କୁଲାଡ ହାଇସ୍କୁଲ ପାଳିବ ସୁବର୍ଣ୍ଣ ଜୟନ୍ତୀ: ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ବିଶ୍ବ ପ୍ରସିଦ୍ଧ କବି କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ଜନ୍ମପୀଠ ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ କବିସମ୍ରାଟ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ (କବିସମ୍ରାଟ ବିଦ୍ୟାପୀଠ) ଅକ୍ଟୋବର ମାସରେ ତାର ସୁବର୍ଣ୍ଣ ଜୟନ୍ତୀ ପାଳିବ। ତେଣୁ ଏ ନେଇ ଶନିବାର ଏକ ପ୍ରସ୍ତୁତି ବୈଠକ ହୋଇଥିଲା। ଏଥିସହ ସୁବର୍ଣ୍ଣ ଜୟନ୍ତୀ କାର୍ଯ୍ୟାଳୟ ଉଦ୍‌ଘାଟିତ ହୋଇଥିଲା। ଆଜିର ପ୍ରସ୍ତୁତି ବୈଠକରେ ୧୯୬୨ ମସିହାରୁ ୨୦୨୪ ମସିହା ମଧ୍ୟରେ ପଢୁଥିବା ଛାତ୍ରୀଛାତ୍ର ମାନଙ୍କୁ ଆଜିର ପ୍ରସ୍ତୁତି ବୈଠକକୁ ନିମନ୍ତ୍ରଣ କରାଯାଇଥିଲା । ଏଥିରେ ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମ କିଭଳି ଭଲ ଭାବେ ହେବ ସେ ନେଇ କହିଥିଲେ। ସଭା ପୂର୍ବରୁ ପ୍ରଥମେ ଭଞ୍ଜ ରାଜବଂଶର ଅଧିଷ୍ଠାତ୍ରୀ ଦେବି ମା’ ବ୍ୟାଘ୍ରଦେବୀଙ୍କ ପାଖରୁ ବିଧାୟକ ଆଜ୍ଞାମାଳ ଗ୍ରହଣ କରି ଶୋଭାଯାତ୍ରାରେ ଆସି କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ପରେ ବିଦ୍ୟାଳୟରେ ସୁବର୍ଣ୍ଣ ଜୟନ୍ତୀ କାର୍ଯ୍ୟାଳୟ ବିଧାୟକଙ୍କ ଦ୍ୱାରା ଉଦ୍‌ଘାଟନ କରାଯାଇଥିଲା। ପରେ ସମସ୍ଥ ପୂର୍ବତନ ଛାତ୍ର ମାନଙ୍କ ଉପସ୍ଥିତିରେ ସୁବର୍ଣ୍ଣ ଜୟନ୍ତୀ ନିମନ୍ତେ ବିସ୍ତୃତ ଆଲୋଚନା କରାଯାଇଥିଲା। କାର୍ଯ୍ୟକ୍ରମରେ ରାଜ୍ୟପାଳ ଏବଂ
ମୁଖ୍ୟମନ୍ତ୍ରୀଙ୍କୁ ଯୋଗଦେବା ପାଇଁ ନିମନ୍ତ୍ରଣ କରାଯିବ। ଆସନ୍ତା ଅକ୍ଟୋବର ମାସ ୨୫, ୨୬ ଓ ୨୭ ତାରିଖ ତିନି ଦିନ ଧରି ଉତ୍ସବ ପାଳନ ହେବ। ଏଥିରେ ଅଞ୍ଚଳର କଳାକାର ମାନଙ୍କୁ ନିଜ ପ୍ରତିଭା ପ୍ରଦର୍ଶନ କରିବା ପାଇଁ ସୁଯୋଗ ଦେବାସହ ସେମାନଙ୍କୁ ସମ୍ମାନିତ କରାଯିବ । ଏଥିସହ ଅନେକ ବ୍ୟକ୍ତିଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରିବା ପାଇଁ ବୈଠକରେ ନିଷ୍ପତି ହୋଇଛି। ବୈଠକରେ ସଭାପତି ଭାବେ ପୂର୍ବତନ ଛାତ୍ର ତଥା ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କୁ ସର୍ବସମ୍ମତି କ୍ରମେଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ପ୍ରଦାନ କରାଯାଇଥିଲା। ରାଜନୀତି ଠାରୁ ଊର୍ଦ୍ଧ୍ୱରେ ରହି ସମସ୍ତେ ବିଦ୍ୟାଳୟର ପୂର୍ବତନ ଛାତ୍ର ଭାବେ କାର୍ଯ୍ୟକ୍ରମ କରିବା। ଏହି ଅବସରରେ ଏକ ସ୍ମରଣିକା ଉନ୍ମୋଚିତ କରାଯିବ। ବିଦ୍ୟାଳୟ ଅଧ୍ୟକ୍ଷ ଗୌରନନ୍ଦନ ହୋତା ଧନ୍ୟବାଦ ପ୍ରଦାନ କରିଥିବା ବେଳେ ଅରକ୍ଷିତ ପରିଛା କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ସ୍ବାମୀଙ୍କୁ ୨ ସ୍ତ୍ରୀ: ପଞ୍ଚାୟତ ନେଲା ବଡ଼ ନିଷ୍ପତ୍ତି, ଜଣଙ୍କ ସହ ୩ ଦିନ, ଅନ୍ୟ ଜଣଙ୍କ ସହ ୩ ଦିନ, ଆଉ ରବିବାରରେ…

ଲକ୍ଷ୍ନୌ,୨୨।୧: ଉତ୍ତର ପ୍ରଦେଶର ରାମପୁର ଜିଲାରୁ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଏଠାରେ ଏକ ଗାଁ ପଞ୍ଚାୟତ ଏପରି ନିଷ୍ପତ୍ତି ଜାରି କରିଛି ଯାହା...

‘ମୁଁ ବିବାହିତ’…ଗର୍ଲଫ୍ରେଣ୍ଡଙ୍କୁ ନେଇ ଏମିତି କହିଲେ ଆମିର ଖାନ

ମୁମ୍ବାଇ: ବଲିଉଡର ମିଷ୍ଟର ପରଫେକ୍ସନିଷ୍ଟ ଆମିର ଖାନ ପୁଣିଥରେ ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ଖବରର ଶିରୋନାମା ପାଲଟିଛନ୍ତି। ସେ ନିକଟରେ ତାଙ୍କ ପ୍ରେମିକା ଗୌରୀ...

ଭୟଙ୍କର ଦୁର୍ଘଟଣା: ଓଭରବ୍ରିଜ୍‌ ନିକଟରେ କଣ୍ଟେନର-ଟ୍ରକ୍‌ ମୁହାଁମୁହିଁ ହେବାରୁ…

ଗଞ୍ଜାମ,୨୨ା୧(ଅନାଥ ତରାଇ): ଗଞ୍ଜାମସ୍ଥିତ ହୁମ୍ମା ଫାଣ୍ଡି ଅନ୍ତର୍ଗତ ଲକ୍ଷ୍ମୀପୁର ଓଭରବ୍ରିଜ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ବୁଧବାର ବିଲମ୍ବିତ ରାତିରେ ଏକ ଭୟଙ୍କର ସଡ଼କ...

ମଝି ଆକାଶରେ ଯାତ୍ରୀଙ୍କୁ ଆସିଲା ହାର୍ଟଆଟାକ୍‌, ଆଉ ତା’ପରେ…

ନୂଆଦିଲ୍ଲୀ,୨୨।୧: ନାଗପୁର ବିମାନବନ୍ଦରରେ ଉଡ଼ାଣ ସମୟରେ ଜଣେ ଯାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ୍‌ ଖରାପ ହୋଇଯିବାରୁ ଉତ୍ତେଜନା ସୃଷ୍ଟି ହୋଇଛି। ଗାଜିଆବାଦରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ...

ବଡ଼ ରେକର୍ଡ କଲେ ରିଙ୍କୁ ସିଂ: ଧୋନୀଙ୍କ ସହ ସମକକ୍ଷ

ନାଗପୁର,୨୨।୧: ଭାରତୀୟ ଦଳ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜକୁ ଧମାକାଦାର ଭାବରେ ଆରମ୍ଭ କରି ପ୍ରଥମ ମ୍ୟାଚକୁ ୪୮ ରନରେ ଜିତିଛି।...

IND vs NZ 1st T20I: ମ୍ୟାଚ ପରେ ଗମ୍ଭୀର ଦେଲେ ଏମିତି ବୟାନ, ଯାହାକୁ ନେଇ ସୋସିଆଲ ମିଡ଼ିଆରେ ହେଉଛି ଖୁବ ଚର୍ଚ୍ଚା

ନୂଆଦିଲ୍ଲୀ,୨୨।୧: ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଆଜିକାଲି ନିରନ୍ତର ଖବରର ଶିରୋନାମାରେ ଅଛନ୍ତି। କାରଣ ହେଉଛି ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ଘରୋଇ ପରିବେଶରେ ପ୍ରଥମ...

ପ୍ଲାଷ୍ଟିକ ନେଉଛି ଜୀବନ, ବିପଦରେ ପ୍ରାଣୀସମ୍ପଦ

ଦାରିଙ୍ଗବାଡି,୨୨।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ କୁଢ଼ କୁଢ଼ ପ୍ଲାଷ୍ଟିକ, ଥର୍ମାକୋଲ ଥାଳି, ପଲିଥିନ ଏବେ ପ୍ରାଣୀସମ୍ପଦ ପାଇଁ ବିପଦ ସାଜିଛନ୍ତି। ଉକ୍ତ...

ସର୍ଭେ କରିବାକୁ ଯାଇ କାଜୁ ଜଙ୍ଗଲରେ ଫସିଗଲା ଟିମ୍‌, ଅନ୍ଧାରରେ ବାଟ ନ ପାଇ ଘଣ୍ଟାଏ ପରେ…

ମହାକାଳପଡ଼ା,୨୨ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଆର୍ସେଲର ମିତ୍ତଲ ଶିଳ୍ପ ପ୍ରତିଷ୍ଠା ପାଇଁ ଏକ ଟିମ୍‌ ପକ୍ଷରୁ ଜଙ୍ଗଲ ପାଶର୍‌ବ ସୀମା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri