ଜିଲାସ୍ତରୀୟ ଜାତୀୟ କ୍ରୀଡ଼ା ଦିବସ: ବିଭିନ୍ନ ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀ ପୁରସ୍କୃତ

ନୂଆପଡ଼ା,୧ା୯ (ମକାରୁ ବେମାଲ): ନୂଆପଡ଼ା ଜିଲାସ୍ତରୀୟ ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି। ଗୁରୁବାର ସ୍ଥାନୀୟ ବିଜୁ ପଟ୍ଟନାୟକ ଇନଡୋର୍‌ ଷ୍ଟାଡିୟମଠାରେ ଶତାଧିକ କ୍ରୀଡ଼ାବିତ, ବୁଦ୍ଧିଜୀବୀ, କ୍ରୀଡା ସଂଗଠକ ଉପସ୍ଥିତ ରହି ହକି ଖେଳର ଯାଦୁଗର ମେଜର ଧ୍ୟାନଚାନ୍ଦଙ୍କ ଫୋଟୋଚିତ୍ରରେ ମାଲ୍ୟାର୍ପଣ କରିଥିଲେ। ତ୍ରିଦିବସୀୟ ଉତ୍ସବରେ ବିଭିନ୍ନ ପ୍ରକାର କ୍ରୀଡା ସହ ବହୁବିଧ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ନୂଆପଡା ଇଣ୍ଡୋର ଷ୍ଟାଡିୟମରେ ଆୟୋଜିତ ଉଦ୍‌ଘାଟନୀ ସମାରୋହରେ ଅତିରିକ୍ତ ଜିଲାପାଳ ସୁବାସ ଚନ୍ଦ୍ର ରଇତ ମୁଖ୍ୟ ଅତିଥି, ବିଶିଷ୍ଟ କ୍ରୀଡ଼ାବିତ ଓ କ୍ରୀଡା ସଂଗଠକ ସରୋଜ କୁମାର ସାହୁ, ପ୍ରକାଶ କୁମାର ସାହୁ, ଅମିତ ଗୋହିଲ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଜିଲା କ୍ରୀଡା ଅଧିକାରୀ ରାଜେନ୍ଦ୍ର ପ୍ରସାଦ ବଢେଇ ଓ ଅତିଥିମାନେ ଦିବସର ଆଭିମୁଖ୍ୟ ଉପରେ ଆଲୋଚନା କରିଥିଲେ। କନିଷ୍ଠ ବର୍ଗରେ ଅନୁଷ୍ଠିତ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାରେ ଅମିତ କୁମାର ସାହୁ ଓ ମୋହିତ ଜୈନ ଚାମ୍ପିୟନ ହୋଇଥିଲେ। ସେହିପରି ସ୍ବୟଂସହାୟକ ଗୋଷ୍ଠୀ ମହିଳାଙ୍କ ମଧ୍ୟରେ ହୋଇଥିବା ମ୍ୟୁଜିକ ଚେୟାର ପ୍ରତିଯୋଗିତାରେ ଯାଜ୍ଞସେନି ମହାପାତ୍ର ପ୍ରଥମ, ଚୁମା ପଟେଲ ଦ୍ୱତୀୟ ଓ ସୁମତି ପାଢ଼ୀ ତୃତୀୟ ସ୍ଥାନ ଅଧିକାର କରିଥିଲେ। ଛାତ୍ରୀମାନଙ୍କ ମଧ୍ୟରେ ଅନୁଷ୍ଠିତ ହେଇଥିବା ମ୍ୟୁଜିକ ଚେୟାର ଖେଳରେ ରାଣୀ ଦଣ୍ଡସେନା ପ୍ରଥମ, ଚୁନେରୀ ସାହୁ ଦ୍ୱିତୀୟ ଓ ଝରଣା ରାଉତ ତୃତୀୟ ହାସଲ କରିଥିଲେ। ନୂଆପଡ଼ା ଉପଜିଲାପାଳ ସୁର୍ମି ସୋରେନ ମୁଖ୍ୟଅତିଥି ଭାବେ ଯୋଗଦେଇ କୃତୀ ଖେଳାଳିଙ୍କୁ ପୁରସ୍କୃତ କରିଥିଲେ। ସାରେ ଆୟୋଜିତ ଡବଲ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାରେ ପ୍ରକାଶ କୁମାର ସାହୁ ଓ ଅମିତ ଗୋହିଲ ଚାମ୍ପିୟନ ହୋଇଥିଲେ। ଟେବୁଲ ଟେନିସ ଏକକ ପ୍ରତିଯୋଗିତାରେ ରାଜେନ୍ଦ୍ର ପ୍ରସାଦ ବଢେଇ ଚାମ୍ପିୟନ ହୋଇଥିଲେ। ସେହିପରି ୨୮ ତାରିଖରେ ଖରିଆରଠାରେ ସ୍କୁଲ ଛାତ୍ରୀଛାତ୍ରଙ୍କ ମଧ୍ୟରେ ବକ୍ତୃତା, ଶଟ୍‌ପୁଟ ଓ ଚିତ୍ରାଙ୍କନ ପ୍ରତିଯୋଗିତା ହୋଇଥିଲା। ରବିବାର ସକାଳ ୮ ଘଣ୍ଟା ସମୟରେ ନୂଆପଡାରେ ଏକ ସାଇକେଲ ରାଲି ଆୟୋଜିତ ହେଇଥିଲା। ସାରେ ନୂଆପଡା ଓ ଖରିଆର ରୋଡ ଇଣ୍ଡୋର ଷ୍ଟାଡିୟମରେ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri