କିଏ ହେଲେ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା କମିଟି ସଭାପତି

ଦିଗପହଣ୍ଡି,୩୦।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରର ଆରାଧ୍ୟା ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ଶାରଦୀୟ ଯାତ୍ରା ପରିଚାଳନା ପାଇଁ ଏକ କମିଟି ଗଠିତ ହୋଇଯାଇଛି। ମା’ ବୁଢ଼ୀ ଠାକୁରାଣୀଙ୍କ ମନ୍ଦିର ପ୍ରାଙ୍ଗଣରେ ଶିବ ଶଙ୍କର ମହାଙ୍କୁଡଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ଆଇନଜୀବି ବିକାଶ ପଶୁପାଳକଙ୍କୁ ସର୍ବସମ୍ମତି କ୍ରମେ ସଭାପତି ମନୋନୀତ କରାଯାଇଥିବା ବେଳେ ଏ. ସୁଶାନ୍ତ ଉପସଭାପତି, ବିଚିତ୍ରାନନ୍ଦ ପଟ୍ଟନାୟକ ସମ୍ପାଦକ, କାଉନସିଲର ଦୀପକ କୁମାର ମିଶ୍ର ସହସମ୍ପାଦକ, ଆଶିଷ କୁମାର ପଟ୍ଟନାୟକ କୋଷାଧ୍ୟକ୍ଷ, କେ. ରାଜେନ୍ଦ୍ର ସହକୋଷାଧ୍ୟକ୍ଷ ଏବଂ ସତ୍ୟ ନାରାୟଣ ଦାଶଙ୍କୁ ପରିମଳ ବ୍ୟବସ୍ଥା ପରିଚାଳନା ମୂଖ୍ୟ ଭାବେ ମନୋନୀତ କରାଯାଇଛି। ସେହିଭଳି ଏନଏସି ନଗରପାଳ ପ୍ରଫୁଲ୍ଲ ପଣ୍ଡା କମିଟିର ମୂଖ୍ୟ ଉପଦେଷ୍ଟା ଏବଂ ଓକିଲ ସଂଘର ପୂର୍ବତନ ସଭାପତି ହରପ୍ରସାଦ ରଥ ଆଇନ ପରାମର୍ଶଦାତା ରହିଥିବା ବେଳେ ଶିବଶଙ୍କର ମହାଙ୍କୁଡ, ଏ. ଗୋବିନ୍ଦ , କୁରେଶୁ ମହାରଣା, ପ୍ରଦୀପ କୁମାର ପଣ୍ଡା, କାଉନସିଲର ନୀଳମାଧବ ଗୌଡ, ସୁଶାନ୍ତ କୁମାର ପାତ୍ର, ରବୀନ୍ଦ୍ର କୁମାର ମାର୍ଥା, କେ. କୁନା ଏବଂ ଦୁର୍ଗା ମେକାପଙ୍କୁ ନେଇ ଏକ ଉପଦେଷ୍ଟା ମଣ୍ଡଳୀ ମଧ୍ୟ ଗଠନ କରାଯାଇଛି। ଏହିଯାତ୍ରା ସେପ୍ଟେମ୍ବର ୨୯ରୁ ଆରମ୍ଭ ହେବାକୁ ଥିବାବେଳେ ଆସନ୍ତା ସେପ୍ଟେମ୍ବର ୪ ତାରିଖ ରାତିରେ ମନ୍ଦିର ପରିସରରୁ ପ୍ରତିବର୍ଷ ଭଳି ଅସ୍ଥାୟୀ ଯାତ୍ରା ପୀଠକୁ ଶୁଭଖୁଣ୍ଟି ଅଣାଯିବ ବୋଲି ମୁଖ୍ୟ ପୁରୋହିତ ପଣ୍ଡିତ ସନାତନ ରଥଙ୍କ ଠାରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

ଗୋପୀନାଥ ମନ୍ଦିରରୁ ଚୋରି: ନେଇଗଲେ ଦିଅଙ୍କ ଅଳଙ୍କାର

ଗଜପତି,୯।୧୨(ଗିରିଧାରୀ ପରିଛା): ଆନ୍ଧ୍ରପ୍ରଦେଶ କତୁରୁ ମଡ଼ଲମରେ ଥିବା ଲିହୁରୀ ଗ୍ରାମ ଗୋପୀନାଥ ମନ୍ଦିରରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ ଦିଅଙ୍କ ଅଳଙ୍କାର ସହ ମନ୍ଦିରରେ ଲାଗିଥିବା...

ବାଇକରେ ଫେରୁଥିବାବେଳେ ପୋଲ ତଳକୁ ଖସିପଡ଼ିଲେ ୨ ଜଣ: ଆଉ ତା’ପରେ…

ଓଡଗାଁ, ୯।୧୨(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓ ଆଦର୍ଶ ଥାନା ଗିରିଡିପଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପଞ୍ଚାୟତ ଧଝୋଲା ଗ୍ରାମର ଫକୀର...

ପାହାଡ ପାର୍ଶ୍ୱରୁ ମୋରମ ତାଢି ନେଉଯାଉଥିଲେ, ରୋକିଲେ ଗ୍ରାମବାସୀ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତରେ ଥିବା ଐତିହାସିକ କାଏମା ପାହାଡ ପାର୍ଶ୍ୱରୁ ମୋରମ ତାଡ଼ି ନେଇ ଅନ୍ୟ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri