Posted inଖେଳ

ମାତ୍ର ୨୭ ବଲ୍‌ରେ ଇତିହାସ ରଚିଲା ଭାରତ: ପାକିସ୍ତାନକୁ କଡ଼ା ଚେତାବନୀ

ଦୁବାଇ,୧୧ା୯: ଚଳିତ ଏସିଆ କପ୍‌ ଟି୨୦ ଟୁର୍ନାମେଣ୍ଟରେ ବୁଧବାର ଖେଳାଯାଇଥିବା ଲିଗ୍‌ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ଭାରତ ଅତି ସହଜରେ ଆୟୋଜକ ୟୁନାଇଟେଡ୍‌ ଆରବ ଏମିରେଟ୍ସ(ୟୁଏଇ)କୁ ୯ ଉଇକେଟରେ ପରାସ୍ତ କରିଦେଇଛି। ପ୍ରଥମେ ବ୍ୟାଟିଂ କରିଥିବା ୟୁଏଇ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ମାତ୍ର ୧୩.୧ ଓଭରରେ ୫୭ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ୫୮ ରନ୍‌ର ଛୋଟିଆ ଟାର୍ଗେଟ୍‌କୁ ଭାରତ ମାତ୍ର ୪.୩ ଓଭରରେ(୨୭ ବଲ୍‌ରେ) ୧ ଉଇକେଟ ହାରାଇ ଲକ୍ଷ୍ୟ ହାସଲ କରି ନେଇଥିଲା। ଭାରତ ତା’ର ପରବର୍ତ୍ତୀ ମ୍ୟାଚ୍‌ରେ ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ଭେଟିବ। ଭାରତର ଫର୍ମ ପାକିସ୍ତାନକୁ କଡ଼ା ଚେତାବନୀ ସଦୃଶ ହୋଇଛି।
ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ପ୍ରଥମେ ବ୍ୟାଟିଂ କରିଥିବା ୟୁଏଇ ୧୩.୧ ଓଭରରେ ୫୭ ରନ୍‌ରେ ଅଲ୍‌ଆଉଟ୍‌ ହୋଇଯାଇଥିଲା। ଏହା ଏସିଆ କପ୍‌ ଟି୨୦ ଟୁର୍ନାମେଣ୍ଟ ଇତିହାସର ଦ୍ୱିତୀୟ ସର୍ବନିମ୍ନ ଦଳଗତ ସ୍କୋର ଏବଂ ଅନ୍ତର୍ଜାତୀୟ ଟି୨୦ରେ ଏହା ୟୁଏଇର ସର୍ବନିମ୍ନ ସ୍କୋର। ତେବେ ଟୁର୍ନାମେଣ୍ଟ ଇତିହାସରେ ସର୍ବନିମ୍ନ ସ୍କୋର କରିବାର ରେକର୍ଡ ହଂକଂ ନାମରେ ରହିଛି। ହଂକଂ ଦଳ ୨୦୨୨ ସଂସ୍କରଣରେ ପାକିସ୍ତାନ ବିପକ୍ଷରେ ୩୮ ରନ୍‌ରେ ଅଲ୍‌ଆଉଟ୍‌ ହୋଇଯାଇଥିଲା। ଘରୋଇ ଦଳ ପାଇଁ ଦୁଇ ଓପ୍‌ନର ଆଲିଶାନ ଶାରାଫୁ ୨୨ ଓ ଅଧିନାୟକ ମହମ୍ମଦ ଓ୍ବାସିମ ୧୯ ରନ୍‌ କରିଥିଲେ। ଏମାନଙ୍କୁ ଛାଡ଼ିଦେଲେ ଅନ୍ୟ କୌଣସି ବ୍ୟାଟର ଦୁଇଅଙ୍କ ସ୍କୋର ଛୁଇଁପାରି ନ ଥିଲେ। ଭାରତ ପାଇଁ କୁଲଦୀପ ଯାଦବ ୪ ଓ ଶିବମ୍‌ ଦୁବେ ୩ ଉଇକେଟ ନେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ବରୁଣ ଚକ୍ରବର୍ତ୍ତୀ, ଅକ୍ଷର ପଟେଲ ଓ ଯଶ୍‌ପ୍ରୀତ ବୁମ୍‌ରା ଗୋଟିଏ ଲେଖାଏ ଉଇକେଟ ହାତେଇଥିଲେ। ଜବାବରେ ଭାରତକୁ ଅଭିଷେକ ଶର୍ମା ଓ ଶୁବମନ ଗିଲ୍‌ ବିସ୍ଫୋରକ ଆରମ୍ଭ ପ୍ରଦାନ କରିଥିଲେ। ଦୁହେଁ ୩.୫ ଓଭରରେ ୪୮ ରନ୍‌ କରିଥିଲେ। ଏକମାତ୍ର ବ୍ୟାଟର ଭାବେ ଅଭିଷେକ ୧୬ ବଲ୍‌ରେ ୨ ଚୌକା ଓ ୩ ଛକା ସହିତ ୩୦ ରନ୍‌ କରି ପାଭିଲିୟନ ଫେରିଥିଲେ। ତାଙ୍କ ବଳରେ କ୍ରିଜ୍‌କୁ ଓହ୍ଲାଇଥିବା ଅଧିନାୟକ ସୂର୍ଯ୍ୟକୁମାର ୭ ଓ ଗିଲ୍‌ ୨୦ (୨ ଚୌକା ଓ ୧ ଛକା) ରନ୍‌କରି ମ୍ୟାଚ୍‌ ଫିନିଶ୍‌ କରିଥିଲେ। ୟୁଏଇ ପକ୍ଷରୁ ଜୁନେଦ୍‌ ସିଦ୍ଦିକି ଏକମାତ୍ର ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

ବାଇକ୍‌  ଧକ୍କାରେ  ଚାଲିଗଲା ବୃଦ୍ଧଙ୍କ ଜୀବନ 

ମୋହନା,୨୦।୧( ମନ୍ମଥ ମିଶ୍ର ): ବାଇକ ଧକ୍କାରେ ବୃଦ୍ଧମୃତ। ମୃତ ବୃଦ୍ଧ ଜଣକ ହେଲେ ଆର.ଉଦୟଗିରି ଥାନା ନିସଂଗପୁର ଗ୍ରାମର ୭୦ ବର୍ଷୀୟ ସାରଥୀ ବେହେରଦଲାଇ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri