ପାଟ୍ରୋଲିଂ ବେଳେ ଅବକାରୀ ହାତରେ ଧରାପଡ଼ିଲେ, ମଦ ଜବତ ପରେ ଅଭିଯୁକ୍ତ… 

ଦିଗପହଣ୍ଡି,୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ଶ୍ୟାମ ସୁନ୍ଦର ପଲ୍ଲୀ ଗ୍ରାମ ଉପର ସାହିର ଋଷିଆ ମଲ୍ଲିକଙ୍କୁ ବୁଧବାର ଦିଗପହଣ୍ଡି ଅବକାରୀ ଓଆଇସି ଅନୀତା ପ୍ରଧାନ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଅବକାରୀ ମାମଲା ନଂ.୯୫/୨୫-୨୬ ଅନୁଯାୟୀ ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ୍‌ଜେଲ ହାଜତକୁ ପଠାଇ ଦିଆଯାଇଛି।
ସୂଚନାନୁଯାୟୀ,ମଙ୍ଗଳବାର ସନ୍ଧ୍ୟାରେ ଅବକାରୀ ଓଆଇସି ସଦଳବଳେ କେ.ନୂଆଗାଁ ଥାନା ଅଧିନ ଶ୍ୟାମସୁନ୍ଦର ପଲ୍ଲୀ, ପାଳଝାଡି, ବଡ଼ପଦା, ଚଷା ନିମଖଣ୍ଡି ଗ୍ରାମ ଇଲାକାରେ ପାଟ୍ରୋଲିଂ କରୁଥିବା ବେଳେ ଶ୍ୟାମସୁନ୍ଦରପଲ୍ଲୀ ଗ୍ରାମ ରାସ୍ତାରେ ଅଭିଯୁକ୍ତ ସନ୍ଦେହଜନକ ଭାବେ ଏକ ଜରିବସ୍ତା ଧରି ଯାଉଥିଲେ। ଏହାଦେଖି ଅବକାରୀ କର୍ମଚାରୀ ତାଙ୍କୁ ଅଟକାଇ ଖାନତଲାସି କରିବାରୁ ସେଥିରେ ଏକ ପ୍ଲାଷ୍ଟିକ ଜାରକିନରେ ୨୦ ଲିଟର ଦେଶୀମଦ ଥିବା ଜଣାପଡିଥିଲା। ସାକ୍ଷ୍ୟ ମାନଙ୍କ ଉପସ୍ଥିତିରେ ଜବତ ମଦର ରସାୟନିକ ପରୀକ୍ଷା କରାଯାଇଥିଲା। ଅଭିଯୁକ୍ତ ଉକ୍ତ ମଦକୁ ବିକ୍ରୀ ନିମନ୍ତେ ନେଉଥିବା ସ୍ବୀକାର କରିବା ପରେ ତାଙ୍କୁ ଦିଗପହଣ୍ଡି ଅବକାରୀ କାର୍ଯ୍ୟାଳୟକୁ ଉଠାଇ ଅଣାଯାଇଥିଲା।ଏହି ଚଢାଉ ଧରପଗଡ ରେ ଅବକାରୀ ଏଏସଆଇ ଏନ. ତ୍ରିପତି , କନେଷ୍ଟବଳ ଏସକେ. ରାଜେଶ ଉଦ୍ଦିନ, ବଳରାମ ପାତ୍ର,ରାଜେଶ କୁମାର ଜେନା ପ୍ରମୁଖ ସାମିଲ ଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

ଗୋପୀନାଥ ମନ୍ଦିରରୁ ଚୋରି: ନେଇଗଲେ ଦିଅଙ୍କ ଅଳଙ୍କାର

ଗଜପତି,୯।୧୨(ଗିରିଧାରୀ ପରିଛା): ଆନ୍ଧ୍ରପ୍ରଦେଶ କତୁରୁ ମଡ଼ଲମରେ ଥିବା ଲିହୁରୀ ଗ୍ରାମ ଗୋପୀନାଥ ମନ୍ଦିରରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ ଦିଅଙ୍କ ଅଳଙ୍କାର ସହ ମନ୍ଦିରରେ ଲାଗିଥିବା...

ବାଇକରେ ଫେରୁଥିବାବେଳେ ପୋଲ ତଳକୁ ଖସିପଡ଼ିଲେ ୨ ଜଣ: ଆଉ ତା’ପରେ…

ଓଡଗାଁ, ୯।୧୨(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓ ଆଦର୍ଶ ଥାନା ଗିରିଡିପଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପଞ୍ଚାୟତ ଧଝୋଲା ଗ୍ରାମର ଫକୀର...

ପାହାଡ ପାର୍ଶ୍ୱରୁ ମୋରମ ତାଢି ନେଉଯାଉଥିଲେ, ରୋକିଲେ ଗ୍ରାମବାସୀ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତରେ ଥିବା ଐତିହାସିକ କାଏମା ପାହାଡ ପାର୍ଶ୍ୱରୁ ମୋରମ ତାଡ଼ି ନେଇ ଅନ୍ୟ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri