ଚଳିତ ମାସରେ ଆସିବ ନୂଆ ଅବକାରୀ ନୀତି: ମନ୍ତ୍ରୀ

ଭୁବନେଶ୍ୱର, ୧୧।୯(ସୁନିତ୍‌ ମିଶ୍ର): ଚଳିତ ମାସରେ ରାଜ୍ୟ ସରକାର ନୂଆ ଅବକାରୀ ନୀତି ଆଣିବେ। ନୂଆ ଅବକାରୀ ନୀତି ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ଦିନେ କିମ୍ବା ଦୁଇଦିନ ମଧ୍ୟରେ ଆଲୋଚନା ହେବ ବୋଲି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନନ୍ଦନ ସୂଚନା ଦେଇଛନ୍ତି। ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ପୃଥ୍ବୀରାଜ କହିଛନ୍ତି, ନୂଆ ଅବକାରୀ ନୀତି ଲାଗୁ କରିବା ଲାଗି ରାଜ୍ୟ ସରକାର ସବୁ ପ୍ରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ବିଭାଗର ପ୍ରତିନିଧି ଦଳରେ କେତେଜଣ ଅଧିକାରୀ ଦୁଇଟି ରାଜ୍ୟକୁ ଯାଇ ସେମାନଙ୍କ ରାଜ୍ୟରେ ଲାଗୁ ହୋଇଥିବା ଅବକାରୀ ନୀତିକୁ ଅନୁଧ୍ୟାନକରି ଫେରିଛନ୍ତି। ଚଳିତ ମାସରେ ନୂଆ ଅବକାରୀ ନୀତି କାର୍ଯ୍ୟ ଶେଷ ହୋଇଯିବ। ନୂଆ ଅବକାରୀ ନୀତିରେ ଚୋରା ମାଦକ ଦ୍ରବ୍ୟର ବିକ୍ରି ଉପରେ ରୋକ୍‌ ଲଗାଯିବ। ଚୋରା ମାଦକଦ୍ରବ୍ୟ ବିକ୍ରି ଉପରେ ଚଢ଼ାଉ ଜୋର୍‌ଦାର କରାଯାଉଛି।

ଯେଉଁମାନେ ଏଥିରେ ଦୋଷୀ ହୋଇଥିବେ ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ମଧ୍ୟ ନିଆଯିବ। ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରୁ ସଚେତନତା କାର୍ଯ୍ୟକ୍ରମ କରାଯିବ। ମାସେବ୍ୟାପୀ ‘ନିଶା ନୁହେଁ ଜୀବନ’ କାର୍ଯ୍ୟକ୍ରମ ହେବ ବୋଲି ମନ୍ତ୍ରୀ ହରିଚନ୍ଦନ କହିଛନ୍ତି। ସୂଚନାଯୋଗ୍ୟ, ରାଜ୍ୟ ସରକାର ନୂଆ ଅବକାରୀ ନୀତି ଆଣିବାରେ ବହୁ ଦିନ ବିଳମ୍ବ କରିସାରିଲେଣି। ୨୦୨୫ ଜାନୁଆରୀରୁ ନୂଆ ଅବକାରୀ ନୀତି ଆଣିବେ ବୋଲି ବିଭିନ୍ନ ସମୟରେ ଅନେକ ତାରିଖ ଦିଆଯାଇଥିଲା। ହେଲେ ସରକାର ଏହା ଆଣିବାରେ ସମୟ ଗଡ଼ାଇ ଚାଲିଛନ୍ତି। ପରବର୍ତ୍ତୀ ସମୟରେ ନୂଆ ଅବକାରୀ ନୀତି ଆଣିବା ଆଗରୁ ଦେଶର ଅନ୍ୟ କେତେକ ରାଜ୍ୟ କେଉଁ ନିୟମ ରଖିଛନ୍ତି ତାକୁ ଦେଖିବା ପରେ ପ୍ରସ୍ତୁତ କରିବାକୁ ସରକାର ନିଷ୍ପତ୍ତି ନେଇଥିଲେ। ସେହି କ୍ରମରେ ୨ଟି ରାଜ୍ୟରୁ ତଥ୍ୟ ସଂଗ୍ରହ ପରେ ସରକାର ନୂଆ ଅବକାରୀ ନୀତି ଆଣିବାକୁ ଯାଉଛନ୍ତି ବୋଲି ସୂଚନା ଦିଆଯାଇଛିି। ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri