ଗୁରୁ ଦିବସରେ ଏହି ବ୍ଲକରୁ ୪ ଶିକ୍ଷକ ପାଇଲେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

ପାଟଣା,୪।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁରୁସୁଆଁ ଉଚ୍ଚ ବିଦ୍ୟାଳୟର ସଂସ୍କୃତ ଶିକ୍ଷକ କୃଷ୍ଣ ଚନ୍ଦ୍ର ସାହୁ ଜିଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଥିବା ବେଳେ ବିଜ୍ଞାନ ପାଇଁ ତୁରୁମୁଙ୍ଗା ଦଧିବାମନ ହାଇସ୍କୁଲର ବିଜ୍ଞାନ ଶିକ୍ଷକ ବିରଞ୍ଚି ନାରାୟଣ ମହାରଣା, ସରକାରୀ ପ୍ରାଥମିକ ବିଦ୍ୟାଳୟ ମଙ୍ଗଳପୁରର ଶିକ୍ଷୟିତ୍ରୀ ତିଳତ୍ତମା ବେହେରା, ଡୁମୁରିଆ ସିଆର୍‌ସିସି ଯୁଧିଷ୍ଟିର ମହାନ୍ତ ପ୍ରମୁଖ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଛନ୍ତି।

କେନ୍ଦୁଝର ମୁଖ୍ୟାଳୟ ଡିଏନ୍‌ ହାଇସ୍କୁଲରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲାପାଳ ମନ୍ଦଧର ମହାଳିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୁରସ୍କାର ବିତରଣ ଉତ୍ସବରେ ମୁଖ୍ୟ ଅତିଥି ଭାବେ କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ, ସମ୍ମାନୀତ ଅତିଥି ଭାବେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ, ତେଲକୋଈ ବିଧାୟକ ଫକୀର ଚରଣ ନାଏକ, ଆନନ୍ଦପୁର ବିଧାୟକ ଅଭିମନ୍ୟୁ ସେଠୀ, ଡିଆଇଇଟି ଅଧ୍ୟକ୍ଷା କଲ୍ୟାଣୀ ମାଝି ପ୍ରମୁଖ ଯୋଗଦେଇ ସଫଳ ଶିକ୍ଷକଙ୍କୁ ଉତ୍ତରୀୟ, ମାନପତ୍ର ଏବଂ ମେଡାଲ ଦେଇ ସମ୍ବର୍ଦ୍ଧିତ କରିଥିଲେ। ପରେ ଶିକ୍ଷକମାନଙ୍କୁ ପୁରସ୍କାର ବାବଦକୁ ୨୫ ହଜାର ଟଙ୍କା ପାଇବେ।

ଏହି ଅବସରରେ ଜିଲା ଶିକ୍ଷା ଅଧିକାରୀ ପୂର୍ଣ୍ଣ ଚନ୍ଦ୍ର ବରିହା ସ୍ବାଗତ ଭାଷଣ ଦେଇଥିଲେ। ଏଥିରେ ଏଡିଓ ଶ୍ରୀକାନ୍ତ ବେହେରା, ରୁଦ୍ର ନାରାୟଣ ସାମଲ, ସତ୍ୟ ନାରାୟଣ ମହାନ୍ତ ପ୍ରମୁଖ ଉପସ୍ଥିତ ଥିଲେ। ବିଜ୍ଞାନ ପରିଦର୍ଶକ ପରମେଶ୍ବର ମହାନ୍ତ କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ସ୍ଥାନୀୟ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ପ୍ରବୀର ମହାନ୍ତି ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

ବାରବାଟୀ ମ୍ୟାଚ ଭିତରେ ବଡ଼ ଘୋଷଣା, ପୁଣି T20 ପାଇଁ ଟିମ୍‌ ଇଣ୍ଡିଆର ଟିମ୍‌ ଘୋଷଣା, ଦଳରେ ଅଛନ୍ତି…

ନୂଆଦିଲ୍ଲୀ,୯।୧୨: ବିଶ୍ୱ ଚାମ୍ପିଅନ ଟିମ ଇଣ୍ଡିଆ ଖୁବଶୀଘ୍ର ପଡ଼ିଆକୁ ଫେରିବାକୁ ଯାଉଛି। ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri