SCO ସମ୍ମିଳନୀରେ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଘୋର ଅପମାନ: ମୁହଁ ମୋଡ଼ି ଚାଲିଗଲେ…Video

ବେଜିଂ,୧।୯: ଚାଇନାରେ ଅନୁଷ୍ଠିତ ସାଙ୍ଘାଇ କୋଅପରେସନ ଅର୍ଗାନାଇଜେଶନ (ଏସ୍‌ସିଓ) ସମ୍ମିଳନୀରେ ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ଶରୀଫଙ୍କୁ ଅପମାନର ସାମ୍ନା କରିବାକୁ ପଡ଼ିଛି। ସମ୍ମିଳନୀରେ ଭାଗ ନେବା ପାଇଁ ଚାଇନା ଆସିଥିବା ଶରିଫ ଫଟୋ ସେସନ ପରେ ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗ ଏବଂ ରୁଷିଆର ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କୁ ଅଭିବାଦନ କରିବାକୁ ଆଗେଇ ଯାଇଥିଲେ। କିନ୍ତୁ ଏହି ସମୟରେ ସି ଜିନପିଙ୍ଗ ଶରିଫଙ୍କୁ ଅଣଦେଖା କରି ଆଗକୁ ଚାଲିଯାଇଥିଲେ।

ଏକ ଭାଇରାଲ ଭିଡିଓରେ ଦେଖାଯାଉଛି ଯେ, ପୁଟିନ ଓ ଜିନପିଙ୍ଗ କଥାବାର୍ତ୍ତା କରୁଥିବା ବେଳେ ଅନେକ ବିଶ୍ୱ ନେତା ସେମାନଙ୍କୁ ଭେଟୁଛନ୍ତି। ଏହି ସମୟରେ ପାକିସ୍ତାନର ପ୍ରଧାନମନ୍ତ୍ରୀ ଶରିଫ ମଧ୍ୟ ଅଭିବାଦନ କରିବାକୁ ଆଗେଇ ଆସିଥିଲେ, କିନ୍ତୁ ଜିନପିଙ୍ଗ ତାଙ୍କୁ ଉପେକ୍ଷା କରି ଆଗକୁ ଚାଲିଯାଇଥିଲେ। ଏହି ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଭାଇରାଲ ହେଉଛି ଏବଂ ଏହାକୁ ନେଇ ବିଭିନ୍ନ ପ୍ରତିକ୍ରିୟା ସାମ୍ନାକୁ ଆସୁଛି।

ଉଲ୍ଲେଖଯୋଗ୍ୟ ଯେ, ଶେହବାଜ ଶରୀଫ ଏସସିଓ ସମ୍ମିଳନୀରେ ଭାଗ ନେବା ପାଇଁ ଚାଇନାରେ ପହଞ୍ଚିଛନ୍ତି, ଯେଉଁଠାରେ ସେ ଅନ୍ୟ କାର୍ଯ୍ୟକ୍ରମରେ ମଧ୍ୟ ଅଂଶଗ୍ରହଣ କରିବେ। ଚାଇନା ଓ ପାକିସ୍ତାନ ମଧ୍ୟରେ ଗଭୀର ବନ୍ଧୁତା ରହିଆସିଛି, କିନ୍ତୁ ଚାଇନା ରାଷ୍ଟ୍ରପତିଙ୍କ ଦ୍ୱାରା ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଅଣଦେଖା କରାଯିବା ଘଟଣା ଏବେ ଚର୍ଚ୍ଚାର ବିଷୟ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପୁଟିନ୍‌ଙ୍କ ପାଇଁ ଭୋଜିରେ ଥିଲା ୪୦,୦୦୦ ଟଙ୍କା କେଜିର ଛତୁ, ଜାଣନ୍ତୁ ଏହାର ବିଶେଷତ୍ୱ

ନୂଆଦିଲ୍ଲୀ,୭ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ତାଙ୍କ ଭାରତ-ରୁଷିଆ ଶିଖର ସମ୍ମିଳନୀ ପାଇଁ ନୂଆଦିଲ୍ଲୀରେ ପହଞ୍ଚିଥିଲେ। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆୟୋଜନ କରିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri