Posted inଜାତୀୟ

ଛତିଶଗଡ଼ରେ ବଡ଼ ଅପରେସନ: ୧୦ ନକ୍ସଲ, ସମେତ ବରିଷ୍ଠ ନେତା ମନୋଜ ନିହତ

ଛତିଶଗଡ଼,୧୧ା୯: ଛତିଶଗଡ଼ର ଗରିୟାବନ୍ଦ ଜିଲାରେ ଏକ ବଡ଼ ଅପରେସନରେ ସୁରକ୍ଷା ବାହିନୀ ୧୦ ଜଣ ନକ୍ସଲ ସମେତ ବରିଷ୍ଠ ନେତା ମନୋଜ ଓରଫ ମୋଡେମ ବାଲକ୍ରିଷ୍ଣଙ୍କୁ ନିହତ କରିଛି। ମନୋଜଙ୍କ ମୁଣ୍ଡରେ ୧ କୋଟି ଟଙ୍କାର ପୁରସ୍କାର ଥିଲା।

ମୈନପୁର ଜଙ୍ଗଲ ଅଞ୍ଚଳରେ ନକ୍ସଲ ଉପସ୍ଥିତିର ଗୁଇନ୍ଦା ସୂଚନା ଆଧାରରେ ଇ-୩୦, ଏସଟିଏଫ ଓ ସିଆରପିଏଫର କୋବ୍ରା କମାଣ୍ଡୋଙ୍କ ମିଳିତ ଦଳ ବରିଷ୍ଠ ଅଧିକାରୀଙ୍କ ନିର୍ଦେଶରେ ଏହି ଅପରେସନ ଆରମ୍ଭ କରିଥିଲା। ସକାଳୁ ନକ୍ସଲ ଓ ସୁରକ୍ଷା ବାହିନୀ ମଧ୍ୟରେ ବିଚ୍ଛିନ୍ନ ଗୁଳି ବିନିମୟ ଜାରି ରହିଛି। ପ୍ରାରମ୍ଭିକ ରିପୋର୍ଟ ଅନୁସାରେ, ଏହି ଗୁଳିବିନିମୟରେ ଅନେକ ବରିଷ୍ଠ ନକ୍ସଲ ନିହତ ହୋଇଥିବା ସୂଚନା ମିଳିଛି।

ଅଧିକାରୀମାନେ ନିଶ୍ଚିତ କରିଛନ୍ତି, “ଗରିୟାବନ୍ଦ ଜିଲାରେ ୧୦ ନକ୍ସଲ, ସମେତ ସିସି ସଦସ୍ୟ ମନୋଜ ଓରଫ ମୋଡେମ ବାଲକ୍ରିଷ୍ଣ ନିହତ ହୋଇଛନ୍ତି।” ଅପରେସନ ଶେଷ ହେବା ପରେ ଗ୍ରାଉଣ୍ଡ ଯାଞ୍ଚ ସମ୍ପୂର୍ଣ୍ଣ ହେଲେ ବିସ୍ତୃତ ସୂଚନା ଜାରି କରାଯିବ। ଏହି ଅପରେସନ ଗରିୟାବନ୍ଦରେ ଚାଲିଥିବା ନକ୍ସଲ ନିର୍ମୂଳନ ଅଭିଯାନର ଏକ ଅଂଶ।


Enter your email to get our daily news in your inbox.

All Right Reserved By Dharitri.Com

ବିମାନରେ ଗୀତା ପଢିଲେ ରୁଷିଆ ରାଷ୍ଟ୍ରପତି, ବନ୍ଧୁଙ୍କୁ ପ୍ରଧାନମନ୍ତ୍ରୀ ମୋଦି ଦେଇଥିଲେ ବିଶେଷ ଉପହାର

ମସ୍କେ/ନୂଆଦିଲ୍ଲୀ,୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସମ୍ପ୍ରତି ତାଙ୍କର ଦୁଇ ଦିନିଆ ଭାରତ ଗସ୍ତ ଶେଷ କରିଛନ୍ତି। ତାଙ୍କ ଗସ୍ତ ସମୟରେ ଦୁଇ ଦେଶ ମଧ୍ୟରେ...

ନେହେରୁ ନୁହେଁ, ଭବିଷ୍ୟତକୁ ଦେଖ

‘ବନ୍ଦେ ମାତରମ୍‌’ ଭାରତର ଜାତୀୟ ଗୀତ ଭାବେ ଜଣାଶୁଣା। ବଙ୍କିମ ଚନ୍ଦ୍ର ଚାଟାର୍ଜୀଙ୍କ ଦ୍ୱାରା ଏହା ରଚିତ ହୋଇଥିଲା। ୧୮୭୫ ନଭେମ୍ବର ୭ରେ ପ୍ରଥମେ ‘ବଙ୍ଗଦର୍ଶନ’...

କାର୍ଯ୍ୟରୁ ମୁକ୍ତି ପାଇଁ ମୃତଦେହକୁ ଫିଙ୍ଗିଦେଲା ୟୁପି ପୋଲିସ

ମୀରଟ,୯ା୧୨: ଉତ୍ତରପ୍ରଦେଶ ପୋଲିସ କାର୍ଯ୍ୟରୁ ବର୍ତ୍ତିବା ପାଇଁ ଏକ ମୃତଦେହକୁ ଅନ୍ୟ ଫାଣ୍ଡି ଅଞ୍ଚଳରେ ଫିଙ୍ଗିଦେବା ଘଟଣା ଜଣାପଡ଼ିବା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ...

ବଳାତ୍କାର ମାମଲାରେ ଅଭିନେତା ଦିଲୀପ ଦୋଷମୁକ୍ତ

କୋଚି,୯ା୧୨: ୨୦୧୭ରେ ମାଲୟାଲମ ଚଳଚ୍ଚିତ୍ରର ଜଣେ ଅଭିନେତ୍ରୀଙ୍କୁ ଅପହରଣ ଓ ବଳାତ୍କାର ମାମଲାରେ ଅଭିନେତା ଦିଲୀପଙ୍କୁ ଏର୍ନାକୁଲମ୍‌ ଡିଷ୍ଟ୍ରିକ୍ଟ ଓ ପ୍ରିନ୍ସିପାଲ ସେସନ୍ସ କୋର୍ଟ ଦୋଷମୁକ୍ତ କରିଛନ୍ତି।...

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri