ମାମୁଙ୍କ ବରଯାତ୍ରୀରେ ନାଚୁଥିବା ବେଳେ ୬ ବର୍ଷର ଝିଅକୁ ନେଇ କରିଥିଲେ ବଳାତ୍କାର, ଆସିଲା ବଡ଼ ରାୟ

ସମ୍ବଲପୁର,୩୦ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମହୁଲପାଲି ଥାନା ଅଞ୍ଚଳରେ ୨୦୨୪ରେ ସଂଘଟିତ ଏକ ଶିଶୁକନ୍ୟା ବଳାତ୍କାର ମାମଲାରେ ସମ୍ବଲପୁର ଅତିରିକ୍ତ ଜିଲାଜଜ୍‌ ତଥା ପୋକ୍‌ସୋ ଅଦାଲତ ସ୍ବତନ୍ତ୍ର ବିଚାରପତି ଅଭିଳାଷ ସେନାପତି ଶନିବାର ଅଭିଯୁକ୍ତଙ୍କୁ ୩୦ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ୪୫ଜଣ ସାକ୍ଷୀ ଓ ଅନ୍ୟାନ୍ୟ ତଥ୍ୟ ପ୍ରମାଣ ଆଧାରରେ ଅଭିଯୁକ୍ତ ଡୁମ୍‌କୁ ଖଡ଼ିଆପଡ଼ାର ଅନିଲ ସାମଦ(୨୪)ଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି। ଆଇପିସି ଦଫା ୩୭୬(ଏବି)ରେ ଅଭିଯୁକ୍ତଙ୍କୁ ୩୦ବର୍ଷ ସଶ୍ରମ କାରାଦଣ୍ଡ ସହ ୫୦ହଜାର ଟଙ୍କା ଜରିମାନା, ଦଫା ୫୦୬ରେ ୫ବର୍ଷ ସଶ୍ରମ କାରାଦଣ୍ଡ ସହ ୧୦ହଜାର ଟଙ୍କା ଜରିମାନା ଏବଂ ପୋକ୍ସ ଆକ୍ଟର ଦଫା ୬ରେ ୧ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ଏହାସହ ପୀଡ଼ିତ ଶିଶୁକନ୍ୟାଙ୍କୁ କ୍ଷତିପୂରଣ ବାବଦରେ ୧୩.୫୦ ଲକ୍ଷ ଟଙ୍କା ପ୍ରଦାନ କରିବାକୁ ଜିଲା ଆଇନ୍‌ସେବା ପ୍ରାଧିକରଣ ସଚିବଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ସୁନ୍ଦରଗଡ଼ ଜିଲା ଦର୍ଲିପାଲି ଅଞ୍ଚଳର ୬ ବର୍ଷୀୟା ନାବାଳିକା ତାଙ୍କ ମା’ଙ୍କ ସହ ମାମୁଙ୍କ ବିବାହ ଉତ୍ସବରେ ଯୋଗଦେବାକୁ ୨୦୨୪ ଏପ୍ରିଲ୍‌ ୨୭ରେ ମହୁଲପାଲି ଆସିଥିଲେ। ରାତିରେ ବିବାହ ଉତ୍ସବରେ ନାଚୁଥିବା ବେଳେ ଅଭିଯୁକ୍ତ ଅନିଲ ସମସ୍ତଙ୍କ ନଜର ଆଢ଼ୁଆଳରେ ଶିଶୁକନ୍ୟାକୁ ସେଠାରୁ ନେଇଯାଇ ବଳାତ୍କାର କରିଥିଲେ। ଝିଅକୁ ନ ପାଇ ତାଙ୍କ ମା’ ଓ ପରିବାର ବିଭିନ୍ନ ସ୍ଥାନ ଖୋଜାଖୋଜି କରିଥିଲେ। ରାତି ସାଢ଼େ ୯ଟାରେ ଅଭିଯୁକ୍ତ ଝିଅକୁ କ୍ଷତାକ୍ତ ଅବସ୍ଥାରେ ଆଣି ତାଙ୍କ ମାମୁଘର ପାଖରେ ଛାଡ଼ି ଚାଲିଯାଇଥିଲେ। ଘରକୁ ଆସି ଝିଅ ତା’ସହ ଘଟିଥିବା ସବୁକଥା କହିଥିଲା। ପରିବାର ଲୋକେ ତାଙ୍କୁ କୁଚିଣ୍ଡା ଉପଖଣ୍ଡ ଚିକିତ୍ସାଳୟ ଓ ପରେ ଭିମ୍‌ସାରରେ ଭର୍ତ୍ତି କରିଥିଲେ। ଏପ୍ରିଲ୍‌ ୨୮ରେ ମହୁଲପାଲି ଥାନାରେ ଦଫା ୩୭୬(ଏବି), ୫୦୬ ଓ ୬ ପୋକ୍‌ସୋ ଆଇନରେ ଏକ ମାମଲା (ନଂ.୮୦/୨୪)ରୁଜୁକରି ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଅଦାଲତରେ ସରକାରଙ୍କ ପକ୍ଷରୁ ଏହି ମାମଲାକୁ ସ୍ବତନ୍ତ୍ର ସରକାରୀ ଓକିଲ ସନ୍ତୋଷ କୁମାର ପଣ୍ଡା ପରିଚାଳନା କରିଥିଲେ। ଅପରପକ୍ଷରେ ପୀଡ଼ିତ ଶିଶୁକନ୍ୟାଙ୍କ ମା’ କହିଛନ୍ତି ଏପର୍ଯ୍ୟନ୍ତ ଝିଅ ସମ୍ପୂର୍ଣ୍ଣ ସୁସ୍ଥ ହୋଇନାହିଁ। ଏହି ଘଟଣାରେ ଅଭିଯୁକ୍ତଙ୍କୁ ଫାଶୀଦଣ୍ଡ ଦେବା ଉଚିତ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ଏହି ଜିଲାରେ ପ୍ରଥମ ପୋଷ୍ୟ ସନ୍ତାନ ଗ୍ରହଣ

ନୂଆପଡ଼ା,୬ା୧୨ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାର ପ୍ରଥମଥର ପାଇଁ ପୋଷ୍ୟ ସନ୍ତାନ ଗ୍ରହଣ ପ୍ରକ୍ରିୟା ସମ୍ପନ୍ନ ହୋଇଛି। ଜିଲା ଶିଶୁ ସୁରକ୍ଷା ବିଭାଗ ଓ ସ୍ବତନ୍ତ୍ର...

ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମବାର୍ଷିକୀ ପାଇଁ ଦେଓଲ ପରିବାର ନେଲେ ବଡ଼ ନିଷ୍ପତ୍ତି, ପ୍ରଶଂସକଙ୍କୁ ମିଳିବ…

ମୁମ୍ବାଇ,୬।୧୨: ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ଜନ୍ମଦିନର ମାତ୍ର ୧୫ ଦିନ ପୂର୍ବରୁ ଦେହାନ୍ତ ହୋଇଗଲା। ଏବେ, ସନି ଦେଓଲ ଏବଂ ବବି ଦେଓଲ ସମେତ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri