ଅଭିଜିତ ମଜୁମଦାର ଏବେ ବି କୋମାରେ, ଏମ୍ସ-ଦିଲ୍ଲୀ ଏୟାରଲିଫ୍ଟ ହୋଇପାରନ୍ତି

ଭୁବନେଶ୍ୱର,୭ା୯: ଓଡ଼ିଶାର ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ଚିକିତ୍ସା ଖର୍ଚ୍ଚ ଓଡ଼ିଶା ସରକାର ବହନ କରିବେ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଘୋଷଣା କରିଛନ୍ତି। ଅଭିଜିତ ବର୍ତ୍ତମାନ ଏମ୍ସ-ଭୁବନେଶ୍ୱରର ଆଇସିୟୁରେ ଭେଣ୍ଟିଲେଟର ସହାୟତାରେ ଚିକିତ୍ସାଧୀନ ଅଛନ୍ତି।

ସ୍ୱାସ୍ଥ୍ୟମନ୍ତ୍ରୀ ମହାଲିଙ୍ଗ ରବିବାର ଏମ୍ସ-ଭୁବନେଶ୍ୱର ପରିଦର୍ଶନ କରି ଅଭିଜିତଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ଖବର ନେଇଛନ୍ତି। ସେ କହିଛନ୍ତି, “ଅଭିଜିତଙ୍କ ଅବସ୍ଥାରେ ସାମାନ୍ୟ ଉନ୍ନତି ହୋଇଛି। ତାଙ୍କ କିଡନୀ ଓ ଯକୃତର ସମସ୍ୟା ରହିଛି, ତେବେ ସେ ଏବେ ବି କୋମାରେ ଅଛନ୍ତି।” ଆବଶ୍ୟକ ହେଲେ ମଜୁମଦାରଙ୍କୁ ଉନ୍ନତ ଚିକିତ୍ସା ପାଇଁ ଏମ୍ସ-ଦିଲ୍ଲୀକୁ ଏୟାରଲିଫ୍ଟ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।

ଅଗଷ୍ଟ ୨୭ରେ ଗଣେଶ ପୂଜା ସମୟରେ ସଙ୍ଗୀତ କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ସମସ୍ୟା ଅନୁଭବ କରିବା ପରେ ମଜୁମଦାରଙ୍କୁ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଅନ୍ୟ ଏକ ଘରୋଇ ହସ୍ପିଟାଲର ଆଇସିୟୁକୁ ସ୍ଥାନାନ୍ତର କରାଯାଇଥିଲା। ସେପ୍ଟେମ୍ବର ୪ରେ ତାଙ୍କୁ ଏମ୍ସ-ଭୁବନେଶ୍ୱରକୁ ରେଫର କରାଯାଇଥିଲା, ଯେଉଁଠାରେ ତାଙ୍କୁ ହାଇପରଟେନସନ, ହାଇପୋଥାଇରଏଡିଜମ ଓ କ୍ରନିକ ଯକୃତ ରୋଗ ସମେତ ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟା ଚିହ୍ନଟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri