୫-ଟି କଲେଜରେ ଅନିୟମିତତା ଅଭିଯୋଗ: ପ୍ରଥମ ଦିନରେ ୩ କଲେଜରେ ଭିଜିଲାନ୍ସର ଛାନଭିନ

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ବିଭିନ୍ନ ୫-ଟି କଲେଜ କାମରେ ଅନିୟମିତତା ହୋଇଥିବା ନେଇଁ ଗତ ଜୁଲାଇ ମାସରେ କଳାହାଣ୍ଡି ଛାତ୍ର ସଂଘ ପକ୍ଷରୁ ଭିଜିଲାନ୍ସ ଠାରେ ଅଭିଯୋଗ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଭିଜିଲାନ୍ସ ବିଭାଗ ସୋମବାର ଭବାନୀପାଟଣାସ୍ଥିତ ଜୟ ପ୍ରକାଶ ସନ୍ଧ୍ୟା ମହାବିଦ୍ୟାଳୟ, ଭବାନୀପାଟଣା ସରକାରୀ ମହିଳା କଲେଜ ଓ ଜୁନାଗଡ଼ ପ୍ରିୟ ଦର୍ଶିନୀ ଇନ୍ଦିରା (ପିଆଇ) ମହାବିଦ୍ୟାଳୟକୁ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି। ଏହି କଲେଜ ମାନଙ୍କରେ ୫ -ଟି କାମରେ ଦୁର୍ନୀତି କରାଯାଇଥିବା ତଥା ୫-ଟି କାମର ଟଙ୍କାକୁ ଅନ୍ୟ ନିର୍ମାଣ ବାବଦରେ ଖର୍ଚ୍ଚ କରାଯାଇଥିବା ଅଭିଯୋଗ ହୋଇଛି। ପ୍ରଥମ ଦିନରେ ଭିଜିଲାନ୍ସ ବିଭାଗ ଏହି ୩ ଟି କଲେଜରେ ଛାନଭ୍‌ିନ କରିଛି। ଏହାସହ ଉପରୋକ୍ତ ୩ ଟି କଲେଜକୁ ୫-ଟି କାର୍ଯ୍ୟର ସମସ୍ତ କାଗଜ ପତ୍ର ଧରିକି ଭିଜିଲାନ୍ସ ଅଫିସକୁ ଆସିବା ପାଇଁ କୁହାଯାଇଥିବା ଜଣାପଡିଛି। ଏହି ତଦନ୍ତ ବେଳେ ଭବାନୀପାଟଣା ଭିଜିଲାନ୍ସ ବିଭାଗର ଡି ଏସପି ପ୍ରଦୀପ କୁମାର ଆଇନ୍ଦ ଓ ଷ୍ଟେନୋ ସନ୍ତୋଷ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।

 

 


Enter your email to get our daily news in your inbox.

All Right Reserved By Dharitri.Com

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

ଟାଟା ପାୱାରର ଶୋଷଣ ବିରୋଧରେ ତାତିଲା କଂଗ୍ରେସ

ଧର୍ମଶାଳା,୨୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରଦେଶ କଂଗ୍ରେସ କମିଟିର ନିଷ୍ପତ୍ତି କ୍ରମେ ଯାଜପୁର ଧର୍ମଶାଳା ବିଧାୟକ ପ୍ରାର୍ଥୀ କିଷାନ ପଣ୍ଡାଙ୍କ ନେତୃତ୍ୱରେ ଟାଟା ପାୱାର ଶୋଷଣ ବିରୋଧରେ...

ଜିରୋ ନାଇଟ ପାଇଁ ଚେତାବନୀ ଦେଲେ ଟ୍ବିନ୍‌ ସିଟି ପୋଲିସ କମିଶନର, କହିଲେ ରାତି ୧୨ଟା ପରେ…

ନୂଆଦିଲ୍ଲୀ,୨୯।୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ କିଛି ଦିନ ବାକି ରହିଥିବା ବେଳେ ସବୁ ସ୍ଥାନରେ ଜିରୋ ନାଇଟ ପାଇଁ ପ୍ରସ୍ତୁତି...

ଡିସେମ୍ବର ୩୧ ପୂର୍ବରୁ ଶେଷ କରନ୍ତୁ ଏହି ୩ଟି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଅଟକି ରହିବ ଆପଣଙ୍କ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ବର୍ଷର ଶେଷ ମାସ ଦୁଇ ଦିନ ମଧ୍ୟରେ ଶେଷ ହେବ, ଯାହା ନୂତନ ବର୍ଷର ଆରମ୍ଭ ହେବ। ତଥାପି, ଯଦି ଆପଣ ନୂତନ ବର୍ଷର...

ଜାନୁଆରୀ ୧୧ ସୁଦ୍ଧା ଏହି ୩ ରାଶିର ହେବାକୁ ଯାଉଛି ବଡ଼ ପରିବର୍ତ୍ତନ, ଗ୍ରହଙ୍କ ରାଜା ‘ସୂର୍ଯ୍ୟ’ କଲେ ନକ୍ଷତ୍ର ଗୋଚର

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ, ଯାହାକୁ ସୂର୍ଯ୍ୟ ଦେବତା ଏବଂ ଗ୍ରହମାନଙ୍କର ରାଜା ଉଭୟ ଭାବରେ ବିବେଚନା କରାଯାଏ, ୨୦୨୫ରେ ତାଙ୍କର ଶେଷ ଗୋଚର ସମାପ୍ତ କରିଛି।...

କାହା ପାଇଁ ପ୍ରଭାତ ପିନ୍ଧୁଛନ୍ତି ଲାଲ ପୋଷାକ, କିଏ ସଜାଇ ଛନ୍ତି ତାଙ୍କୁ ନାଲି ବାବା, ସବୁ ଗୁମର ଖୋଲିଦେଲେ…

ଭୁବନେଶ୍ୱର,୨୯।୧୨: ଦେବାଶିଷ ସାମନ୍ତରାୟଙ୍କ ଆକ୍ଷେପ ଉପରେ କଡ଼ା ଜବାବ ରଖିଲେ ପ୍ରଭାତ ବିଶ୍ୱାଳ। ପ୍ରଭାତ କହିଛନ୍ତି, ମୁଁ କେଉଁଭଳିଆ ନେତା କଟକବାସୀ ଜାଣନ୍ତି। ଦେବାଶିଷଙ୍କ ନାଲି...

ତପ୍ତପାଣି ଘାଟିରେ ଦୁର୍ଘଟଣା: କାର ଉପରେ ଓଲଟି ପଡ଼ିଲା କାଜୁ ବୋଝେଇ ଟ୍ରକ୍, ତାପରେ…

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିର ଖେମୁଣ୍ଡିଖୋଲ ଗାଁ ନିକଟ ମୁଖ୍ୟରାସ୍ତାରେ ସଡ଼କ ଦୁର୍ଘଟଣା ହୋଇଛି । ସୋମବାର ମଧ୍ୟାହ୍ନ ପ୍ରାୟ ୧...

ବରୁଣେଶ୍ୱର ମକର ମେଳା: ୫ରୁ ମିଳିବ ବ୍ୟବସାୟୀଙ୍କୁ ଷ୍ଟଲ ରସିଦ

ବିଞ୍ଝାରପୁର,୨୮ା୧୨(ରାମକୃଷ୍ଣ ଦାସ): ଆସନ୍ତା ଜାନୁଆରୀ ୧୪ ମକର ସଂକ୍ରାନ୍ତିଠାରୁ ବିଞ୍ଝାରପୁର ବ୍ଲକ୍‌ ଅଧୀନ ଅରେଇ ପଞ୍ଚାୟତର ବରୁଣେଶ୍ୱର ମକର ମେଳା ପଡ଼ିଆରେ ରାଜ୍ୟସ୍ତରୀୟ ମେଳା ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri