ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ : ତାଲା ପକାଇଲେ ଲୋକେ, ଉଦ୍ଧାର ପାଇଁ ଯାଇଥିବା ପୋଲିସ ହଟ ହଟା

ଭବାନୀପାଟଣା,୨।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବଳଦିଆମାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଙ୍ଗଳବାର ଅପରାହ୍ନରେ ହାଇଡ୍ରାମା ଦେଖିବାକୁ ମିଳିଛି। ସ୍ଥାନୀୟ ପ୍ରଧାନଶିକ୍ଷକ ଦୁଲେନ୍ଦ୍ର ମେହେର ସ୍କୁଲର କିଛି ଛାତ୍ରୀଙ୍କୁ ଅସଦାଚରଣ କରୁଥିବା ଓ ବିଭିନ୍ନ ସମୟରେ ତାଙ୍କୁ ସ୍ପର୍ଶ କରୁଥିବା ଅଭିଯୋଗ ହୋଇଛି । ଯାହାକୁ ନେଇଁ ଜୁନାଗଡ଼ ବିଇଓଙ୍କ ଠାରେ ଅଭିଯୋଗ ହୋଇଥିଲା। ଏହାର ତଦନ୍ତ କରିବା ପାଇଁ ଅପରାହ୍ନରେ ଜୁନାଗଡ଼ ଶିକ୍ଷା ବିଭାଗର ବିଆରସିସି ସୁଶାନ୍ତ ଠାକୁର,ଏ ବିଇଓ କ୍ଷୀରୋଦ ଭୋଇ, ଶିକ୍ଷୟତ୍ରୀ ଚିନ୍ମୟୀ ପରିଡା ସ୍କୁଲକୁ ଯାଇଥିଲେ। ତେବେ ଏହି ସମୟରେ ଛାତ୍ରୀଙ୍କ ଅଭିଭାବକ ଓ ଗ୍ରାମବାସୀ ସ୍କୁଲ କୁ ଉତ୍ୟକ୍ତ ହୋଇ ଆସିବାରୁ ଭୟରେ ପ୍ରଧାନ ଶିକ୍ଷକ ମେହେର ସ୍କୁଲ ଭିତରକୁ ଯାଇ କବାଟ ବନ୍ଦ କରିଦେଇଥିଲେ। ସେହିପରି ଉପସ୍ଥିତ ଗ୍ରାମବାସୀ ମାନେ ମଧ୍ୟ ଆଗ ପଟରୁ ତାଲା ପକାଇ ଦେଇଥିଲେ। ପରେ ସେଠାରେ ପରିସ୍ଥିତି ଅଣାୟତ ହେବାରୁ ଜୁନାଗଡ଼ ବିଇଓ ତପନ ମାଝୀ ସ୍ଥାନୀୟ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ଜୁନାଗଡ଼ ପୋଲିସ ଘଟଣା ସ୍ଥଳକୁ ପହଞ୍ଚିଥିଲା। ସ୍କୁଲର ଭିତରୁ ପ୍ରଧାନ ଶିକ୍ଷକ ମେହେରଙ୍କୁ ପୋଲିସ ଉଦ୍ଧାର କରି ଗାଡ଼ିରେ ବସାଇବାବେଳେ ସ୍ଥାନୀୟ ଲୋକେ ପୋଲିସ ଗାଡିକୁ ଛାଡି ନ ଥିଲେ। ଯାହାଫଳରେ ଦୀର୍ଘ ସମୟ ଧରି ସେଠାରେ ଚାପା ଉତ୍ତେଜନା ଦେଖିବାକୁ ମିଳିଥିଲା। ଏହାଯୋଗୁଁ ସ୍କୁଲ ଆଗରେ ଯାଇଥିବା ୨୬ ନଂ ଜାତୀୟ ରାଜପଥରେ ଯାନ ବାହାନ ଚଳାଚଳ ମଧ୍ୟ ବାଧାପ୍ରାପ୍ତ ହୋଇଥିଲା। ଏପରିକି ପ୍ରଧାନ ଶିକ୍ଷକ ମେହେରଙ୍କୁ ସ୍କୁଲ ବାହାରକୁ ଆଣିବା ପାଇଁ ପୋଲିସକୁ ନାକେଦମ ହେବାକୁ ପଡୁଥିଲା। ପ୍ରାୟ ଘଣ୍ଟାଏ ପରେ ପୋଲିସ ପ୍ରଧାନ ଶିକ୍ଷକଙ୍କୁ ଉଦ୍ଧାର କରି ଥାନାକୁ ଆଣିବାରେ ସକ୍ଷମ ହୋଇଥିଲା। ଏ ନେଇଁ ଜୁନାଗଡ଼ ବିଇଓ ତପନ ମାଝୀଙ୍କୁ ପଚାରିବାରୁ ପ୍ରଧାନ ଶିକ୍ଷକଙ୍କ ନାମରେ ଅଭିଯୋଗ ଆସିବା ପରେ ତଦନ୍ତ ପାଇଁ ୨ଏବିଇଓ ଜଣେ ଶିକ୍ଷୟତ୍ରୀଙ୍କୁ ପଠାଯାଇଥିଲା। ବୁଧବାର ପ୍ରଧାନଶିକ୍ଷକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଥିଲେ। ଅନ୍ୟପଟେ,ପ୍ରଧାନ ଶିକ୍ଷକ ମେହେରଙ୍କୁ ଘଟଣା ସମ୍ପର୍କରେ ପଚାରିବାରୁ ଏହି ଅଭିଯୋଗକୁ ଖଣ୍ଡନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri