ଅଶୁଭ ଚନ୍ଦ୍ରଗ୍ରହଣ! ୨୦୨୫ରେ ପଡିବ ୨ଟି ଚନ୍ଦ୍ରଗ୍ରହଣ, ମାଡ଼ି ଆସିବ…

ଚଳିତ ଆର୍ଥିକ ବର୍ଷରେ ଦୁଇଗୋଟି ଚନ୍ଦ୍ର ଗ୍ରହଣ ପଡୁଛି। ଉକ୍ତ ଚନ୍ଦ୍ର ଗ୍ରହଣକୁ ନେଇ କିଛି ଜ୍ୟୋର୍ତିବିଦ ଏହା ଦେଶ ପାଇଁ ଶୁଭଙ୍କର ନୁହେଁ ବୋଲି ମତ ରଖିଥିବା ବେଳେ ଅନ୍ୟ ଜ୍ୟୋର୍ତିବିଦ ପଞ୍ଜିକାରେ ସେଭଳି ଦେଶ ପ୍ରତି ଅମଙ୍ଗଳ ନଥିବା ଉଲ୍ଲେଖ ଥିବା କହିଛନ୍ତି। କିନ୍ତୁ ଗର୍ଭବତୀ ମହିଳା ମାନେ ଏହି ଗ୍ରହଣକୁ ଦର୍ଶନ କରିବା ଅନୁଚିତ।

ସେପ୍ଟେମ୍ବର ୭ ତାରିଖ ଭାଦ୍ରବ ଶୁକ୍ଳ ପୂର୍ଣ୍ଣମୀ ତିଥିରେ ପଡ଼ିବ ଚନ୍ଦ୍ର ଗ୍ରହଣ । ଏଥିସହ ଆସନ୍ତାବର୍ଷ ମାର୍ଚ୍ଚ ୩ ତାରିଖ ଦୋଳପୂର୍ଣ୍ଣିମାରେ ଆଉ ଏକ ଚନ୍ଦ୍ର ଗ୍ରହଣ ଅନୁଷ୍ଠିତ ହେବ। ୬ ମାସ ଭିତରେ ଦୁଇ ଦୁଇଟି ଚନ୍ଦ୍ର ଗ୍ରହଣ ପଡୁଥିବାରୁ ଏହା ଦେଶ ପାଇଁ ଶୁଭଙ୍କର ନୁହେଁ ବୋଲି କିଛି ଜ୍ୟୋର୍ତିବିଦ ଗଣନା କରି କହିଛନ୍ତି । ଭାଦ୍ରବ ମାସ ପୂର୍ଣ୍ଣମୀ ତିଥିରେ ରାହୁ ଗ୍ରସ୍ତ ଚନ୍ଦ୍ର ଗ୍ରହଣ ପଡୁଥିବା ବେଳେ ଆସନ୍ତାବର୍ଷ ଦୋଳପୂର୍ଣ୍ଣମୀରେ କେତୁ ଗ୍ରସ୍ତ ଚନ୍ଦ୍ର ଗ୍ରହଣ ପଡୁଛି। ଗଜପତି ମହାରାଜାଙ୍କ ଜ୍ୟୋତିଷ ଉଭୟ ଗ୍ରହଣ ଶୁଭଙ୍କର ନୁହେଁ ବୋଲି ମତ ରଖିଛନ୍ତି । ଏହି ଦୁଇଟି ଯାକ ଗ୍ରହଣ ପୂର୍ଣ୍ଣଗ୍ରାସ ହେଉଥିବାରୁ ଏହା ଦେଶ ପାଇଁ ଆର୍ଥିକ ସମସ୍ୟା ଠାରୁ ଆରମ୍ଭ କରି ପ୍ରାକୃତିକ ବିପର୍ଯ୍ୟୟ,ରାଜନୈତିକ ଅସ୍ଥିରତା, ଦେଶ-ଦେଶ ମଧ୍ୟରେ ସମ୍ପର୍କରେ ଫାଟ, ଦରଦାମ ବୃଦ୍ଧି ଭଳି ସ୍ଥିତି ଉପୁଜାଇବ ।

ସେପ୍ଟେମ୍ବର ୭ରେ ପଡୁଥିବା ଚନ୍ଦ୍ର ଗ୍ରହଣ ଯୋଗୁଁ ସେଦିନ ୧୨ଟା ୫୭ ମିନିଟ ୨୨ ସେକେଣ୍ଡରୁ ପାକତ୍ୟାଗ ସହ ଦେବନୀତି ନିଷେଧ କରନ୍ତୁ। ରାତି ୯ଟା ୫୭ ମିନିଟ ୨୨ ସେକେଣ୍ଡରୁ ଗ୍ରହଣ ସ୍ପର୍ଶ ହେବା ସହ ମଧ୍ୟରାତ୍ର ୧ଟା ୨୭ ମିନିଟ ୧୭ ସେକେଣ୍ଡ ପର୍ଯ୍ୟନ୍ତ ଅର୍ଥାତ ସାଢ଼େ ତିନି ଘଣ୍ଟା ପରେ ଗ୍ରହଣ ସର୍ବମୋକ୍ଷ ହେବ।

 


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ଚୋରା ବାଲି ଚାଲାଣ: ୨ ହାଇୱାକୁ ମାଡିବସିଲା…

ପୋଲିସ।ପାଟଣା,୬।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡା ଫାଣ୍ଡି ପୋଲିସ ସାହାରପଡା ପେଟ୍ରୋଲ ପମ୍ପ ନିକଟରୁ ଶନିବାର ଭୋର ସକାଳୁ ୨ଟି ଚୋରା ବାଲି...

ଇଣ୍ଡିଗୋ ବିମାନ ରଦ୍ଦ ପରେ ବି କେମିତି ଧଡାଧଡ ବିକ୍ରି ହେଉଛି ଟିକେଟ! ୩ ଗୁଣା ଅଧିକ ଦାମରେ ବି କିଣୁଛନ୍ତି ଲୋକେ

ନୂଆଦିଲ୍ଲୀ,୬।୧୨: ଇଣ୍ଡିଗୋ ଏୟାରଲାଇନ୍ସ ଅନେକ ଦିନ ଧରି ସଂଘର୍ଷ କରୁଛି। ଡିସେମ୍ବର ୨ରୁ ବିମାନ ବାତିଲ ଚାଲିଛି। ଇଣ୍ଡିଗୋ ପ୍ରତିଦିନ ୫୦୦ରୁ ଅଧିକ ବିମାନ ବାତିଲ...

ଏହିସବୁ ଭାରତୀୟ ଖାଦ୍ୟ ଖାଇଲେ ପୁଟିନ୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୨।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମ୍ମାନାର୍ଥେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ଆୟୋଜିତ ରାଜ୍ୟ ଭୋଜିରେ କଶ୍ମୀର ଅଖରୋଟ ଗୁଚ୍ଚି ଦୁନ ଚେଟିନ ଏବଂ...

ପୁଟିନ ଫେରୁ ଫେରୁ ପୂରଣ ହେଲା ଭାରତର ବଡ଼ ଇଚ୍ଛା, ପ୍ରମାଦ ଗଣିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଛାଡିବା ପରେ ଏକ ବଡ଼ ଖବର ଆସିଛି। ଏହି ନୂତନ ବିକାଶ ସ୍ବଦେଶୀ ଯୁଦ୍ଧ ବିମାନ କାର୍ଯ୍ୟକ୍ରମକୁ...

Featured Video Play Icon

ଝିଅ ବାହାଘର ପାଇଁ ଟଙ୍କା ଦେବେ ସରକାର, ଭୋଜି ପାଇଁ ମିଳିବ…

ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା ସରକାର।...

ଧନୁଯାତ୍ରା ପାଇଁ ଶୁଭସ୍ତମ୍ଭ: ପ୍ରସ୍ତୁତି ଜୋରଦାର…

ନୂଆପଡ଼ା,୬ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଲଖନା ଗାଁରେ ଶୁକ୍ରବାର ୧୭ତମ ଧନୁଯାତ୍ରା ପାଇଁ ନୂତନ କମିଟି ଗଠନ ସହ ଶୁଭସ୍ତମ୍ଭ...

ମୃତବ୍ୟକ୍ତିଙ୍କ ସୁନା ଅଳଙ୍କାର ପାଖରେ ରଖୁଛନ୍ତି କି? ପଡିପାରେ ନକରାତ୍ମକ ଶକ୍ତି, ଜାଣନ୍ତୁ ଗରୁଡ ପୁରାଣ କ’ଣ କହୁଛି

ସୁନାକୁ ସୌଭାଗ୍ୟ ଏବଂ ସକାରାତ୍ମକ ଶକ୍ତିର ବାହକ ବୋଲି ବିବେଚନା କରାଯାଏ। ଏହାର ଚମକ ଏବଂ ଆକର୍ଷଣ ସମସ୍ତଙ୍କୁ ଆକର୍ଷିତ କରେ। ସୁନା ଅଳଙ୍କାର, ବିଶେଷକରି...

ଫଳ ଦୋକାନ ଉପରକୁ ମାଡିଗଲା ମ୍ୟୁନିସିପାଲଟି ଗାଡି, ମୋବାଇଲ ଫୋନରେ କଥା ହୋଇ…

ବଲାଙ୍ଗୀର,୬।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବସ୍‌ ଟର୍ମିନାଲ ସମ୍ମୁଖରେ ଥିବା ଫଳ ଦୋକାନ ଉପରକୁ ଶନିବାର ସକାଳେ ବଲାଙ୍ଗୀର ମ୍ୟୁନିସିପାଲଟିର ଏକ ସେପଟି ଟାଙ୍କି ଗାଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri