ମରଣଯନ୍ତା ପାଲଟିଛି ରାସ୍ତା, ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଲୋକେ

ଗଞ୍ଜାମ,୧୧।୯ (ବିଦ୍ୟାଧର ସାହୁ ): ବାରଟି ୱାର୍ଡକୁ ନେଇ ଗଞ୍ଜାମ ଏନଏସି ଗଠିତ । ସହରକୁ ସଂଯୋଗ ବିଭିନ୍ନ ରାସ୍ତା ଏବେ ମରଣଯନ୍ତା ପାଲଟିଥିବା ଦେଖିବାକୁ ମିଳିଛି । ସାନ ବଜାର ରାଉଳ ସାହି, ଷ୍ଟେଟ ବ୍ୟାଙ୍କ ଗଳି, ଭାରତୀ ବିଦ୍ୟାପୀଠ ସମୁଖ ବ୍ରାହ୍ମଣ ଢମଣା ସାହି ଗଳି, ଦାସ ସାହି ଗଳି,ଯାତ୍ରୀ ବିଶ୍ରାମା ଗାର ଗଳି, ଓଡ଼ିଆ ଢମଣା ସାହି ଗଳି ରାସ୍ତା ତଥା ଜାତୀୟ ରାଜପଥ ସଂଯୋଗ ରାସ୍ତା ଏବଂ ତ୍ରିବେଣୀ ମଠ ଗଳି ଠାରୁ ପୁଇଁତୋଳା ଗ୍ରାମକୁ ସଂଯୋଗ ରାସ୍ତା ଅବସ୍ଥା ନ କହିବା ଭଲ। ଏଥିସହ ବିଭିନ୍ନ ସାହିର ରାସ୍ତା ଅବସ୍ଥା ଶୋଚନୀୟ ହୋଇ ପଡିଛି । ଘରକୁ ପାଇପ ଲାଇନ ନେବା ସମୟରେ ଲୋକେ ରୋଡ଼ କାଟି ପାଇପ ପକେଇ ଛାଡିଦେଇଥିବା ଯୋଗୁଁ ମୋଟର ସାଇକେଲ ଓ ସାଇକେଲରେ ଯାଉଥିବା ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏଥିପ୍ରତି ପ୍ରଶାସନର ଦୃଷ୍ଟି ନପଡିବା ଦୁର୍ଭାଗ୍ୟର ବିଷୟ ବୋଲି ବୁଦ୍ଧିଜୀବୀ ମହାଲରେ ମତ ପ୍ରକାଶ ପାଇଛି। ବଜାର ମଝି ଭାରତୀ ବିଦ୍ୟାପୀଠ ସ୍କୁଲ ନିକଟରେ ଏବଂ ସାନବଜାର ଠାରେ ଥିବା ଶନିମନ୍ଦିର ନିକଟରେ ଓ ମଳୟ ବେହରାଙ୍କ ଗ୍ୟାରେଜ ସମ୍ମୁଖ ରାସ୍ତାରୁ ପିଚୁ ଉଠିଯାଇ ଛୋଟ ବଡ଼ ଗର୍ତ୍ତ ସୃଷ୍ଟି ହୋଇଛି । ସହରର ମୁଖ୍ୟ ରାସ୍ତା ହେତୁ ଦୈନଦିନ ଶହ ଶହ ଲୋକ ବିଭିନ୍ନ କାମରେ ବଜାରକୁ ଆସିଥାନ୍ତି । ଆଗକୁ ପାର୍ବଣ ଋତୁ। ବଜାର ସହ ବିଭିନ୍ନ ସାହି ଗୁଡିକରେ ଜନଗହଳି ର୍ପୂ୍‌ଣ୍ଣ ରହିବ ଏହି ଦୃଷ୍ଟି କୋଣରୁ ଯୁଦ୍ଧ କାଳୀନ ଭିତ୍ତିରେ ସାହି ରାସ୍ତା ମରାମତି କରାଯିବାକୁ ସ୍ଥାନୀୟ ଅଂଚଳବାସୀ ଦାବି କରିଛନ୍ତି। ଏ ସମ୍ପର୍କରେ ଏନଏସି ଇଓ ଅପର୍ଣ୍ଣା ଡାଙ୍ଗୁଆଙ୍କୁ ପଚାରିବାରେ ବିଭିନ୍ନ ସାହି ରାସ୍ତା ମରାମତି ଓ ନିର୍ମାଣ ପାଇଁ କାଉନସିଲ ବୈଠକରେ ରିଜୁଲେସନ ହୋଇଛି ଏବଂ କିଛି ରାସ୍ତା ନିର୍ମାଣ ପାଇଁ ଟେଣ୍ଡର କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇଛି ଖୁବ୍‌ଶୀଘ୍ର ସମାଧାନ ହେବ ବୋଲି ସେ କହିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଘାଟିରେ ତଳକୁ ଖସିଲା ଟ୍ରଲର: ଲାଗିଲା ନିଆଁ, ଆଉ ତା’ପରେ…

ପଟାଙ୍ଗୀ,୨୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକ ଅଧିନସ୍ଥ ରାଲେଗଡା ପଞ୍ଚାୟତ ଯୋଡିମାଦିଲି ଘାଟିରେ ଭାରସାମ୍ୟ ହରାଇ ଘାଟି ତଳକୁ ଖସିପଡ଼ିଛି ଏକ ଟ୍ରଲର।...

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

ସୁନା ଦର ଆକାଶଛୁଆଁ: ଦେଢ଼ଲକ୍ଷ ଟପିଲା ଦାମ୍‌, ଭୁବନେଶ୍ୱରରେ ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୨୧।୧: ଆଉ ମାରିହେବନି ହାତ। ସୁନା ଦର ଆକାଶଛୁଆଁ। ଦେଢ଼ଲକ୍ଷ ଟପିଲା ଦାମ୍‌। ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ୍‌ ସୁନା ମୂଲ୍ୟ ୧ ଲକ୍ଷ ୫୪...

ସ୍ବିଜରଲାଣ୍ଡ ଯାଉଥିଲେ ଟ୍ରମ୍ପ, ଉଡ଼ାଣ ଆରମ୍ଭ ହେବାର କିଛି ସମୟ ପରେ ହଠାତ୍‌ ଖରାପ ହେଲା ବିମାନ, ତା’ପରେ..

ଓ୍ବାଶିଂଟନ୍‌,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ଅର୍ଥନୈତିକ ଫୋରମରେ ଯୋଗଦେବା ପାଇଁ ସ୍ବିଜରଲାଣ୍ଡର ଡାଭୋସ ଅଭିମୁଖେ ଯାତ୍ରା କରୁଥିଲେ। କିନ୍ତୁ, ଉଡ଼ାଣ ଆରମ୍ଭ ହେବାର...

କଲେଜ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାହିଁକି ଏମିତି ଚରମ ନିଷ୍ପତ୍ତି ନେଲେ କାରଣ ଅସ୍ପଷ୍ଟ

ସମ୍ବଲପୁର,୨୧।୧(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସୟୁ) ବ୍ରହ୍ମପୁତ୍ର ଛାତ୍ରାବାସର ୫୨ ନମ୍ବର କୋଠରୀରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଛି। ସେ ହେଉଛନ୍ତି ସୁନ୍ଦରଗଡ଼...

ରାଜ୍ୟରେ ବଢିଲା ତାପମାତ୍ରା

ଭୁବନେଶ୍ୱର,୨୧।୧: ରାଜ୍ୟରେ ବଢିଲା ତାପମାତ୍ରା। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବଢିଲା ତାପମାତ୍ରା। ୪ ଦିନରେ ଉପକୂଳରେ ୩ ଓ ଆଭ୍ୟନ୍ତରୀଣରେ ୭ ଡିଗ୍ରୀ ବୃଦ୍ଧି...

ପିସ୍ତଲରୁ ନିଜକୁ ଗୁଳି କରିଦେଲେ ଯୁବ କଂଗ୍ରେସ ନେତା, ସହରରେ ଶୋକର ଛାୟା

ସୋନପୁର,୨୧l୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା କଂଗ୍ରେସ କମିଟିର କୋଷାଧ୍ୟକ୍ଷ ରାଜେଶ ମିଶ୍ର(୪୦) ଆତ୍ମହତ୍ୟା କରିଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ସୁବର୍ଣ୍ଣପୁର ସହର...

ମୋ ସ୍ବାମୀ ମୋତେ ମାରିଦେବେ….କାହିଁକି ଏମିତି କହିଲେ ମହାକାଶଚାରୀ ସୁନିତା ୱିଲିୟମ୍ସ

ନୂଆଦିଲ୍ଲୀ,୨୧।୧: ନାସା ମହାକାଶଚାରୀ ସୁନିତା ୱିଲିୟମ୍ସ ଭାରତରେ ଅଛନ୍ତି। ସେ ଦିଲ୍ଲୀରେ ସ୍ବର୍ଗତ କଳ୍ପନା ଚାୱଲାଙ୍କ ୯୦ ବର୍ଷୀୟା ମାଆଙ୍କୁ ଭେଟିଥିଲେ। ସାକ୍ଷାତ ସମୟରେ ଦୁହେଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri