ଆସୁଛି ଦୁର୍ଗାପୂଜା: ବଲାଙ୍ଗୀର ଜିଲା ପ୍ରଶାସନର ପ୍ରସ୍ତୁତି ବୈଠକ, ଲାଗିବ କ୍ୟାମେରା, ଶାନ୍ତି ଶୃଙ୍ଖଳାରେ…

ବଲାଙ୍ଗୀର, ୯।୯(ସୁନୀଲ କୁମାର ମହାନ୍ତି): ଆସନ୍ତା ଦୁର୍ଗାପୂଜାକୁ ଶାନ୍ତିଶୃଙ୍ଖଳାର ସହ ଏବଂ ସୁରକ୍ଷିତ ଭାବେ ପାଳନ କରିବାକୁ ବଲାଙ୍ଗୀର ଜିଲା ପ୍ରଶାସନ ପକ୍ଷରୁ ମଙ୍ଗବାର ଜିଲାପାଳ  କନ୍‌ଫରେନ୍ସ ହଲରେ ଏକ ପ୍ରସ୍ତୁତି ବୈଠକ ଡକାଯାଇଥିଲା। ଏଥର ସହରରେ ୧୭ଟି ପୂଜା ମଣ୍ଡପରେ ଦୁର୍ଗାପୂଜା ହେବ। ଅତିରିକ୍ତ ଜିଲାପାଳ ପବିତ୍ର ବେହେରା ଓ ବିଜୟାନନ୍ଦ ସେଠୀଙ୍କ ଅଧ୍ୟକ୍ଷତାରେ  ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ଉପଜିଲାପାଳ ଆଲୋକ ପଟେଲ,ପୌରପରିଷଦ ର୍ନିବାହୀ ଅଧିକାରୀ ସନ୍ତୋଷ ବେହେରା , ବିଦ୍ୟୁତ ବିଭାଗର ଏସଇ ସୁବ୍ରତ ସେଠ,  ଏସ୍‌ଡିପିଓ  ସରୋଜ କୁମାର ଉପାଧ୍ୟାୟ,ଟାଉନ ଥାନା ଆଇଆଇସି ଅବନୀ ସାହୁ, ପୂର୍ତ୍ତ ବିଭାଗ ଏସଡିଓ ମନୋଜ କୁମାର ମାଝି, ଜନସ୍ବାସ୍ଥ୍ୟ ବିଭାଗ ଜେଇ , ଅଗ୍ନିଶମ ବିଭାଗ ଓ ବିଭିନ୍ନ ଦୁର୍ଗା ପୂଜା କମିଟି ସଭାପତି, ସମ୍ପାଦକ ଓ ପ୍ରତିନିଧି, ଅନ୍ୟ ଲାଇନ ବିଭାଗ କର୍ମଚାରୀ ଯୋଗଦାନ କରିଥିଲେ ।
ପାର୍ବଣ ସମୟରେ ସହଜରେ ଟ୍ରାଫିକ ନିୟନ୍ତ୍ରଣ, ପରିମଳ ବ୍ୟବସ୍ଥା, ଲାଇଟ ସୁବ୍ୟବସ୍ଥା ନେଇ ଆଲୋଚନା କରାଯାଇଥିଲା। ପାର୍ବଣକୁ ନେଇ ଜାରି କରାଯାଇଥିବା ସରକାରୀ ନିର୍ଦ୍ଦେଶନାମା ପାଳନ, ନିଶା ନିବାରଣ, ଭସାଣି ପାଇଁ ଆଗୁଆ ଅନୁମତି, ପୂଜା ମଣ୍ଡପ ମାନଙ୍କରେ ସିସି କ୍ୟାମେରା ଲଗାଇବା ଓ ଶାନ୍ତି ଶୃଙ୍ଖଳାର ସହ ପୂଜା ପାଳନ ଉପରେ ସବିଶେଷ ଆଲୋଚନା ହୋଇଥିଲା।  ଏସ୍‌ଡିପିଓ ଉପାଧ୍ୟାୟ ଟ୍ରାଫିକ ଓ ଶାନ୍ତିଶୃଙ୍ଖଳା ଉପରେ ଗୁରୁତ୍ୱ ଦେଇଥିଲେ। ଟାଉନ ଥାନା ଆଇଆଇସି ସାହୁ ନିୟମ ମାନିବାକୁ କହିଥିଲେ । ପୌର ନିର୍ବାହୀ ଅଧିକାରୀ ସନ୍ତୋଷ ବେହେରା ପରିମଳ ଓ ଅନ୍ୟାନ୍ୟ ଆନୁସଙ୍ଗିକ ବିଷୟ ଉପରେ ଆଲୋଚନା କରିଥଲେ l

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍‌ ସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri