Posted inଖେଳ

ପାକିସ୍ତାନ ବିପକ୍ଷରେ ଭାରତ ଫେଭରାଇଟ୍‌

ଦୁବାଇ,୧୪ା୯(ପି.ଟି.): ରବିବାର ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ୍‌ ଷ୍ଟାଡିୟମରେ ଚଳିତ ଏସିଆ କପ୍‌ ଟି୨୦ ଟୁର୍ନାମେଣ୍ଟରେ ଦୁଇ ଚିରପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇଭୋଲଟେଜ ମ୍ୟାଚ୍‌କୁ ନେଇ ସର୍ବଦା କ୍ରିକେଟ୍‌ ପ୍ରଶଂସକଙ୍କ ମଧ୍ୟରେ ଉତ୍କଣ୍ଠା ରହିଥାଏ। ହେଲେ ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ ପରେ ଦୁଇ ଦେଶ ମଧ୍ୟରେ ଶତ୍ରୁତା ବୃଦ୍ଧି ପାଇଛି। ଏଥିଯୋଗୁ ପାକିସ୍ତାନ ବିପକ୍ଷ ମ୍ୟାଚ୍‌କୁ ସମ୍ପୂର୍ଣ୍ଣ ବର୍ଜନ କରିବାକୁ କିଛି ବର୍ଗ ଆହ୍ବାନ ଦେଇଛନ୍ତି। ଅନ୍ୟପକ୍ଷରେ ବର୍ତ୍ତମାନ ପାକିସ୍ତାନଠାରୁ ଭାରତ ପାଖରେ ଅଧିକ ଶକ୍ତିଶାଳୀ ଦଳ ଥିବାରୁ ଏହି ମ୍ୟାଚ୍‌କୁ ନେଇ ପ୍ରଶଂସକଙ୍କ ମଧ୍ୟରେ ବିଶେଷ ଆଗ୍ରହ ନାହିଁ। ଏପରି କି ଦୁଇ ସପ୍ତାହ ପୂର୍ବେ ମ୍ୟାଚ୍‌ ଲାଗି ଟିକେଟ୍‌ ବିକ୍ରି ଆରମ୍ଭ ହେବା ସତ୍ତ୍ୱେ ହଜାର ହଜାର ସଂଖ୍ୟାରେ ଟିକେଟ୍‌ ବିକ୍ରି ହୋଇପାରି ନାହିଁ।

ଥର ଚାମ୍ପିୟନ ଭାରତ ମ୍ୟାଚ୍‌ ଜିତିବା ପାଇଁ ଫେଭରାଇଟ୍‌ ରହିବ। ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ତା’ର ପ୍ରଥମ ମ୍ୟାଚ୍‌ରେ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)କୁ ସହଜରେ ହରାଇ ଅଭିଯାନ ଆରମ୍ଭ କରିଛି। ଦଳରେ ଶୁବମନ ଗିଲ, ଅଭିଷେକ ଶର୍ମା, ସଞ୍ଜୁ ସାମସନ, ଯଶପ୍ରୀତ ବୁମରା, କୁଲଦୀପ ଯାଦବ, ବରୁଣ ଚକ୍ରବର୍ତ୍ତୀଙ୍କ ଭଳି ତାରକା ରହିଛନ୍ତି। ଏଣୁ ଭାରତୀୟ ଦଳ ପ୍ରଭାବୀ ପ୍ରଦର୍ଶନ କରିବ ବୋଲି ଆଶା କରାଯାଉଛି। ଅନ୍ୟପକ୍ଷରେ ସଲମାନ ଅଲୀ ଅଘାଙ୍କ ନେତୃତ୍ୱାଧୀନ ଦଳରେ ସ୍ୟାମ ଆୟୁବ ଓ ହାସନ ନଓ୍ବାଜଙ୍କ ଭଳି ଯୁବ ପ୍ରତିଭା ରହିଛନ୍ତି। ୟୁଏଇର କଣ୍ଡିଶନ ସହ ପାକିସ୍ତାନ ଅଧିକ ପରିଚିତ ଥିବାରୁ ଶାହୀନ ଶାହା ଆଫ୍ରିଦି ଭାରତର ବ୍ୟାଟିଂ ଲାଇନ ପାଇଁ ଚ୍ୟାଲେଞ୍ଜ ସାବ୍ୟସ୍ତ ହୋଇପାରନ୍ତି।

ଭାରତ ଓ ପାକିସ୍ତାନ ମଧ୍ୟରେ ଏପର୍ଯ୍ୟନ୍ତ ୧୩ଟି ଟି୨୦ ମ୍ୟାଚ୍‌ ଖେଳାଯାଇଛି। ସେଥିରୁ ଭାରତ ୧୦ଥର ଜିତିଥିବା ବେଳେ କେବଳ ୩ ମ୍ୟାଚ୍‌ରେ ପାକିସ୍ତାନ ବିଜୟ ସ୍ବାଦ ଚାଖିଛି। ଅନ୍ତିମ ଥର ଦୁଇ ଦଳ ଗତ ବର୍ଷ ଜୁନ ୯ ତାରିଖରେ ନ୍ୟୁୟର୍କରେ ପରସ୍ପରକୁ ଭେଟିଥିଲେ। ଏହି ଲୋ ସ୍କୋରିଂ ମ୍ୟାଚ୍‌କୁ ଭାରତ ୬ ରନରେ ଜିତିଥିଲା। ଉଲ୍ଲେଖଯୋଗ, ୨୦୨୧ ଟି୨୦ ବିଶ୍ୱକପ୍‌ରେ ସମାନ ଭେନ୍ୟୁରେ ପାକିସ୍ତାନ ୧୦ ଉଇକେଟରେ ଭାରତକୁ ହରାଇଥିଲା, ଯାହାକି କ୍ରିକେଟ୍‌ ବିଶ୍ୱକପ୍‌ ଇତିହାସରେ ଭାରତ ବିପକ୍ଷରେ ପାକିସ୍ତାନ ପାଇଁ ପ୍ରଥମ ବିଜୟ ଥିଲା। ଏହାପରେ ଭାରତ ୨୦୨୨ ଓ ୨୦୨୪ ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଥିଲା। ଦୁଇ ଦଳ ମଧ୍ୟରେ ଖେଳାଯାଇଥିବା ଅନ୍ତିମ ୫ ମ୍ୟାଚ୍‌ ମଧ୍ୟରେ ଭାରତ ୩ଟି ଜିତିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri