାମ୍ପ୍ରତିକ ପରିସ୍ଥିତିକୁ ନେଇ ମଣ୍ଡପରେ ସାଜସଜ୍ଜା କରାଯାଇଛି। ସହରର ପ୍ରମୁଖ ପୂଜାମଣ୍ଡପ ଗଣେଶ ବଜାରରେ ପୂର୍ବାହ୍ନ ସାଢ଼େ ୮ଟାରେ ପୂଜା ଆରମ୍ଭ ହେବ। ୯ ତାରିଖରେ ମିଳିତ ଗଣେଶ ପୂଜା ଭସାଣି ଉତ୍ସବ ଅନୁଷ୍ଠିତ ହେବ। ଏଥିରେ ସମସ୍ତ ମେଢ ସାମିଲ ହେବା କାର୍ଯ୍ୟକ୍ରମ ରହିଥିବା ମିଳିତ ଗଣେଶ ପୂଜା କମିଟି ସମ୍ପାଦକ ବିଶ୍ୱନାଥ ବେହେରା ସୂଚନା ଦେଇଛନ୍ତି। ଶାନ୍ତିଶୃଙ୍ଖଳା ପାଇଁ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ସେହିପରି ପରିବେଶ ସୁରକ୍ଷା ପାଇଁ ପଲିଥିନ, ପ୍ଲାଷ୍ଟିକ୍‌କୁ ନିଷିଦ୍ଧ କରାଯାଇଛି। ପୂଜାକୁ ଶାନ୍ତିଶୃଙ୍ଖଳାର ସହ ସମାପନ କରିବାକୁ କମିଟି ସଭାପତି ସୁଧାଂଶୁ ଦଳେଇ ସମସ୍ତଙ୍କ ସହଯୋଗ ଲୋଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଉଁଶ ଗାଡ଼ିକୁ ଫେରାଇଲେ ପୂର୍ବତନ ସମିତି ସଭ୍ୟ

ବ୍ରଜରଜନଗର ୨୯ା୧୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲାରେ ଥିବା ବିଭିନ୍ନ କାରଖାନାରୁ ନିର୍ଗତ ପାଉଁଶକୁ ଗାଡ଼ିରେ ଲୋଡ଼ କରି ଠିକା କମ୍ପାନୀମାନେ ଚାରିଆଡେ ପକାଉଛନ୍ତି। ଏ ନେଇ...

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା, ସାହାଯ୍ୟ କଲେ କାମାକ୍ଷାନଗର ବିଧାୟକ

ଭୁବନ ୧୯/୧୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଭୁଷଳ ପଞ୍ଚାୟତ କିର୍ତ୍ତନ ପୁର ଗ୍ରାମର ଗଙ୍ଗା ମଳିକ ସାହିରେ ଅଗ୍ନିକାଣ୍ଡ ଘଟିଛି...

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ...

ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା ଲୁହା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଚାଳକ…

ପରଜଙ୍ଗ୧୨।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ୧୪୯ ନଂ ଜାତୀୟ ରାଜପଥର କୁଲେଇ ବଅଁରପାଳ ଛକ ନିକଟରେରେ ଭାରସାମ୍ୟ ହରାଇ...

ପେଟ୍ରୋଲ ପମ୍ପ ପାଇଁ ଶହଶହ  ଟ୍ରିପ୍‌ ବାଲି ଚେରି: ଉପ ଜିଲାପାଳ କହିଲେ…

ପରଜଙ୍ଗ,୧୧।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଦେଇ ଯାଇଥିବା ରେଙ୍ଗାଳି ବାମପାର୍ଶ୍ୱ କେନାଲର ବଡ଼ଝରା ଗାଁ ନିକଟରୁ ଶହଶହ ଟ୍ରିପ୍‌ ମାଟି ଚୋରି ହୋଇଛି। ୫୩...

ତହସିଲଦାରଙ୍କ ସରକାରୀ ଗାଡ଼ି ଜବତ: ସିଲ୍‌ କରିବାକୁ ଯିବାବେଳେ…

ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା...

ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ

ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ...

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri