ମାଁ ଫୁଲସୁନ୍ଦରୀଙ୍କ ବାର୍ଷିକ ଯାତ୍ରା ଆରମ୍ଭ, ସୁପରିଚାଳନା ପାଇଁ ବ୍ୟାପକ ବନ୍ଦୋବସ୍ତ

ଦିଗପହଣ୍ଡି,୩୧|୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି  ନୂଆସାହି  ଆରାଧ୍ଯ ଦେବୀ ମାଁ ଫୁଲସୁନ୍ଦରୀଙ୍କ ବାର୍ଷିକ ଯାତ୍ରା ଶୁଭାରମ୍ଭ ହୋଇଛି । ପ୍ରତିବର୍ଷ ଭଳି ଚଳିତ  ବର୍ଷ ମାଁ ଙ୍କ ଯାତ୍ରା ଭାଦ୍ରବ ଶୁକ୍ଳ ଏକାଦଶୀ ତିଥି ଠାରୁ ୫ ଦିନ ବ୍ୟାପୀ ଅନୁଷ୍ଠିତ ହେବ। ଯାତ୍ରାର ପ୍ରଥମ ଦିବସରେ ମନ୍ଦିର ପୂଜକ କୃଷ୍ଣଚନ୍ଦ୍ର ପାଣିଗ୍ରାହୀଙ୍କ ତତ୍ତ୍ଵାବଧାନରେ ମାଁ ଙ୍କ ପୂଜାର୍ଚ୍ଚନା ହୋଇଥିଲା । ଶଙ୍କର ପାତ୍ର ସସ୍ତ୍ରିକ କର୍ତ୍ତା ରୂପେ ଆସନ ଗ୍ରହଣ କରିଥିବା ବେଳେ ସନ୍ଧ୍ୟା ଆଳତି ସମୟରେ ମନ୍ଦିର ପ୍ରାଙ୍ଗଣରେ ଶ୍ରଦ୍ଧାଳୁଙ୍କ ହୁଳହୁଳି ଧ୍ୱନୀରେ ମନ୍ଦିର ପ୍ରକମ୍ପିତ ହୋଇଥିଲା।

ଯାତ୍ରାରେ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ଏବଂ ଭକ୍ତଙ୍କ ଭିଡକୁ ନିୟନ୍ତ୍ରଣ ନିମନ୍ତେ ଯାତ୍ରା ପରିଚାଳନା କମିଟି ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ଯାତ୍ରା ପରିଚାଳନା କମିଟି ସଭାପତି  ପବିତ୍ର ବେହେରା , ଉପସଭାପତି ରାଜା ପଟ୍ଟନାୟକ , ସମ୍ପାଦକ କାହ୍ନୁଚରଣ ପଟ୍ଟନାୟକ , ସହ ସମ୍ପାଦକ ବଳରାମ ସାସମଲ , କୋଷାଧ୍ୟକ୍ଷ ରଞ୍ଜନ ବେହେରା , ରାମ ସାହୁ ଓ ଗଣେଶ ସାହୁ , ଉପଦେଷ୍ଟା ଗଣପତି ବେହେରା , କୃଷ୍ଣଚନ୍ଦ୍ର ସାହୁ , ରାଜବାବୁ ଦୋରା , ନରସିଂହ ବେହେରା , ସୁଦାମ ବେହେରା , ଦେବାଶିଷ ସାହୁ , ଶଙ୍କର ପାତ୍ର ଙ୍କ ସମେତ ବୁଦ୍ଧିଆ ବେହେରା , ଲବ ପାତ୍ର , ରଞ୍ଜନ ବାଡତ୍ଯା , ରିଙ୍କୁ ସାହୁ ପ୍ରମୁଖ ଦାୟିତ୍ୱରେ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri