ବରଗଡ଼ରେ ଅସ୍ତିତ୍ୱ ହରାଉଛି କ୍ୟାନସର ହସ୍ପିଟାଲ, ଭାଜପା ସରକାରଙ୍କ ଉପରେ ବର୍ଷିଲା ବିଜେଡି…

ବରଗଡ଼,୧୬।୯(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ସ୍ବାସ୍ଥ୍ୟସେବା ଭୁଷୁଡ଼ି ପଡ଼ିଛି। ଡାକ୍ତରଖାନାରେ ଡାକ୍ତର ପଦବୀ ଖାଲି ପଡ଼ିଥିବା ସାଧାରଣରେ ପରିଣତ ହୋଇଥିବାବେଳେ ଜିଲା ମୁଖ୍ୟ ଡାକ୍ତରଖାନାରେ ହାଡ଼ଭଙ୍ଗା ରୋଗୀଙ୍କୁ କାର୍ଡବୋର୍ଡ ଚିକିତ୍ସା ଜିଲାରେ ଚାଲିଥିବା ସ୍ବାସ୍ଥ୍ୟସେବାକୁ ପଦାରେ ପକାଇ ଦେଇଛି। ଡାକ୍ତର ନ ଥିବାରୁ ଗତ କିଛିଦିନ ହେଲା ବରଗଡ଼ କ୍ୟାନସର ହସ୍ପିଟାଲରେ ତାଲା ଝୁଲୁଛି। ଜିଲାରେ ସ୍ବାସ୍ଥ୍ୟସେବାର ଏଭଳି ବିକଳ ଚିତ୍ରକୁ ନେଇ ବିଜେଡି ରାଜ୍ୟର ଭାଜପା ସରକାରକୁ କଡ଼ା ସମାଲୋଚନା କରିଛି।

ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ବିଜେଡି ନେତୃବୃନ୍ଦ କହିଥିଲେ, ବରଗଡ଼ ଜିଲାରେ ଦିନକୁ ଦିନ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇ ପଡ଼ିଛି। ଜିଲାରେ ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ପାଖାପାଖି ୬ ଶହ ରହିଥିବା ବେଳେ ଏବେ ମାତ୍ର ୩୦ ପ୍ରତିଶତ ଡାକ୍ତର କାର୍ଯ୍ୟ କରୁଛନ୍ତି। ସେମାନଙ୍କ ମଧ୍ୟରୁ ପ୍ରାୟ ୩୦ଜଣ ଡାକ୍ତର ଉଚ୍ଚଶିକ୍ଷା ପାଇଁ ଅଧ୍ୟୟନରତ ରହିଛନ୍ତି। ଏହା ସହିତ ୬୦ ପ୍ରତିଶତ ପାରା ମେଡିକାଲ ଷ୍ଟାଫ ପଦବୀ ଖାଲି ରହିଛି। ଫଳରେ ଲୋକେ ଆବଶ୍ୟକ ସ୍ବାସ୍ଥ୍ୟସେବାରୁ ବଞ୍ଚିତ ଅଛନ୍ତି। ସରକାରକୁ ଆସିବା ପୂର୍ବରୁ ବାହାସ୍ଫୋଟ ମାରିଥିବା ଭାଜପା ସରକାର ଆସିବାର ଦେଢ଼ବର୍ଷରୁ ଊଦ୍ଧର୍‌ବ ସମୟ ଅତିବାହିତ ହୋଇଯାଇଛି। ତେବେ ଡାକ୍ତର ପଦବୀ ପୂରଣ ତ ଦୂରର କଥା, ଏବେ ସ୍ବାସ୍ଥ୍ୟ ସେବା ବେହାଲ ହୋଇ ଜନ ସାଧାରଣ ନାହିଁ ନ ଥିବାର ଦୁଃଖ ଭୋଗୁଛନ୍ତି ବୋଲି ବିଜେଡି ଅଭିଯୋଗ କରିଛି। ବରଗଡ଼ ଜିଲା ସଭାପତି ସୁଶାନ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆ, ରୀତା ସାହୁ, ପୂର୍ବତନ ବିଧାୟକ ଦେବେଶ ଆଚାର୍ଯ୍ୟ, ବରଗଡ଼ ପୌରାଧ୍ୟକ୍ଷା କଳ୍ପନା ମାଝୀ, ଉପାଧ୍ୟକ୍ଷ ରାଜେଶ ଅଗ୍ରଓ୍ବାଲା, ଗୌରହରି ମିଶ୍ର, ଜିଲା ଯୁବ ବିଜେଡି ସଭାପତି ପ୍ରଦ୍ୟୁମ୍ନ ତ୍ରିପାଠୀ, କିଶୋର ମିଶ୍ର, ଉମା ଚରଣ ରାଉତ ପ୍ରମୁଖ ଉପସ୍ଥିତ ଥିଲେ। ସେମାନେ କହିଥିଲେ, ବରଗଡ଼ ଫାଇଟର୍ସ ଗ୍ରୁପ ସମେତ ବିଭିନ୍ନ ଅନୁଷ୍ଠାନ ତଥା ବରଗଡ଼ ଦାବିକୁ ସମ୍ମାନ ଜଣାଇ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ଼ରେ କ୍ୟାନସର ହସ୍ପିଟାଲ ସ୍ଥାପିତ କରିଥିଲେ। ୨୦୨୧ ଶେଷଭାଗକୁ କ୍ୟାନ୍ସର ହସ୍ପିଟାଲ ନିର୍ମାଣ ପାଇଁ ଟେଣ୍ଡର ହୋଇ କାର୍ଯ୍ୟ ଆରମ୍ଭ ହୋଇଥିଲା। ଏହା ସହିତ ହସ୍ପିଟାଲ ପାଇଁ ଆବଶ୍ୟକୀୟ ଯନ୍ତ୍ରପାତି ଯୋଗାଇ ଦିଆଯାଇଥିଲା ଏବଂ ଧାର୍ଯ୍ୟ ସମୟ ପୂର୍ବରୁ ୨୦୨୪ ଜାନୁଆରୀ ମାସରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଏହା ଲୋକାର୍ପିତ ହୋଇଥିଲା। ଏଥିସହିତ ୩ଜଣ ଡାକ୍ତର ଓ ପାରା ମେଡିକାଲ ଷ୍ଟାପ ନିଯୁକ୍ତି ଦିଆଯାଇ କ୍ୟାନ୍ସର ହସ୍ପିଟାଲ କାର୍ଯ୍ୟକ୍ଷମ କରାଯାଇଥିଲା। କିନ୍ତୁ ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ସରକାର ଗଠନ ହେଲା ଏବଂ ସରକାରୀ ଉଦାସୀନତା ଓ ନିର୍ବାଚିତ ଜନପ୍ରତିନିଧିଙ୍କ ଅଣଦେଖା ଯୋଗୁ କ୍ୟାନ୍ସର ହସ୍ପିଟାଲ ତାର ଅସ୍ବିତ୍ୱ ହରାଇ ବସିଛି ବୋଲି ବିଜେଡି ଅଭିଯୋଗ କରିଛି। ତେବେ ଖୋଦ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ବରଗଡ଼ ଜିଲା ଦାୟିତ୍ୱରେ ଥିବାବେଳେ ବରଗଡ଼ କ୍ୟାନ୍ସର ହସ୍ପିଟାଲ ପ୍ରତି ଆଖି ବୁଜି ଦେବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ବିଜେଡି ନେତୃବୃନ୍ଦ ଉଲ୍ଲେଖ କରି ତୁରନ୍ତ ଏହି କ୍ୟାନ୍ସର ହସ୍ପିଟାଲକୁ ପୂର୍ଣ୍ଣ କାର୍ଯ୍ୟ କ୍ଷମ କରିବା ସହିତ ଜନ ସାଧାରଣଙ୍କୁ ଉନ୍ନତ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ଦାବି କରିଛି। ନଚେତ୍‌ ବିଜେଡି ଆନ୍ଦୋଳନକୁ ଓହ୍ଲାଇବ ବୋଲି ଖବରଦାତା ସମ୍ମିଳନୀରେ ଚେତାବନୀ ଦେଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri