ଗୁରୁ ନାଁରେ କଳଙ୍କ: ଯୌନ ନିର୍ଯାତନା ଦେବାରୁ ଆତ୍ମହତ୍ୟା କରିଥିଲେ ଛାତ୍ରୀ, କୋର୍ଟ ଚାଲାଣ ହେଲେ ଶିକ୍ଷକ

ଗୋଲାମୁଣ୍ଡା,୮ା୯(ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ଥାନା ଅନ୍ତର୍ଗତ ଦଶପୁର ଫାଣ୍ଡି ଅଧୀନ ବନ୍ଧଗାଁରେ ଗତ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଥିଲା। ସ୍ଥାନୀୟ ଜଣେ ଛାତ୍ରୀ ଯୌନ ନିର୍ଯାତନାର ଶିକାର ହୋଇ ଶେଷରେ ବିଷ ପିଇ ଆତ୍ମହତ୍ୟା କରିଥିଲେ। ଛାତ୍ରୀ ଜଣଙ୍କର ଉକ୍ତ ଗାଁରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହ ଶିକ୍ଷକ ସୁନୀଲ ଚନ୍ଦ୍ର ଭୋଇଙ୍କ ସାଙ୍ଗରେ ଦୀର୍ଘ ୧ବର୍ଷ ଧରି ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା । ଶିକ୍ଷକ ଜଣକ ବିଭିନ୍ନ ପ୍ରଲୋଭନ ଓ ବିବାହର ପ୍ରତିଶ୍ରୁତି ଦେଇ ଛାତ୍ରୀଙ୍କୁ ଅନେକ ଥର ଯୌନ ଶୋଷଣ କରିଥିଲେ। କୌଣସି କାରଣରୁ ଦୀର୍ଘ ୨ମାସ ହେବ ଉଭୟଙ୍କ ପ୍ରେମ ସମ୍ପର୍କରେ ଫାଟ ସୃଷ୍ଟି ହୋଇଥିଲା । ଫଳରେ ଶିକ୍ଷକ ଜଣକ ଉକ୍ତ ଛାତ୍ରୀ ସାଙ୍ଗରେ କଥାବାର୍ତ୍ତା ହେବା ସମ୍ପୂର୍ଣ୍ଣ ରୂପରେ ବନ୍ଦ କରିଦେଇଥିଲେ ଓ ଛାତ୍ରୀଙ୍କଠାରୁ ଦୂରେଇ ଯାଇଥିଲେ। ଫଳରେ ଛାତ୍ରୀ ଜଣକ ଲୋକଲଜ୍ଜା ଭୟରେ ଓ ଶିକ୍ଷକଙ୍କ ପ୍ରତାରଣା ସହି ନ ପାରି ରବିବାର ସକାଳେ ନିଜ ଘରେ ବିଷ ପିଇ ଆତ୍ମହତ୍ୟା କରିଥିଲେ। ଏନେଇ ଖବର ପାଇ ଦଶପୁର ଫାଣ୍ଡି ପୋଲିସ ପହଞ୍ଚି ମୃତଦେହ ଜବତ କରିଥିଲା। ମୃତଦେହ ବ୍ୟବଚ୍ଛେଦ ପରେ ପରିବାରର୍ଗଙ୍କୁ ହସ୍ତାନ୍ତର କରିଥିଲେ। ଏପରିକି ଘଟଣାସ୍ଥଳରୁ ଛାତ୍ରୀଙ୍କ ଏକ ହାତଲେଖା ଡାଇରୀ ଓ ବିଭିନ୍ନ ପ୍ରକାର ଗୁରୁତ୍ୱପୂର୍ଣ୍ଣ କାଗଜ ଜବତ କରିଥିଲା ପୋଲିସ। ଏହାକୁ ଆଧାର କରି ଦଶପୁର ପୋଲିସ ଏକ ମାମଲା ନଂ( ୧୨୯/୨୫) ରୁଜୁ କରି ଅଭିଯୁକ୍ତ ଶିକ୍ଷକ ସୁନୀଲ ଚନ୍ଦ୍ର ଭୋଇଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଶିକ୍ଷକଙ୍କ ଘର କେସିଙ୍ଗା ଥାନା ବ୍ରାହ୍ମଣୀ ଗାଁର ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri