୪ ଦିନ ହେଲା ଡାକସେବା ଅଚଳ, ଦୂରଦୂରାନ୍ତରୁ ଆସି ନିରାଶ ହେଉଛନ୍ତି ଉପଭୋକ୍ତା

ଦାରିଙ୍ଗବାଡ଼ି,୪ା୯(ଅରୁଣ ସାହୁ): ଦିନେ କି ଓଳିଏ ନୁହଁ ଦୀର୍ଘଦିନ ଧରି ବାରମ୍ବାର ଡାକସେବା ଅଚଳ ହେଉଥିବା ଅଭିଯୋଗ ହୋଇଆସୁଛି। ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଉପଡାକଘରେ।

ପ୍ରକାଶ ଯେ, ଉକ୍ତ ଡାକ ଘର ଉପରେ ଦାରିଙ୍ଗବାଡ଼ିର ୧୭ ପଞ୍ଚାୟତ ସମେତ ବ୍ରାହ୍ମଣୀଗାଁଠାରେ ରହିଥିବା ଉପ ଡାକକାର୍ଯ୍ୟାଳୟ ମଧ୍ୟ ବାରମ୍ବାର ଅଚଳ ଯୋଗୁ ସେହି ଡାକ ଘରେ ନିର୍ଭର କରୁଥିବା ୮ ପଞ୍ଚାୟତର ଉପଭୋକ୍ତାମାନେ ଦାରିଙ୍ଗବାଡ଼ି ଡାକ ଘର ଉପରେ ନିର୍ଭର କରୁଛନ୍ତି। ଫଳରେ ଉକ୍ତ ବ୍ଲକର ୨୫ ପଞ୍ଚାୟତବାସୀ ନିର୍ଭର କରୁଛନ୍ତି ଓ ବାରମ୍ବାର ଅଚଳ ଯୋଗୁ ନିରାଶ ହେଉଛନ୍ତି। ଦୁରଦୂରାନ୍ତରୁ ଆସିଥିବା ଭୋକ୍ତାମାନେ ଲିଙ୍କ୍‌ ଫେଲ୍‌ କଥା ଶୁଣି ଘଣ୍ଟା ଘଣ୍ଟା ଅପେକ୍ଷା କରି ଶେଷରେ ନିରାଶ ହୋଇ ଫେରୁଛନ୍ତି। ଏବେ ଲଗାତର ୪ ଦିନ ହେଲା ଦାରିଙ୍ଗବାଡ଼ିରେ ଲୋକଙ୍କୁ ଉପଡାକଘରେ ସେବା ମିଳୁନାହିଁ। ଫଳରେ ଜନଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। ଏଭଳି ହେଲେ ଆଗକୁ ଅଞ୍ଚଳବାସୀ ରାଜରାସ୍ତାକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି। ଏବେ ଲୋକଙ୍କ ଚିଠି, ସ୍ପିଡ୍‌ ପୋଷ୍ଟ, ଅର୍ଥ ନେଣଦେଣ ହୋଇପାରୁଥି ନ ଥିବାବେଳେ ଡାକ ଦ୍ୱାରା ଆସୁଥିବା ସମସ୍ତ ପାର୍ସଲ ଉପଭୋକ୍ତା ରିସିଭ୍‌ କରିପାରୁନାହାନ୍ତି କିମ୍ବା ପଠାଇପାରୁନାହାନ୍ତି। ସେହିପରି ସରକାରଙ୍କ ବିଭିନ୍ନ ଯୋଜନାରେ ଆସୁଥିବା ମଜୁରୀ ଅର୍ଥ ସମେତ ବିଭିନ୍ନ ଅନୁଦାନକୁ ଉପଭୋକ୍ତାମାନେ ଉଠାଣ କରିପାରୁନାହାନ୍ତି।

ଏନେଇ ପୋଷ୍ଟମାଷ୍ଟର ବସନ୍ତ ନାୟକଙ୍କ ସହ ଯୋଗାଯୋଗ କରାଯିବାରୁ ସେ କହିଛନ୍ତି ଯେ, ସର୍ଭର ଡାଉନ ରହିବା ସହ ବିଏସ୍‌ଏନ୍‌ଏଲ୍‌ର ଇଣ୍ଟରନେଟ୍‌ ସେବା ବାରମ୍ବାର ଅଚଳ ଯୋଗୁ ଏଭଳି ସମସ୍ୟା ଉପୁଜିଛି। ଏ ସଂକ୍ରାନ୍ତରେ ସେ ଜିଲା ମୁଖ୍ୟ ଡାକ କାର୍ଯ୍ୟାଳୟର ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଜଣାଇଛନ୍ତି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୫% ବଢିବ DA!

ନୂଆଦିଲ୍ଲୀ,୨୧।୧: କେନ୍ଦ୍ର ସରକାରୀ କର୍ମଚାରୀମାନେ ଦୀର୍ଘ ଦିନ ଧରି ଅଷ୍ଟମ ବେତନ କମିଶନ ଅଧୀନରେ ଦରମା ବୃଦ୍ଧି ପାଇଁ ଅପେକ୍ଷା କରିଆସୁଛନ୍ତି। ଜାନୁଆରୀ 2026 ପରେ...

ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି

ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ...

ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ...

ମୋଦି କ୍ୟାବିନେଟର ଦୁଇଟି ବଡ଼ ନିଷ୍ପତ୍ତି, ଅଟଳ ପେନସନ ପାଣ୍ଠିକୁ ମଞ୍ଜୁରୀ, ଦ୍ୱିତୀୟ ପ୍ରମୁଖ ନିଷ୍ପତ୍ତି ବିଷୟରେ ଜାଣନ୍ତୁ

ନୂଆଦିଲ୍ଲୀ,୨୧।୧: ମୋଦି କ୍ୟାବିନେଟ ବୁଧବାର (୨୧ ଜାନୁଆରୀ) ଦିନ ଭାରତୀୟ କ୍ଷୁଦ୍ର ଶିଳ୍ପ ବିକାଶ ବ୍ୟାଙ୍କକୁ ଇକ୍ୱିଟି ସହାୟତା ମଞ୍ଜୁର କରିଛନ୍ତି। ଏହା ଅଟଳ ପେନସନ...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri