ଦୁର୍ଘଟଣାରେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ

ଭାପୁର, ୨ା୯(ଡି.ଏନ.ଏ.)- ଢେଙ୍କାନାଳ ଜିଲା ସଦର ବ୍ଲକ ଭାପୁର ବଜାରରେ ଔଷଧ ଦୌକାନ କରିଥିବା ଶ୍ରୀନିବାସ ଗୋଛି(୩୫)ଙ୍କ ରବିବାର ରାତିରେ ଏକ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଶ୍ରୀନିବାସ ରାତିରେ ଦୋକାନ ବନ୍ଦ କରି ଏକ ବାଇକ୍‌ରେ ଆଠଗଡ ଥାନା ବାସୁଦେବପୁର ସ୍ଥିତ ନିଜ ଘରକୁ ଫେରୁଥିବାବେଳେ ଉତ୍ତରେଶ୍ୱର ମନ୍ଦିର ନିକଟ ପୁରୁଣା କଟକ ସମ୍ବଲପୁର ରାସ୍ତାର ଏକ ଗଛରେ ପିଟି ହୋଇଯାଇଥିଲେ। ଖବରପାଇ ପରିବାର ଲୋକେ ତାଙ୍କୁ ଆଠଗଡ ମେଡିକାଲରେ ଭର୍ତ୍ତି କରିଥିବାବେଳେ ତାଙ୍କର ମୃତ୍ୟୁ ଘଟିଥିଲା। ବାଇକ୍‌ (ନଂ. ଓଆର ୦୫ ଏଫ୍‌ ୩୧୯୦) ଟିକୁ ପୋଲିସ ଜବତ କରି ଏକ ମାମଲା ରୁଜୁ କରିଛି। ଶ୍ରୀନିବାସଙ୍କ ମୃତ୍ୟୁରେ ଭାପୁର ବଜାର କମିଟି ତରଫରୁ ସୋମବାର ବଜାର ବନ୍ଦ କରାଯାଇଥିଲା। ଏଥିସହ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇ ମୃତଦେହକୁ ବଜାରଠାରୁ ମେଡିକାଲ ଛକ ପର୍ଯ୍ୟନ୍ତ ଶୋଭାଯାତ୍ରାରେ ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସହ ଜଡିତ ଅତିକମରେ ୧୬ ଫାଇଲ ଗାଏବ! ଟ୍ରମ୍ପଙ୍କ ଫଟୋ ବି ୨୪ ଘଣ୍ଟାରେ ଡିଲିଟ, ଆମେରିକାରେ ହଇଚଇ

ଓ୍ବାଶଂଟନ,୨୧।୧୨: ଆମେରିକାରେ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ ନେଇ ବିବାଦ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଆମେରିକାର ନ୍ୟାୟ ବିଭାଗ (DOJ)ର ସରକାରୀ ସାର୍ବଜନୀନ ୱେବସାଇଟରୁ ଏପ୍‌ଷ୍ଟିନ୍‌ ମାମଲା...

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

‘ଉସମାନ ହାଦି ଆମ ହୃଦୟରେ ରହିବେ’ ହାଦିଙ୍କ ଶେଷ ଯାତ୍ରାରେ ଯୋଗଦେଇ ୟୁନୁସ କହିଲେ…

ଢାକା,୨୧।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ଛାତ୍ର ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦିଙ୍କ ଆଦର୍ଶକୁ ଆଗକୁ...

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...

ବର୍ବରତା, ୭ ବର୍ଷର ଝିଅକୁ ଜୀଅନ୍ତା ଜାଳିଦେଲେ ଲୋକେ, ସରକାରଙ୍କୁ ୨୪ ଘଣ୍ଟାର ଅଲ୍ଟିମେଟମ

ଢାକା,୨୧।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ଘଟିଥିବା ବ୍ୟାପକ ହିଂସା ସମୟରେ ଜଣେ ନିର୍ଦ୍ଦୋଷ ଝିଅକୁ ଜୀବନ୍ତ ଜାଳି ଦିଆଯିବାର...

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri