ଉପକୂଳରେ ଅନୁପ୍ରବେଶ ରୋକିବ ସାଗର କବଚ

ମହାକାଳପଡ଼ା,୪ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳରେ ସୁରକ୍ଷା ପାଇଁ ସାଗର କବଚର ଏକ ଏନଫୋର୍ସ ଟିମ୍‌ର ୨ ଦିନିଆ ସମରାଭ୍ୟାସ ବୁଧବାରଠାରୁ ଆରମ୍ଭ ହୋଇଛି। ସମୁଦ୍ର ମଧ୍ୟରେ କୌଣସି ସନ୍ଦିଗ୍ଧ ବ୍ୟକ୍ତି, ବେଆଇନ ଚାଲାଣ ଓ କାରବାରକୁ କଡ଼ା ନଜର ରଖିବାକୁ ଟିମ୍‌ ଯାଞ୍ଚ ପ୍ରକ୍ରିୟା ଆରମ୍ଭ କରିଛି। ପୂର୍ବାହ୍ନରେ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ଖରିନାସୀ ମତ୍ସ୍ୟ ଅବତରଣ କେନ୍ଦ୍ରଠାରୁ ଏକ ଅତ୍ୟାଧୁନିକ ହାଇ ସ୍ପିଡ ବୋଟରେ ସାମୁଦ୍ରିକ ସମରାଭ୍ୟାସ ପାଇଁ ଯାତ୍ରା ଆରମ୍ଭ କରିଥିଲେ। ବଙ୍ଗୋପସାଗର ମୁହାଣ, ହୁକିଟୋଲା, ପାରାଦୀପ ନେହୁରୁବଙ୍ଗଳା ମୁହାଣଠାରୁ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ପାର୍ଶ୍ୱ ଅଞ୍ଚଳରେ ପଇଁତରା ମାରି ମାଛ ଧରିବା ବୋଟ, ଟ୍ରଲରଗୁଡ଼ିକ ଯାଞ୍ଚ କରି ପରିଚୟ ପତ୍ର ତନଖି କରିଥିଲେ। ଗଭୀର ସମୁଦ୍ରରେ କୌଣସି ସନ୍ଦିଗ୍ଧ ବୋଟ, ଟ୍ରଲର ବ୍ୟକ୍ତିଙ୍କୁ ଦେଖିବା ମାତ୍ରେ ତୁରନ୍ତ ପୋଲିସ ଓ ଗୋଇନ୍ଦା ବିଭାଗକୁ ଖବର ଦେବାକୁ ମତ୍ସ୍ୟଜୀବୀମାନଙ୍କୁ କୁହାଯାଇଛି। ଏହି ଦୁଇ ଦିନିଆ ସାମୁଦ୍ରିକ ସମରାଭ୍ୟାସ ସାଗର କବଚ ଟିମ୍‌ରେ ଜମ୍ବୁ ସାମୁଦ୍ରିକ ଥାନା ଅଧିକାରୀ ସୌମେନ୍ଦ୍ର କୁମାର ବିଶ୍ୱାଳଙ୍କ ନେତୃତ୍ୱରେ ପୋଲିସ ଟିମ୍‌, ପାରାଦୀପସ୍ଥିତ କୋଷ୍ଟଗାର୍ଡ ଅଧିକାରୀ ଓ ସାମୁଦ୍ରିକ ମତ୍ସ୍ୟ ବିଭାଗ କର୍ମଚାରୀ ସାମିଲ ହୋଇଥିଲେ। ଏ ସଂକ୍ରାନ୍ତରେ ଜମ୍ବୁ ସାମୁଦ୍ରିକ ଥାନା ଅଧିକାରୀ ବିଶ୍ୱାଳଙ୍କୁ ପଚାରିବାରେ ଦୁଇଦିନିଆ ସାମୁଦ୍ରିକ ସମରାଭ୍ୟାସ ସାଗର କବଚରେ ସୁରକ୍ଷା ଅଧିକାରୀ ସାମିଲ ହୋଇଥିଲେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘାଟିରେ ତଳକୁ ଖସିଲା ଟ୍ରଲର: ଲାଗିଲା ନିଆଁ, ଆଉ ତା’ପରେ…

ପଟାଙ୍ଗୀ,୨୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକ ଅଧିନସ୍ଥ ରାଲେଗଡା ପଞ୍ଚାୟତ ଯୋଡିମାଦିଲି ଘାଟିରେ ଭାରସାମ୍ୟ ହରାଇ ଘାଟି ତଳକୁ ଖସିପଡ଼ିଛି ଏକ ଟ୍ରଲର।...

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

ସୁନା ଦର ଆକାଶଛୁଆଁ: ଦେଢ଼ଲକ୍ଷ ଟପିଲା ଦାମ୍‌, ଭୁବନେଶ୍ୱରରେ ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୨୧।୧: ଆଉ ମାରିହେବନି ହାତ। ସୁନା ଦର ଆକାଶଛୁଆଁ। ଦେଢ଼ଲକ୍ଷ ଟପିଲା ଦାମ୍‌। ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ୍‌ ସୁନା ମୂଲ୍ୟ ୧ ଲକ୍ଷ ୫୪...

ସ୍ବିଜରଲାଣ୍ଡ ଯାଉଥିଲେ ଟ୍ରମ୍ପ, ଉଡ଼ାଣ ଆରମ୍ଭ ହେବାର କିଛି ସମୟ ପରେ ହଠାତ୍‌ ଖରାପ ହେଲା ବିମାନ, ତା’ପରେ..

ଓ୍ବାଶିଂଟନ୍‌,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ଅର୍ଥନୈତିକ ଫୋରମରେ ଯୋଗଦେବା ପାଇଁ ସ୍ବିଜରଲାଣ୍ଡର ଡାଭୋସ ଅଭିମୁଖେ ଯାତ୍ରା କରୁଥିଲେ। କିନ୍ତୁ, ଉଡ଼ାଣ ଆରମ୍ଭ ହେବାର...

କଲେଜ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାହିଁକି ଏମିତି ଚରମ ନିଷ୍ପତ୍ତି ନେଲେ କାରଣ ଅସ୍ପଷ୍ଟ

ସମ୍ବଲପୁର,୨୧।୧(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସୟୁ) ବ୍ରହ୍ମପୁତ୍ର ଛାତ୍ରାବାସର ୫୨ ନମ୍ବର କୋଠରୀରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଛି। ସେ ହେଉଛନ୍ତି ସୁନ୍ଦରଗଡ଼...

ରାଜ୍ୟରେ ବଢିଲା ତାପମାତ୍ରା

ଭୁବନେଶ୍ୱର,୨୧।୧: ରାଜ୍ୟରେ ବଢିଲା ତାପମାତ୍ରା। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବଢିଲା ତାପମାତ୍ରା। ୪ ଦିନରେ ଉପକୂଳରେ ୩ ଓ ଆଭ୍ୟନ୍ତରୀଣରେ ୭ ଡିଗ୍ରୀ ବୃଦ୍ଧି...

ପିସ୍ତଲରୁ ନିଜକୁ ଗୁଳି କରିଦେଲେ ଯୁବ କଂଗ୍ରେସ ନେତା, ସହରରେ ଶୋକର ଛାୟା

ସୋନପୁର,୨୧l୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା କଂଗ୍ରେସ କମିଟିର କୋଷାଧ୍ୟକ୍ଷ ରାଜେଶ ମିଶ୍ର(୪୦) ଆତ୍ମହତ୍ୟା କରିଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ସୁବର୍ଣ୍ଣପୁର ସହର...

ମୋ ସ୍ବାମୀ ମୋତେ ମାରିଦେବେ….କାହିଁକି ଏମିତି କହିଲେ ମହାକାଶଚାରୀ ସୁନିତା ୱିଲିୟମ୍ସ

ନୂଆଦିଲ୍ଲୀ,୨୧।୧: ନାସା ମହାକାଶଚାରୀ ସୁନିତା ୱିଲିୟମ୍ସ ଭାରତରେ ଅଛନ୍ତି। ସେ ଦିଲ୍ଲୀରେ ସ୍ବର୍ଗତ କଳ୍ପନା ଚାୱଲାଙ୍କ ୯୦ ବର୍ଷୀୟା ମାଆଙ୍କୁ ଭେଟିଥିଲେ। ସାକ୍ଷାତ ସମୟରେ ଦୁହେଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri