ମହାନଦୀ ରିଭରଫ୍ରଣ୍ଟ ଯୋଜନାକୁ ମଞ୍ଜୁରୀ: ତିନି ବର୍ଷରେ ଖର୍ଚ୍ଚ ହେବ ୨୪୦ କୋଟି ଟଙ୍କା, ଝଟକିବ ଏହି ସହର

ଭୁବନେଶ୍ୱର,୧୧ା୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବହୁଆକାଂକ୍ଷିତ ମହାନଦୀ ନଦୀତଟ ବିକାଶ((Mahanadi River Front Development) ଯୋଜନାକୁ ମଞ୍ଜୁରୀ ଦେଇଛନ୍ତି। ୨୦୨୫-୨୬ରୁ ୨୦୨୭-୨୮ ମଧ୍ୟରେ ଏହି ଯୋଜନା କାର୍ଯ୍ୟକାରୀ ହେବ ଏବଂ ତିନି ବର୍ଷରେ ୨୪୦ କୋଟି ଟଙ୍କା ଖର୍ଚ୍ଚ ହେବ। ଜଳ ସମ୍ପଦ ବିକାଶ ବିଭାଗ ରାଜ୍ୟ ସରକାରଙ୍କ ନିଜସ୍ୱ ପାଣ୍ଠିରୁ ଏହି ଅର୍ଥ ବ୍ୟବହାର କରିବ।

ଯୋଜନା ମଞ୍ଜୁରୀ ଦେଇ ମୁଖ୍ୟମନ୍ତ୍ରୀ ମାଝୀ କହିଛନ୍ତି, “ମହାନଦୀ ଓଡ଼ିଶାର ଜୀବନରେଖା। ଏହାର ଗୁରୁତ୍ୱପୂର୍ଣ୍ଣ ସ୍ଥାନଗୁଡ଼ିକୁ ପରିବେଶ, ସାଂସ୍କୃତିକ ଓ ଆଧ୍ୟାତ୍ମିକ ପର୍ଯ୍ୟଟନ କେନ୍ଦ୍ରରେ ପରିଣତ କରାଯିବ। ଏହା ରାଜ୍ୟର ଅର୍ଥନୈତିକ ଅଭିବୃଦ୍ଧିରେ ବଡ଼ ଯୋଗଦାନ ଦେବ।”

ଯୋଜନାର ପ୍ରମୁଖ ଉଦ୍ଦେଶ୍ୟ ହେଉଛି ନଦୀକୂଳରେ ସାମାଜିକ-ସାଂସ୍କୃତିକ ସୁବିଧା ଯୋଗାଇବା, ଘରୋଇ ସହଭାଗିତାରେ ଜଳକ୍ରୀଡା, ମନୋରଞ୍ଜନ ପାର୍କ, ବିଜ୍ଞାନ ପାର୍କ, ହର୍ବାଲ ଉଦ୍ୟାନ ଆଦିର ମୌଳିକ ଭିତ୍ତିଭୂମି ନିର୍ମାଣ, ନଦୀତଟ କ୍ଷୟ ନିୟନ୍ତ୍ରଣ, ନଦୀଜଳ ସଫା, ଜଳ ସଂରକ୍ଷଣ ଓ ପାରିପାର୍ଶ୍ୱିକ କ୍ଷେତ୍ରର ସ୍ଥାୟୀ ବିକାଶ।

ଯୋଜନାରେ ଦୁଇଟି ସ୍ଥାନରେ ନଦୀତଟ ବିକାଶ ହେବ। ପ୍ରଥମଟି ସମ୍ବଲପୁରର ମାଣ୍ଡାଲିଆରୁ ଚୌନପୁର ପର୍ଯ୍ୟନ୍ତ, ଯେଉଁଥିରେ ପାର୍କିଂ, ଜଗିଙ୍ଗ୍ ପାର୍କ, ସେଲ୍ଫି ପଏଣ୍ଟ, ପାର୍କ, ଖୋଲା ଜିମ୍, ଘାଟ ଉନ୍ନତି, ସ୍ନାନ ଘାଟ, ଆରତୀ ଘାଟ, ଥିମ୍ ପ୍ଲାଜା, ସପିଂ କମ୍ପ୍ଲେକ୍ସ, ଶୌଚାଳୟ ଆଦିର ବିକାଶ ହେବ। ଏଥିପାଇଁ ୧୬୦ କୋଟି ଟଙ୍କା ବିନିଯୋଗ।

ଦ୍ୱିତୀୟଟି ଭୁବନେଶ୍ୱର ପାଣ୍ଡରା ନିକଟ କୂଆଖାଇ ଓ କୁଶଭଦ୍ରା ନଦୀରେ, ଯେଉଁଥିରେ ସୁରକ୍ଷା କାର୍ଯ୍ୟ, ଘାଟ ବିକାଶ, ରିଙ୍ଗ୍ ରୋଡ୍, ଭ୍ୟୁ ପଏଣ୍ଟ, ଭାସ୍ମାନ ଜେଟି, ଲକ୍ଗେଟ୍, ସେତୁ, ପାର୍କିଂ, କାଫେଟେରିଆ, ଶୌଚାଳୟ, ନଦୀପଥ ସହ ଆଭ୍ୟନ୍ତରୀଣ ପାଦଚାଳନା ରାସ୍ତା ନିର୍ମାଣ ହେବ। ଏଥିପାଇଁ ୮୦ କୋଟି ଟଙ୍କା ବିନିଯୋଗ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri