ଉପନିର୍ବାଚନକୁ ନେଇ ଆସିଲା ବଡ଼ ଖବର:  ମୁହାଁମୁହିଁ ହେବେ…

ନୂଆପଡ଼ା,୧୩।୯(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନକୁ ନେଇ ଆସିଲା ବଡ଼ ଖବର। ଉପନିର୍ବାଚନ ପୂର୍ବରୁ ନିର୍ବାଚନମଣ୍ଡଳୀରେ ହେବ ସୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ (SSR)। ଏ ନେଇ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ରବିବାର ସୁଦ୍ଧା ମତଦାନ କେନ୍ଦ୍ରର ପୁନଃବ୍ୟବସ୍ଥାପନ/ପରିବର୍ତ୍ତନ କରାଯିବ। ସେପ୍ଟେମ୍ବର ୧୫ରୁ ୨୯ ଦାବି ଓ ଆପତ୍ତି ଦାଖଲ କରିବା ଅବଧି  ରହିଛି। ଅନ୍ୟପକ୍ଷେ ଅକ୍ଟୋବର ୭ ସୁଦ୍ଧା ଦାବି ଓ ଆପତ୍ତିର ସମାଧାନ କରାଯିବ। ଅକ୍ଟୋବର ୯ରେ ଚୂଡ଼ାନ୍ତ ଭୋଟର୍‌ ତାଲିକା ପ୍ରକାଶ ପାଇବ।
ତେବେ ନିକଟରେ ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢ଼ୋଲକିଆଙ୍କ ଦେହାନ୍ତ ହୋଇଛି। ସେ ୨୦୦୪ରେ ନୂଆପଡ଼ାରୁ ସ୍ବାଧୀନ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ପରବର୍ତ୍ତୀ ସମୟରେ ବିଜେଡିରେ ମିଶି ୨୦୧୪, ୨୦୧୯ ଏବଂ ୨୦୨୪ ନିର୍ବାଚନ ଜିତିଥିଲେ। ସେ କ୍ୟାବିନେଟ ମନ୍ତ୍ରୀ ମଧ୍ୟ ଥିଲେ।

ତେବେ ତାଙ୍କ ମୃତ୍ୟୁ ପରେ ନୂଆପଡ଼ାରେ ବିଧାୟକ ଆସନ ଖାଲି ପଡ଼ିଛି। ସେଠାରେ ଉପ ନିର୍ବାଚନ ହେବାକୁ ଯାଉଛି। ଏଥିରେ ୩ ପ୍ରମୁଖ ଦଳଙ୍କ ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳିବ। ବିଶେଷକରି ମୋହନ ମାଝିଙ୍କ ସରକାର ପ୍ରଥମଥର ପାଇଁ ଉପ ନିର୍ବାଚନ ସମ୍ମୁଖୀନ କରିବାକୁ ଯାଉଛନ୍ତି। ଏକପ୍ରକାର ଏହି ଉପ ନିର୍ବାଚନରେ ଜଣାପଡ଼ିବ ଜନତା ତାଙ୍କ ଉପରେ କେତେ ଖୁସି ଅଛନ୍ତି।
ଅନ୍ୟପକ୍ଷେ ଭାଜପା ପକ୍ଷରୁ ବସନ୍ତ ପଣ୍ଡାଙ୍କ ପୁଅ ଅଭିନନ୍ଦନ ପଣ୍ଡାଙ୍କୁ ଟିକେଟ୍‌ ମିଳାବା ନେଇ ଚର୍ଚ୍ଚା ହେଉ ଥିବା ବେଳେ ବିଜେଡରୁ ରାଜେନ୍ଦ୍ର ଢ଼ୋଲକିଆଙ୍କ ପରିବାରର କାହାକୁବି ଟିକେଟ୍‌ ମିଳିପାରେ। ତେବେ ଘସିରାମ ମାଝି ପୂର୍ବ ନିର୍ବାଚନରେ ସ୍ବାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ମଇଦାନକୁ ଓହ୍ଲାଇଥିଲେ। ନିକଟରେ ସେ କଂଗ୍ରେସକୁ ଫେରିଥିବା ବେଳେ ଦଳ ପକ୍ଷରୁ ସେ ଆଶାୟୀ ଥିବା ମଧ୍ୟ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri