ଓଏଏସ୍‌ ଟପ୍ପର ନେଉଥିଲେ ଲାଞ୍ଚ, ମାଡିବସିଲା ପୋଲିସ, ଆଉ ତା’ପରେ…

କୁଚିଣ୍ଡା/ଭୁବନେଶ୍ୱର,୧୩ା୯(ବିରଞ୍ଚତ୍ ଦର୍କା/ସତ୍ୟଜିତ ରାଉତ): ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷା-୨୦୧୯ରେ ଟପ୍ପର ହୋଇଥିବା ଅଶ୍ୱିନୀ କୁମାର ପଣ୍ଡା ଶୁକ୍ରବାର ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଛନ୍ତି। ସେ ଏବେ ସମ୍ବଲପୁର ଜିଲା ବାମରା ତହସିଲଦାର ଭାବେ କାର୍ଯ୍ୟରତ ଅଛନ୍ତି। ଚାଷଜମିର କିସମ ପରିବର୍ତ୍ତନ ପାଇଁ ଜଣେ ବ୍ୟକ୍ତିଙ୍କଠାରୁ ୧୫ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ଅଭିଯୋଗକାରୀଙ୍କଠାରୁ ଅଶ୍ୱିନୀଙ୍କ ପାଇଁ ଲାଞ୍ଚ ନେଉଥିବାବେଳେ ତାଙ୍କ ଅଫିସ ଡ୍ରାଇଭର ପି. ପ୍ରବୀନ କୁମାରଙ୍କୁ ମଧ୍ୟ ଭିଜିଲାନ୍ସ ଗିରଫ କରିଛି। ଅଭିଯୁକ୍ତଦ୍ୱୟଙ୍କୁ ସମ୍ବଲପୁର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟକୁ ଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ପରେ ଉଭୟଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଏନେଇ ସମ୍ବଲପୁର ଭିଜିଲାନ୍ସ ଥାନାରେ ମାମଲା (ନଂ.୧୭/୨୦୨୫) ରୁଜୁ କରାଯାଇ ତଦନ୍ତ ଜାରି ରହିଛି। ଅପରପକ୍ଷରେ ଅଶ୍ୱିନୀଙ୍କ ପରିବାର ସଦସ୍ୟ ରହୁଥିବା ଭୁବନେଶ୍ୱର ମେଫେୟାର ରୋଡ୍‌ସ୍ଥିତ ଆବାସିକ କୋଠାରେ ଭିଜିଲାନ୍ସ ଚଢ଼ାଉ କରି ୪ ଲକ୍ଷ ୭୩ ହଜାର ଟଙ୍କା ଜବତ କରିଛି। ଭିଜିଲାନ୍ସର ସୂଚନା ଅନୁଯାୟୀ, ଅଭିଯୋଗକାରୀ ବାମରାର ଭିକି ନାୟକ ତାଙ୍କର ଏକ ଚାଷଜମିକୁ ଘରବାଡି କିସମରେ ପରିବର୍ତ୍ତନ ପାଇଁ ମାସେ ତଳେ ଆବେଦନ କରିଥିଲେ। ହେଲେ ଜମିର କିସମ ପରିବର୍ତ୍ତନ କରି ରେକର୍ଡ ଅଫ୍‌ ରାଇଟ୍ସ (ଆର୍‌ଓଆର୍‌) ଦେବା ପାଇଁ ତହସିଲ୍‌ଦାର ଅଶ୍ୱିନୀ ୨୦ ହଜାର ଟଙ୍କା ଦାବି କରିଥିଲେ। ଏତେ ଟଙ୍କା ଦେବାକୁ ଭିକି ଅକ୍ଷମତା ପ୍ରକାଶ କରିବାରୁ ଅଶ୍ୱିନୀ ଲାଞ୍ଚ ଟଙ୍କାକୁ କମାଇ ୧୫ ହଜାର କରିଦେଇଥିଲେ। ଟଙ୍କା ନ ଦେଲେ କାମ ଆଗେଇବ ନାହିଁ ବୋଲି ରୋକଠୋକ୍‌ କହିଦେଇଥିଲେ। ଅନ୍ୟ କୌଣସି ଉପାୟ ନ ପାଇ ଭିକି ଭିଜିଲାନ୍ସ ନିକଟରେ ଗୁରୁବାର ଅଭିଯୋଗ କରିଥିଲେ। ଏହାପରେ ଭିଜିଲାନ୍ସ ଅଶ୍ୱିନୀଙ୍କୁ ଧରିବାକୁ ଜାଲ ବିଛାଇଥିଲା। ପୂର୍ବାହ୍ନ ପ୍ରାୟ ୧୧ଟାରେ ଅଶ୍ୱିନୀଙ୍କ ପରାମର୍ଶକ୍ରମେ ଭିକି ଡ୍ରାଇଭର ପି. ପ୍ରବୀନଙ୍କୁ ଲାଞ୍ଚ ଟଙ୍କା ଦେବା ବେଳେ ପୂର୍ବ ପ୍ରସ୍ତୁତି ଅନୁଯାୟୀ ଭିଜିଲାନ୍ସ ସେମାନଙ୍କୁ କାବୁ କରିଥିଲା। ଏହାପରେ ଭିଜିଲାନ୍ସ ଟିମ୍‌ ଅଶ୍ୱିନୀଙ୍କୁ ପଚରାଉଚରା କରିବା ସହ ତଦନ୍ତ ପରିସରଭୁକ୍ତ କରିଥିଲା। ଏହାପରେ ଭିଜିଲାନ୍ସ ପକ୍ଷରୁ ଅଶ୍ୱିନୀଙ୍କ ଭୁବନେଶ୍ୱର ମେଫେୟାର ରୋଡ୍‌ରେ ଥିବା ଆବାସିକ କୋଠା, ସେ ରହୁଥିବା ବାମରା ପିଡବ୍ଲ୍ୟୁଡି ଆଇବି ଓ ତାଙ୍କ ଅଫିସ ଚାମ୍ବରରେ ଚଢାଉ କରାଯାଉଥିବା ସୂଚନା ଦିଆଯାଇଛି। ୧୯୯୨ ଜୁଲାଇ ୧୩ରେ ଜନ୍ମିତ ଅଶ୍ୱିନୀ ଓଏଏସ୍‌ ଟପ୍ପର ହେବା ପରେ ପ୍ରଥମେ ୨୦୨୧ ଡିସେମ୍ବର ୩୦ରେ ବାଲେଶ୍ୱର ଜିଲାପାଳଙ୍କ କାର୍ଯ୍ୟାଳୟରେ ଟ୍ରେନି ରିଜର୍ଭ ଅଫିସର (ଟିଆର୍‌ଓ) ଭାବେ କାମ ଆରମ୍ଭ କରିଥିଲେ। ୨୦୨୩ ଜୁନ୍‌ ୧ରେ ସେ ମୟୂରଭଞ୍ଜ ଜିଲା ଶାମାଖୁଣ୍ଟା ତହସିଲଦାର ଭାବେ ଦାୟିତ୍ୱ ତୁଲାଇଥିଲେ। ୨୦୨୫ ଜୁଲାଇ ୧ରେ ସେ ବାମରା ତହସିଲଦାର ଭାବେ ବଦଳି ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ICC ଦିନିକିଆ ମାନ୍ୟତା: ଶୀର୍ଷରେ ରୋହିତ, ଦ୍ୱିତୀୟ ସ୍ଥାନକୁ ଉଠିଲେ କୋହଲି

ମୁମ୍ବାଇ,୧୦।୧୨: ଆଇସିସି ଦ୍ୱାରା ବୁଧବାର ପ୍ରକାଶିତ ସଦ୍ୟତମ ଦିନିକିଆ ମାନ୍ୟତାରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଶୀର୍ଷ ସ୍ଥାନ ବଜାୟ ରଖିଥିବାବେଳେ ବିରାଟ କୋହଲି ଦୁଇଟି...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...

ସରପଞ୍ଚ ପ୍ରାର୍ଥୀ ଓଡ଼ିଆ ପଢ଼ିବା, ଲେଖିବା ବାଧ୍ୟତାମୂଳକ: ଓଡିଶା ହାଇକୋର୍ଟ

କଟକ,୧୦।୧୨: ଓଡ଼ିଶା ଗ୍ରାମ ପଞ୍ଚାୟତ ନିର୍ବାଚନରେ ସରପଞ୍ଚ ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କୁ ଓଡ଼ିଆ ଭାଷାରେ ପଢ଼ିବା ଏବଂ ଲେଖିବା ଜାଣିବା ଅତ୍ୟନ୍ତ ଆବଶ୍ୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri