ରାହୁଲ ଗାନ୍ଧୀଙ୍କ କୁଶ ପୁତ୍ତଳିକା ଦାହ କଲା ଭାଜପା

ଭବାନୀପାଟଣା,୧ା୯(ଉତ୍ତମ କୁମାର ଦାଶ):  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ତାଙ୍କ ମା’ଙ୍କ ନାମରେ ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଅଶାଳୀନ ମନ୍ତବ୍ୟ ଦେବା ଘଟଣାକୁ ନେଇ ସୋମବାର କଳାହାଣ୍ଡି ଜିଲା ଭବାନୀପାଟଣା ଗାନ୍ଧୀ ଛକଠାରେ ଭାଜପା ପକ୍ଷରୁ ରାହୁଲଙ୍କ କୁଶ ପୁତ୍ତଳିକା ଦାହ କରାଯାଇଛି। ଜିଲା ସଭାପତି ଯୁଗଳ କିଶୋର ପୋଡ଼ଙ୍କ ନେତୃତ୍ୱରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପ୍ରକାଶ ଯେ, ଗତ କିଛିଦିନ ହେବ ବିହାର ନିର୍ବାଚନ ପୂର୍ବରୁ ସାଧାରଣ ଜନତାଙ୍କ ମନରେ ବିଭ୍ରାନ୍ତ ସୃଷ୍ଟି କରିବା ପାଇଁ କଂଗ୍ରେସ ନେତା ଓ ତା’ର ସହଯୋଗୀ ଦଳ ନିର୍ବାଚନ କମିଶନ ଦ୍ୱାରା ଲାଗୁ ହୋଇଥିବା ଏସ୍‌ଆଇଆର୍‌ ବିରୋଧରେ ଜନସଭା ଆୟୋଜନ କରି ଭୋଟରଙ୍କୁ ବିଭ୍ରାନ୍ତ କରିବା ପାଇଁ ଅପଚେଷ୍ଟା ଚଳାଇଥିବା ଭାଜପା ଅଭିଯୋଗ ଆଣିଛି। ବିହାର ଜନତାଙ୍କ ସମର୍ଥନ ମିଳୁ ନ ଥିବା କାରଣରୁ ନିରାଶ ହୋଇ ଶେଷରେ ପ୍ରଧାନମନ୍ତ୍ରୀ ଓ ତାଙ୍କ ମା’ଙ୍କ ଉପରେ ଅଶାଳୀନ ମନ୍ତବ୍ୟ ଦେଉଥିବା ବିଭିନ୍ନ ଗଣମାଧ୍ୟମରେ ପ୍ରକାଶିତ ହେଉଛି, ଯାହାକୁ ଭାଜପା କଡ଼ା ନିନ୍ଦା କରିଛି। ଏହାକୁ ନେଇ ତୁରନ୍ତ ରାହୁଲ କ୍ଷମା ମାଗନ୍ତୁ ନଚେତ ଆଗାମୀ ଦିନରେ ଆନ୍ଦୋଳନ ତୀବ୍ର ହେବ ବୋଲି ଜିଲା ସଭାପତି ପୋଡ଼ ପ୍ରକାଶ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଜିଲା ସାଧାରଣ ସମ୍ପାଦକ ଜୟ ଶଙ୍କର ନାଏକ, ନଗର ସଭାପତି ଚିତ୍ତ ରଞ୍ଜନ ପାତ୍ର, ପୂର୍ବତନ ନଗର ସଭାପତି ସନ୍ତୋଷ ବିଶି, ଜିଲା ସ୍ବଚ୍ଛ ଭାରତ ସଂଯୋଜକ ଲୋକନାଥ ଦୁର୍ଗା ,ଯୁବମୋର୍ଚ୍ଚା ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟ ଦିବ୍ୟ ଜ୍ୟୋତି ମୁଣ୍ଡ, ଯୁବମୋର୍ଚ୍ଚା ସଭାପତି ବିଜୟଦେବ ସାହୁ, ପ୍ରଦୀପ ଦାସ, ହିମାଂଶୁ ବିଶାଳ, ଜିଲା ମିଡିଆ ସଂଯୋଜକ ନରହରି ପଟ୍ଟନାୟକ ପ୍ରମୁଖଙ୍କ ସମେତ ଅନେକ କର୍ମୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

ବାରବାଟୀ ମ୍ୟାଚ ଭିତରେ ବଡ଼ ଘୋଷଣା, ପୁଣି T20 ପାଇଁ ଟିମ୍‌ ଇଣ୍ଡିଆର ଟିମ୍‌ ଘୋଷଣା, ଦଳରେ ଅଛନ୍ତି…

ନୂଆଦିଲ୍ଲୀ,୯।୧୨: ବିଶ୍ୱ ଚାମ୍ପିଅନ ଟିମ ଇଣ୍ଡିଆ ଖୁବଶୀଘ୍ର ପଡ଼ିଆକୁ ଫେରିବାକୁ ଯାଉଛି। ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri