Posted inଖେଳ

ଏସିଆ କପ୍‌ ମହିଳା ହକି: ସୁପର-୪ରେ ଭାରତ

ହାଙ୍ଗ୍‌ଝୋ,୮ା୯: ନବନୀତ କୌର ଓ ମମ୍‌ତାଜ ଖାନ୍‌ଙ୍କ ହ୍ୟାଟ୍ରିକ୍‌ ବଳରେ ଭାରତ ଏସିଆ କପ୍‌ ମହିଳା ହକି ଟୁର୍ନାମେଣ୍ଟର ପୁଲ୍‌ ‘ବି’ରେ ୩୪ ର଼୍ୟାଙ୍କିଙ୍ଗପ୍ରାପ୍ତ ସିଙ୍ଗାପୁରକୁ ୧୨-୦ ଗୋଲରେ ପରାସ୍ତ କରିଛି।

ଏଥି ସହିତ ଦଳ ପ୍ରତିଯୋଗିତାର ସୁପର-୪ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛି। ମ୍ୟାଚରେ ଆଧିପତ୍ୟ ବିସ୍ତାର କରି ଖେଳିଥିବା ନବନୀତ ୧୪ତମ, ୨୦ତମ ଓ ୨୮ତମ ମିନିଟରେ ଗୋଲ ସ୍କୋର କରିଥିବା ବେଳେ ମମ୍‌ତାଜ ୨ୟ, ୩୨ତମ ଓ ୩୯ତମ ମିନିଟ୍‌ରେ ତାଙ୍କ ଗୋଲ୍‌ଗୁଡ଼ିକ ସ୍କୋର କରିଥିଲେ।

ନେହା ୧୧ଶ ଓ ୩୮ତମ ମିନିଟ୍‌ରେ ଦୁଇଟି ଗୋଲ୍‌ ଦେଇଥିବା ବେଳେ ଲାଲ୍‌ରେମ୍‌ସିଆମି (୧୩ତମ), ଇଦିତା (୨୯ତମ) ଓ ଋତୁଜା ପିସାଲ (୫୩ତମ) ଗୋଟିଏ ଲେଖାଏଁ ଗୋଲ୍‌ ଦେଇଥିଲେ। ବିଶ୍ୱର ୧୦ ନମ୍ବର ମାନ୍ୟତାପ୍ରାପ୍ତ ଭାରତୀୟ ଦଳ ଟୁର୍ନାମେଣ୍ଟ ଓପନରରେ ଥାଇଲାଣ୍ଡକୁ ୧୧-୦ ଗୋଲ୍‌ରେ ପରାସ୍ତ କରିଥିଲା। ଭାରତ ଏହାର ପରବର୍ତ୍ତୀ ମ୍ୟାଚ ସୁପର-୨ରେ ପୁଲ୍‌ ‘ଏ’ରେ ଦ୍ୱିତୀୟ ସ୍ଥାନରେ ଥିବା ଦଳକୁ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri