ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ଏସ୍‌ଏସ୍‌ଆର୍‌

ଭୁବନେଶ୍ୱର, ୧୪।୯(ସୁନିତ୍‌ ମିଶ୍ର): ନୂଆପଡା ବିଧାନସଭା ଆସନରେ ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ(ଏସ୍‌ଏସ୍‌ଆର୍‌) କରାଯିବ। ଆଗକୁ ଏହି ବିଧାନସଭା ଆସନ ଲାଗି ହେବାକୁ ଥିବା ଉପନିର୍ବାଚନ ପୂର୍ବରୁ ହିଁ ଏସ୍‌ଏସ୍‌ଆର୍‌ କରାଯିବ। ନୂଆପଡ଼ା ଆସନରେ ଅନୁଷ୍ଠିତ ହେବାକୁ ଥିବା ଉପନିର୍ବାଚନ ପାଇଁ ଜନପ୍ରତିନିଧିତ୍ୱ ଆଇନ, ୧୯୫୦ର ଧାରା ୨୧ ଅନୁଯାୟୀ ଏସ୍‌ଏସ୍‌ଆର୍‌ କରିବାକୁ ଭାରତର ନିର୍ବାଚନ ଆୟୋଗ ୧ ଜୁଲାଇ ୨୦୨୫କୁ ଯୋଗ୍ୟତା ତାରିଖ ଧାର୍ଯ୍ୟ କରିଛନ୍ତି।

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ)ଙ୍କ କାର୍ଯ୍ୟାଳୟ ପକ୍ଷରୁ ଶନିବାର ଜାରି କରାଯାଇଥିବା ବିଜ୍ଞପ୍ତି ଅନୁଯାୟୀ, ଏସ୍‌ଏସ୍‌ଆର ପାଇଁ କେତେଗୁଡ଼ିଏ କାର୍ଯ୍ୟସୂଚୀ ନିର୍ଦ୍ଧାରିତ କରାଯାଇଛି। ରବିବାର ଏହି ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ମତଦାନ କେନ୍ଦ୍ରଗୁଡିକର ପୁନଃ ବ୍ୟବସ୍ଥାପନ ବା ପରିବର୍ତ୍ତନ କରାଯିବ। ସୋମବାର ସମନ୍ବିତ ଚିଠା ଭୋଟର ତାଲିକା ପ୍ରକାଶ କରାଯିବ। ଆସନ୍ତା ୧୫ରୁ ୨୯ ତାରିଖ ମଧ୍ୟରେ ଭୋଟରମାନେ ସେମାନଙ୍କ ଦାବି ଓ ଆପତ୍ତି ଜଣାଇପାରିବେ।

ଅକ୍ଟୋବର ୭ ତାରିଖରେ ସବୁ ଦାବି ଏବଂ ଆପତ୍ତିର ସମାଧାନ କରାଯିବ। ଅକ୍ଟୋବର ୯ରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇବ ବୋଲି ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ୨୦୨୪ ନିର୍ବାଚନରେ ନୂଆପଡ଼ା ବିଧାନସଭା କ୍ଷେତ୍ର(୭୧)ରୁ ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆ ବିଜୟୀ ହୋଇଥିଲେ। ଗତ ୮ ତାରିଖରେ ତାଙ୍କର ଦେହାନ୍ତ ହୋଇଯାଇଛି। ଢୋଲକିଆଙ୍କ ଦେହାନ୍ତ ପରେ ଏହି ବିଧାନସଭା ନିର୍ବାଚନମଣ୍ଡଳୀର ଆସନ ଖାଲି ନେଇ ଗତ ୧୧ ତାରିଖରେ ନିର୍ବାଚନ କମିଶନଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇସାରିଛି। ନିୟମାନୁଯାୟୀ କୌଣସି ଆସନ ଖାଲି ହେବାର ୬ ମାସ ମଧ୍ୟରେ ସେଠାରେ ଉପନିର୍ବାଚନ କରାଯିବ। ସେହି କ୍ରମରେ ଏବେଠାରୁ ନୂଆପଡ଼ା ଉପନିର୍ବାଚନ ଲାଗି ନିର୍ବାଚନ କମିଶନ ପ୍ରକ୍ରିୟା ଆରମ୍ଭ କରିଦେଇଛନ୍ତି। ଆଗକୁ ବିହାର ନିର୍ବାଚନ ହେବାକୁ ଯାଉଛି। ତେଣୁ ବିହାର ନିର୍ବାଚନ ନେଇ ଘୋଷଣା ହେବାବେଳେ ନୂଆପଡ଼ା ଆସନର ଉପନିର୍ବାଚନ ତାରିଖ ମଧ୍ୟ ଘୋଷଣା ହୋଇପାରେ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri