ତାଲା ଭାଙ୍ଗି କଳାକନା ବୁଲାଇଲେ ଦୁର୍ବୃତ୍ତ: ୫.୪୫ ଲକ୍ଷ ସହ ସୁନା ଗହଣା ଲୁଟିନେଲେ

ବାଲେଶ୍ୱର, ୯।୯(ବାଞ୍ଛାନିଧି ଦେ):ବାଲେଶ୍ୱରରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡିଛି l ପୋଲିସକୁ ଚ୍ୟାଲେଞ୍ଜ କରି ଅପରାଧୀମାନେ ବିଭିନ୍ନ ସମୟରେ ଅପରାଧ ଘଟାଇ ଚାଲିଛନ୍ତି। ସଦର ଥାନା ଅନ୍ତର୍ଗତ ସାରଗାଁ ଗ୍ରାମରେ ବଡଧରଣର ଲୁଟ ହୋଇଛି l ଘରେ କେହି ନ ଥିବାର ସୁଯୋଗ ନେଇ ଦୁଇ ଭାଇଙ୍କ ଘରର ତାଲା ଭାଙ୍ଗି ଦୁର୍ବୃତ୍ତମାନେ ନଗଦ ୫.୪୫ ଲକ୍ଷ ଟଙ୍କା ସହ ସୁନା ଅଳଙ୍କାର ଲୁଟି ନେଇଥିବା ଅଭିଯୋଗ ହୋଇଛି l ସନ୍ଧାନୀ କୁକୁର, ସାଇଣ୍ଟିଫିକ ଟିମ ସହ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି l ବଡଭାଇ ଅରୁଣ ଦାସ ସକାଳେ ଝିଅକୁ ଚିକିତ୍ସା ପାଇଁ ଫକୀରମୋହନ ମେଡିକାଲ କଲେଜ ଓ ହସ୍ପିଟାଲକୁ ଯାଇଥିଲେ l ଅପରାହ୍ନ ଦୁଇଟା ସମୟରେ ଘରକୁ ଫେରି ଘରର ତାଲା ଭଙ୍ଗା ଯାଇଥିବା ଦେଖିଥିଲେ l ଘରେ ଆଲମିରା ଭାଙ୍ଗି ଦୁଇଟି ସୁନା ହାର, ଦୁଇ ହଳ ସୁନା କାନଫୁଲ ଓ ଏକ ହଳ ସୁନା ପଲା ସହ ନଗଦ ୫ ହଜାର ଟଙ୍କା ଲୁଟ ହୋଇଥିବା ଦେଖିଥିଲେ l ଏଥିସହ ତଳ ମହଲାରେ ରହୁଥିବା ସାନଭାଇ ତରୁଣ ଦାସଙ୍କ ପରିବାର ୧୭ ଦିନ ଧରି ଶିଶୁର ଚିକିତ୍ସା ପାଇଁ କଟକ ଶିଶୁ ଭବନରେ ରହିଛନ୍ତି l ତାଙ୍କ ଘରର ତାଲା ଭାଙ୍ଗି ନଗଦ ୫.୪୦ ଲକ୍ଷ ଟଙ୍କା ସହ ଦୁଇଟି ସୁନାହାର ଓ ଏକ ହଳ ସୁନା କାନଫୁଲ ଲୁଟ ହୋଇଥିବା ଅଭିଯୋଗ ହୋଇଛି l ଏ ସମ୍ପର୍କରେ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ଛାନଭିନ ଆରମ୍ଭ କରିଛି l


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri