ନାବାଳିକା ଝିଅକୁ ବଳାତ୍କାର କରି ବାପା ଦୋଷୀ ସାବ୍ୟସ୍ତ, ୧୧ ମାସ ଧରି…

ଭୁବନେଶ୍ୱର,୧୭ା୯(ସତ୍ୟଜିତ୍‌ ରାଉତ): ନାବାଳିକା ଝିଅକୁ ବଳାତ୍କାର ମାମଲାରେ ଅଭିଯୁକ୍ତ ବାପା ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ମଙ୍ଗଳବାର ଭୁବନେଶ୍ୱର ଆଡ୍‌ ହକ୍‌ ଅତିରିକ୍ତ ଦୌରା ଜଜ୍‌ ତଥା ଫାଷ୍ଟଟ୍ରାକ୍‌ ସ୍ବତନ୍ତ୍ର କୋର୍ଟ (ପୋକ୍ସୋ) ଏହି ମାମଲାର ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତ ସୁଶାନ୍ତ ମଲ୍ଲିକଙ୍କୁ କୋର୍ଟ ଆଜୀବନ ଜେଲଦଣ୍ଡାଦେଶ ଦେଇଛନ୍ତି। ଏଥିସହ ତାଙ୍କୁ ୫ ହଜାର ଜରିମାନା ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଜରିମାନା ଅନାଦାୟ ଅଧିକ ୩ ମାସ ଜେଲଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ବିଚାରପତି ସରୋଜ କୁମାର ସାହୁ ରାୟରେ କହିଛନ୍ତି।
ମାମଲାର ବିବରଣୀ ଅନୁଯାୟୀ, ପୀଡ଼ିତାଙ୍କ ମା’ ଓ ବାପା ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଘର ଭଡ଼ା ନେଇ ରହୁଥିଲେ। ମା’ ଘରୋଇ ସହାୟିକା ଭାବେ କାମ କରୁଥିବାବେଳେ ୨୦୧୯ ନଭେମ୍ବର ୧୭ ତାରିଖ ସକାଳେ କାମରୁ ଫେରି ସ୍ବାମୀଙ୍କ ଉପରେ ସନ୍ଦେହ ପ୍ରକଟ କରିଥିଲେ। ୧୩ ବର୍ଷର ଝିଅକୁ ଏନେଇ ପଚାରିବାରୁ ତାଙ୍କୁ ବାପା ବଳାତ୍କାର କରିଥିବା କହିଥିଲେ। ସୁଶାନ୍ତ ୧୧ ମାସ ଧରି ଏହି ଘୃଣ୍ୟ କାଣ୍ଡ ଭିଆଇଥିଲେ। ବାପାଙ୍କଠୁ ଧମକ ପାଇ ଭୟରେ ସେ ଘଟଣା ସମ୍ପର୍କରେ କିଛି କହୁ ନ ଥିଲେ। ଏନେଇ ପୀଡ଼ିତାଙ୍କ ମା’ଙ୍କ ପକ୍ଷରୁ ଏତଲାକ୍ରମେ ମଞ୍ଚେଶ୍ୱର ଥାନା ପୋଲିସ ଏକ ମାମଲା (ନଂ. ୫୪୦/୨୦୧୯) ରୁଜୁ କରି ସୁଶାନ୍ତଙ୍କୁ ଗିରଫ କରିଥିଲା। କୋର୍ଟ ୧୧ଜଣଙ୍କ ସାକ୍ଷ୍ୟ ଓ ୧୦୪ଟି ପ୍ରଯୁଜ୍ୟ ଦସ୍ତାବିଜ ଆଧାରରେ ରାୟ ଶୁଣାଇଥିଲେ। ସ୍ବତନ୍ତ୍ର ପବ୍ଲିକ୍‌ ପ୍ରସିକ୍ୟୁଟର ରାଜୀବ ସାସମଲ ଏବଂ ଅତିରିକ୍ତ ପବ୍ଲିକ୍‌ ପ୍ରସିକ୍ୟୁଟର ବଳରାମ ଦେଓ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୟୁଟ୍ୟୁବରୁ ଶିଖି ୫ ଏକର ଜମି କଲେ ଚାଷ: ଦୁଇମାସରେ…

ଭବାନୀପାଟଣା,୯ା୧୨(ଉତ୍ତମ କୁମାର ଦାଶ):ନେପିଆର୍‌ ଘାସ ଚାଷ କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ସିକେରଗୁଡା ଗାଁର ଅଜିତ ପ୍ରଧାନଙ୍କୁ ସ୍ବାବଲମ୍ବୀ କରିଛି। ଏଥିରେ ସେ ଆତ୍ମ...

ବିବାହ ଭାଙ୍ଗିବା ପରେ ସ୍ମୃତିଙ୍କ ନୂଆ ଇନଷ୍ଟାଗ୍ରାମ ପୋଷ୍ଟ ସୃଷ୍ଟି କଲା ହଇଚଇ, ଲେଖିଲେ ଏମିତି…

ନୂଆଦିଲ୍ଲୀ,୯।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ବର୍ତ୍ତମାନ ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ଖବରରେ ଅଛନ୍ତି। ରବିବାର, ସେ ଏକ...

ବିମାନରେ ଗୀତା ପଢିଲେ ରୁଷିଆ ରାଷ୍ଟ୍ରପତି, ବନ୍ଧୁଙ୍କୁ ପ୍ରଧାନମନ୍ତ୍ରୀ ମୋଦି ଦେଇଥିଲେ ବିଶେଷ ଉପହାର

ମସ୍କେ/ନୂଆଦିଲ୍ଲୀ,୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସମ୍ପ୍ରତି ତାଙ୍କର ଦୁଇ ଦିନିଆ ଭାରତ ଗସ୍ତ ଶେଷ କରିଛନ୍ତି। ତାଙ୍କ ଗସ୍ତ ସମୟରେ ଦୁଇ ଦେଶ ମଧ୍ୟରେ...

ଆଦର୍ଶ ବିଦ୍ୟାଳୟରେ ପାଠପଢ଼ା ସହ ଖାଦ୍ୟ ସମସ୍ୟା, ତେଜିଲେ ଅଭିଭାବକ

ଅତାବିରା,୯ା୧୨(ଯୁଧିଷ୍ଠିର ମହାପାତ୍ର):ଅତାବିରା ଏନ୍‌ଏସି ଅନ୍ତର୍ଗତ ଭୋଇପୁରା ଆଦର୍ଶ ବିଦ୍ୟାଳୟରେ ପିଲାଙ୍କ ପାଠପଢ଼ାରେ ବ୍ୟାଘାତ ହେବା ସହିତ ରନ୍ଧା ଖାଦ୍ୟ ସମସ୍ୟା ଦେଖାଦେଇଛି। ସୋମବାର କେତେକ ପିଲାମାନେ...

ଆଇପିଏଲ ନାଁରେ ଏନଏଚଆରସିରେ ଅଭିଯୋଗ: ଦୂଷିତ ପାଣି ଗନ୍ଧରେ ଫାଟି ପଡୁଛି ଅଞ୍ଚଳ

ଭବାନୀପାଟଣା,୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳଜାରିଙ୍ଗରେ ଅବସ୍ଥାପିତ ଥିବା ଆଇପିଏଲ (ଇଣ୍ଡିଆନ ପଟାସ ଲିମିଟେଡ) କମ୍ପାନୀ ଇଥାନଲ ଉତ୍ପାଦନ କରୁଥିବା ସମୟରେ...

କଟକ ଟି-୨୦ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ଲାଗିଲା ଜୋରଦାର ଝଟ୍‌କା: ଅଭିଯୋଗ ପରେ…

ଦୁବାଇ,୯ା୧୨ (ପି.ଟି.):ରାୟପୁରଠାରେ ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ସ୍ଲୋ ଓଭର-ରେଟ୍‌ ପାଇଁ ଭାରତକୁ ସୋମବାର ସେମାନଙ୍କ ମ୍ୟାଚ୍‌ ଫି’ର...

ପିତୃତ୍ୱ ପାଇଁ ଜନ୍ମ ସାର୍ଟିଫିକେଟ ନୁହେଁ ବାଧକ: ଶିଶୁପୁତ୍ର ହସ୍ତାନ୍ତର ପାଇଁ ଅଜାଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୯ା୧୨(କାର୍ତ୍ତିକ ସାହୁ): ପିତୃତ୍ୱର ପ୍ରମାଣ ପାଇଁ ଜନ୍ମ ସାର୍ଟିଫିକେଟ ବାଧକ ନୁହେଁ। ଶିଶୁପୁତ୍ରର ଜନ୍ମ ସାର୍ଟିଫିକେଟ ଦାଖଲ କରି ନ ପାରିବା କାରଣରୁ ଜନ୍ମିତ ପିତାଙ୍କୁ...

ଆନ୍ଧ୍ରର ଚକ୍ରାନ୍ତ: ଓଡ଼ିଶା ଯୋଜନାକୁ ସୀମାନ୍ତବର୍ତ୍ତୀ ୭ ଗାଁର ବର୍ଜନ ନିଷ୍ପତ୍ତି

ପଟ୍ଟାଙ୍ଗି,୯ା୧୨(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ କୋଟିଆ ପଞ୍ଚାୟତ ଫାଟୁସିନେରୀ ଗ୍ରାମ ନିକଟ ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ୭ ଗ୍ରାମର ମୁଖିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri