ପ୍ରଧାନଶିକ୍ଷକ-କମିଟି ସଭାପତି କଳି, ୫ ଦିନ ହେଲା ମଧ୍ୟାହ୍ନଭୋଜନରୁ ବଞ୍ଚିତ ପିଲା

ଧର୍ମଶାଳା,୧୫ା୯(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ନୀଳକଣ୍ଠପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଓ କମିଟି ସଭାପତିଙ୍କ ମଧ୍ୟରେ କଳି ଲାଗିବା ଫଳରେ ଗତ ବୁଧବାର ଦିନରୁ ଆଜି ଯାଏ ମଧ୍ୟାହ୍ନଭୋଜନ ବନ୍ଦ ରହିଛି । ଯାହାକୁ ନେଇ ସ୍ଥାନୀୟ ଅଭିଭାବକମାନେ ପହଞ୍ଚି ବିଦ୍ୟାଳୟରେ ପାଟିତୁଣ୍ଡ କରିବା ପରେ ଆପୋଷ ବୁଝାମଣା ହୋଇଥିବା ଜଣାପଡ଼ିଛି।

ମିଳିଥିବା ସୂଚନାନୁସାରେ, ଏହି ବିଦ୍ୟାଳୟରେ ପ୍ରଥମରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ୧୫୦ରୁ ଊଦ୍ଧର୍‌ବ ଛାତ୍ରୀଛାତ୍ର ପାଠ ପଢ଼ିବା ପାଇଁ ଆସିଥାନ୍ତି। କିନ୍ତୁ ୫ଦିନରୁ ଊଦ୍ଧର୍‌ବ ହେବ ବିଦ୍ୟାଳୟର ପ୍ରଧାନଶିକ୍ଷକ ଚିନ୍ମୟ ଦାସ ଓ କମିଟି ସଭାପତି ପ୍ରସନ୍ନ କୁମାର ସ୍ବାଇଁଙ୍କ ମଧ୍ୟରେ ଛୋଟ ମନମାଳିନ୍ୟ ଓ ଭୁଲ ବୁଝାବଣା ଥିବା କାରଣରୁ୧୦ତାରିଖରୁ ମଧ୍ୟାହ୍ନ ଭୋଜନ ବନ୍ଦ ଥିବା ପ୍ରଧାନଶିକ୍ଷକ ସ୍ବୀକାର କରିଛନ୍ତି ଏବଂ ଆସନ୍ତାକାଲି ଦିଆଯିବ ବୋଲି କହିଛନ୍ତି।

ଅପରପକ୍ଷରେ ବିଦ୍ୟାଳୟରେ ନିମ୍ନମାନର ଖାଦ୍ୟ ଦିଆଯିବା ସହ ମଧ୍ୟାହ୍ନଭୋଜନରେ ଘୋଟାଲା ହେଉଥିବା ଅଭିଭାବକ ଅଭିଯୋଗ କରିଛନ୍ତି। ବିଦ୍ୟାଳୟର ପ୍ରଧାନଶିକ୍ଷକ ଓ ସଭାପତିଙ୍କ ମନମାନି ଯୋଗୁ ଏହା ଉପରେ ଉଚ୍ଚସ୍ତରୀୟ ତଦନ୍ତ ହେବାର ଆବଶ୍ୟକତା ଥିବା ନେଇ ଅଭିଭାବକ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri